ସୂର୍ଯ୍ୟ ମନ୍ଦିରର ସୌନ୍ଦର୍ଯ୍ୟକରଣ ହେବ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାର୍ଯ୍ୟ ଜୋରସୋରରେ ଚାଲିଛି। ଏହି କାର୍ଯ୍ୟକ୍ରମର ଅଂଶ ଭାବରେ କୋଣାର୍କ ଐତିହ୍ୟ ଅଞ୍ଚଳର ବିକାଶ ପାଇଁ ଚିଠା ଯୋଜନା ପ୍ରସ୍ତୁତ ହୋଇଛି।
କୋଣାର୍କ ମନ୍ଦିର ସୁରକ୍ଷା ସହିତ ଏହାର ସଂରକ୍ଷଣ ତଥା ଅଧିକ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ୫-ଟି କାର୍ଯ୍ୟକ୍ରମ ଜରିଆରେ ଏହି ଐତିହ୍ୟ ପ୍ରକଳ୍ପ ଆରମ୍ଭ କରିବାକୁ ଯାଉଛନ୍ତି। ଏହି ପ୍ରକଳ୍ପ ଜରିଆରେ ସୂର୍ଯ୍ୟ ମନ୍ଦିର ଗରିମାର ସୁରକ୍ଷା, ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟାନ୍ୟ ଅନୁଭୂତି, ସ୍ଥାନୀୟ ବ୍ୟବସାୟୀମାନଙ୍କ ଆର୍ଥିକ ଉନ୍ନତି ତଥା କୋଣାର୍କ ସହିତ ପୁରୀ ଜିଲା ଓ ସମଗ୍ର ରାଜ୍ୟର ପର୍ଯ୍ୟଟନ ଅର୍ଥନୀତିର ବିକାଶ କରାଯିବ। କୋଣାର୍କ ମନ୍ଦିର ପାରିପାର୍ଶ୍ୱିକ ଅଞ୍ଚଳ ଭିତ୍ତିଭୂମି ବିକାଶକୁ ଏହି ପ୍ରାଚୀନ ଐତିହ୍ୟ ସହ ସମନ୍ବିତ କରିବା ଉପରେ ଗୁରୁତ୍ୱ ଦିଆଯାଇଛି।
ସାଢ଼େ ତିନି କିଲୋମିଟର ବାହ୍ୟ ରିଂରୋଡ୍‌କୁ ୬ ଥାକିଆ ନିର୍ମାଣ କରାଯିବା ସହିତ ମନ୍ଦିରକୁ ଯାଇଥିବା ସମସ୍ତ ରାସ୍ତାର ବିକାଶ କରାଯିବ। ଯାତ୍ରୀମାନଙ୍କୁ ନେବା ଆଣିବା ପାଇଁ ଭୁବନେଶ୍ୱରରୁ କୋଣାର୍କ ପର୍ଯ୍ୟନ୍ତ ବିଭିନ୍ନ ପଏଣ୍ଟର ବିକାଶ କରାଯିବ। ଫେରିବାଲାମାନଙ୍କୁ ପୁନଃ ଥଇଥାନ କରାଯିବ। ମନ୍ଦିର ସମ୍ମୁଖରେ ଥିବା ୩୦ ଏକର ଜମି ସମ୍ପୂର୍ଣ୍ଣ ଖୋଲା ରହିବ। ସେଠାରେ ଲ୍ୟାଣ୍ଡସ୍କେପିଂ କରାଯିବ। ପ୍ରବେଶ ସ୍ଥଳରେ ପର୍ଯ୍ୟଟକମାନଙ୍କୁ ସ୍ବାଗତ କରିବା ପାଇଁ ସୁଦୃଶ୍ୟ କୋଣାର୍କ ଏଣ୍ଟ୍ରି ପ୍ଲାଜା ନିର୍ମାଣ କରାଯିବ। ଏଥିସହିତ ଯାନବାହନ ପାର୍କିଂ ପାଇଁ ମଲ୍ଟିମୋଡାଲ ହବ୍‌ ନିର୍ମାଣ କରାଯିବ।
କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚର ପୁନର୍ବିନ୍ୟାସ କରାଯିବ। ଐତିହ୍ୟ ଅଞ୍ଚଳର ସୌନ୍ଦର୍ଯ୍ୟକରଣ ସହିତ ପଥଚାରୀମାନଙ୍କ ପାଇଁ ସ୍ବତନ୍ତ୍ର ରାସ୍ତା ନିର୍ମାଣ କରାଯିବ। କୋଣାର୍କକୁ ପ୍ରତିଦିନ ବିଶ୍ୱର ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକ ଆସିଥାଆନ୍ତି। ତେଣୁ କୋଣାର୍କ ଅଞ୍ଚଳର ଭିତ୍ତିଭୂମି ବିକାଶକୁ ଅନ୍ତର୍ଜାତୀୟ ମାନର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଏହାର ବିଭିନ୍ନ ଦିଗ ଉପରେ ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅବଗତି ନିମନ୍ତେ ଏକ ଉପସ୍ଥାପନା କରାଯାଇଥିଲା। ଜନସାଧାରଣ ଏହି ଚିଠା ଯୋଜନା ଉପରେ ସେମାନଙ୍କ ସୁଚିନ୍ତିତ ମତାମତ ୨୦ ଦିନ ଭିତରେ ଦେଇପାରିବେ। ଜନସାଧାରଣ konark.obcc@gmail.com ଜରିଆରେ ନିଜର ମତାମତ ଦେଇପାରିବେ।
କଳିଙ୍ଗ ସ୍ଥାପତ୍ୟ କଳାର ଅପୂର୍ବ ନିଦର୍ଶନ ହେଉଛି କୋଣାର୍କ ମନ୍ଦିର। ଗଙ୍ଗବଂଶର ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ତ୍ରୟୋଦଶ ଶତାବ୍ଦୀର ଏହି ଅନୁପମ କୀର୍ତ୍ତି ତା’ର ଅବିଶ୍ୱସନୀୟ କଳା ଓ ଭାସ୍କର୍ଯ୍ୟ ପାଇଁ ସାରା ବିଶ୍ୱର ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରି ଆସିଛି। ଭଗବାନ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ସମର୍ପିତ ଏହି ମନ୍ଦିରର ମୁଖ୍ୟ ଅଂଶ ଭାଙ୍ଗି ଯାଇଥିଲେ ମଧ୍ୟ ମୁଖଶାଳାର ଶୋଭା ଓଡ଼ିଶାର କାରିଗର ଓ ଶିଳ୍ପୀମାନଙ୍କ ଦକ୍ଷତାର ଜୟଗାନ କରି ଆସୁଛି।
ଏହି ମନ୍ଦିର ତତ୍କାଳୀନ ଓଡ଼ିଶାର ସଂସ୍କୃତି ବିଷୟରେ ସୂଚିତ କରିଥାଏ। ମନ୍ଦିର ଗାତ୍ରରେ ଜିରାଫର ଚିତ୍ର ଆଫ୍ରିକୀୟ ଦେଶମାନଙ୍କ ସହିତ ତତ୍କାଳୀନ ଓଡ଼ିଶାର ସମ୍ପର୍କ ବିଷୟରେ ମଧ୍ୟ ଉଲ୍ଲେଖ କରିଥାଏ। ୧୯୮୪ରେ ୟୁନେସ୍କୋ କୋଣାର୍କକୁ ଐତିହ୍ୟର ମାନ୍ୟତା ପ୍ରଦାନ କରିଛି। ଏହି ମହାନ୍‌ ସାଂସ୍କୃତିକ ବୈଭବର ସୁରକ୍ଷା ସମସ୍ତଙ୍କର ନୈତିକ ଦାୟିତ୍ୱ। କୋଣାର୍କ ଯୋଜନାରେ ସ୍ଥାନୀୟ ଲୋକଙ୍କ ଆଶା ଆକାଂକ୍ଷାର ପ୍ରତିଫଳନ ସହିତ ଐତିହ୍ୟ ସଂରକ୍ଷଣ ଓ ବିକାଶରେ ବିଶ୍ୱସ୍ତରୀୟ ଦୃଷ୍ଟିଭଙ୍ଗୀର ପ୍ରତିଫଳନ ହୋଇଛି ବୋଲି ବୈଠକରେ ସୂଚନା ଦିଆଯାଇଛି।
ଏହି ବୈଠକରେ ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି. କେ. ପାଣ୍ଡିୟାନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ। ପୂର୍ତ୍ତ ସଚିବ ଉପସ୍ଥାପନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri