ସୂର୍ଯ୍ୟ ମନ୍ଦିରର ସୌନ୍ଦର୍ଯ୍ୟକରଣ ହେବ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାର୍ଯ୍ୟ ଜୋରସୋରରେ ଚାଲିଛି। ଏହି କାର୍ଯ୍ୟକ୍ରମର ଅଂଶ ଭାବରେ କୋଣାର୍କ ଐତିହ୍ୟ ଅଞ୍ଚଳର ବିକାଶ ପାଇଁ ଚିଠା ଯୋଜନା ପ୍ରସ୍ତୁତ ହୋଇଛି।
କୋଣାର୍କ ମନ୍ଦିର ସୁରକ୍ଷା ସହିତ ଏହାର ସଂରକ୍ଷଣ ତଥା ଅଧିକ ପର୍ଯ୍ୟଟକମାନଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ୫-ଟି କାର୍ଯ୍ୟକ୍ରମ ଜରିଆରେ ଏହି ଐତିହ୍ୟ ପ୍ରକଳ୍ପ ଆରମ୍ଭ କରିବାକୁ ଯାଉଛନ୍ତି। ଏହି ପ୍ରକଳ୍ପ ଜରିଆରେ ସୂର୍ଯ୍ୟ ମନ୍ଦିର ଗରିମାର ସୁରକ୍ଷା, ପର୍ଯ୍ୟଟକମାନଙ୍କ ପାଇଁ ଅନ୍ୟାନ୍ୟ ଅନୁଭୂତି, ସ୍ଥାନୀୟ ବ୍ୟବସାୟୀମାନଙ୍କ ଆର୍ଥିକ ଉନ୍ନତି ତଥା କୋଣାର୍କ ସହିତ ପୁରୀ ଜିଲା ଓ ସମଗ୍ର ରାଜ୍ୟର ପର୍ଯ୍ୟଟନ ଅର୍ଥନୀତିର ବିକାଶ କରାଯିବ। କୋଣାର୍କ ମନ୍ଦିର ପାରିପାର୍ଶ୍ୱିକ ଅଞ୍ଚଳ ଭିତ୍ତିଭୂମି ବିକାଶକୁ ଏହି ପ୍ରାଚୀନ ଐତିହ୍ୟ ସହ ସମନ୍ବିତ କରିବା ଉପରେ ଗୁରୁତ୍ୱ ଦିଆଯାଇଛି।
ସାଢ଼େ ତିନି କିଲୋମିଟର ବାହ୍ୟ ରିଂରୋଡ୍‌କୁ ୬ ଥାକିଆ ନିର୍ମାଣ କରାଯିବା ସହିତ ମନ୍ଦିରକୁ ଯାଇଥିବା ସମସ୍ତ ରାସ୍ତାର ବିକାଶ କରାଯିବ। ଯାତ୍ରୀମାନଙ୍କୁ ନେବା ଆଣିବା ପାଇଁ ଭୁବନେଶ୍ୱରରୁ କୋଣାର୍କ ପର୍ଯ୍ୟନ୍ତ ବିଭିନ୍ନ ପଏଣ୍ଟର ବିକାଶ କରାଯିବ। ଫେରିବାଲାମାନଙ୍କୁ ପୁନଃ ଥଇଥାନ କରାଯିବ। ମନ୍ଦିର ସମ୍ମୁଖରେ ଥିବା ୩୦ ଏକର ଜମି ସମ୍ପୂର୍ଣ୍ଣ ଖୋଲା ରହିବ। ସେଠାରେ ଲ୍ୟାଣ୍ଡସ୍କେପିଂ କରାଯିବ। ପ୍ରବେଶ ସ୍ଥଳରେ ପର୍ଯ୍ୟଟକମାନଙ୍କୁ ସ୍ବାଗତ କରିବା ପାଇଁ ସୁଦୃଶ୍ୟ କୋଣାର୍କ ଏଣ୍ଟ୍ରି ପ୍ଲାଜା ନିର୍ମାଣ କରାଯିବ। ଏଥିସହିତ ଯାନବାହନ ପାର୍କିଂ ପାଇଁ ମଲ୍ଟିମୋଡାଲ ହବ୍‌ ନିର୍ମାଣ କରାଯିବ।
କୋଣାର୍କ ମୁକ୍ତାକାଶ ରଙ୍ଗମଞ୍ଚର ପୁନର୍ବିନ୍ୟାସ କରାଯିବ। ଐତିହ୍ୟ ଅଞ୍ଚଳର ସୌନ୍ଦର୍ଯ୍ୟକରଣ ସହିତ ପଥଚାରୀମାନଙ୍କ ପାଇଁ ସ୍ବତନ୍ତ୍ର ରାସ୍ତା ନିର୍ମାଣ କରାଯିବ। କୋଣାର୍କକୁ ପ୍ରତିଦିନ ବିଶ୍ୱର ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକ ଆସିଥାଆନ୍ତି। ତେଣୁ କୋଣାର୍କ ଅଞ୍ଚଳର ଭିତ୍ତିଭୂମି ବିକାଶକୁ ଅନ୍ତର୍ଜାତୀୟ ମାନର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଏହାର ବିଭିନ୍ନ ଦିଗ ଉପରେ ରାଜ୍ୟ ପୂର୍ତ୍ତ ବିଭାଗ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅବଗତି ନିମନ୍ତେ ଏକ ଉପସ୍ଥାପନା କରାଯାଇଥିଲା। ଜନସାଧାରଣ ଏହି ଚିଠା ଯୋଜନା ଉପରେ ସେମାନଙ୍କ ସୁଚିନ୍ତିତ ମତାମତ ୨୦ ଦିନ ଭିତରେ ଦେଇପାରିବେ। ଜନସାଧାରଣ konark.obcc@gmail.com ଜରିଆରେ ନିଜର ମତାମତ ଦେଇପାରିବେ।
କଳିଙ୍ଗ ସ୍ଥାପତ୍ୟ କଳାର ଅପୂର୍ବ ନିଦର୍ଶନ ହେଉଛି କୋଣାର୍କ ମନ୍ଦିର। ଗଙ୍ଗବଂଶର ରାଜା ଲାଙ୍ଗୁଳା ନରସିଂହ ଦେବଙ୍କ ତ୍ରୟୋଦଶ ଶତାବ୍ଦୀର ଏହି ଅନୁପମ କୀର୍ତ୍ତି ତା’ର ଅବିଶ୍ୱସନୀୟ କଳା ଓ ଭାସ୍କର୍ଯ୍ୟ ପାଇଁ ସାରା ବିଶ୍ୱର ପର୍ଯ୍ୟଟକମାନଙ୍କୁ ଆକର୍ଷିତ କରି ଆସିଛି। ଭଗବାନ ସୂର୍ଯ୍ୟଙ୍କ ଉଦ୍ଦେଶ୍ୟରେ ସମର୍ପିତ ଏହି ମନ୍ଦିରର ମୁଖ୍ୟ ଅଂଶ ଭାଙ୍ଗି ଯାଇଥିଲେ ମଧ୍ୟ ମୁଖଶାଳାର ଶୋଭା ଓଡ଼ିଶାର କାରିଗର ଓ ଶିଳ୍ପୀମାନଙ୍କ ଦକ୍ଷତାର ଜୟଗାନ କରି ଆସୁଛି।
ଏହି ମନ୍ଦିର ତତ୍କାଳୀନ ଓଡ଼ିଶାର ସଂସ୍କୃତି ବିଷୟରେ ସୂଚିତ କରିଥାଏ। ମନ୍ଦିର ଗାତ୍ରରେ ଜିରାଫର ଚିତ୍ର ଆଫ୍ରିକୀୟ ଦେଶମାନଙ୍କ ସହିତ ତତ୍କାଳୀନ ଓଡ଼ିଶାର ସମ୍ପର୍କ ବିଷୟରେ ମଧ୍ୟ ଉଲ୍ଲେଖ କରିଥାଏ। ୧୯୮୪ରେ ୟୁନେସ୍କୋ କୋଣାର୍କକୁ ଐତିହ୍ୟର ମାନ୍ୟତା ପ୍ରଦାନ କରିଛି। ଏହି ମହାନ୍‌ ସାଂସ୍କୃତିକ ବୈଭବର ସୁରକ୍ଷା ସମସ୍ତଙ୍କର ନୈତିକ ଦାୟିତ୍ୱ। କୋଣାର୍କ ଯୋଜନାରେ ସ୍ଥାନୀୟ ଲୋକଙ୍କ ଆଶା ଆକାଂକ୍ଷାର ପ୍ରତିଫଳନ ସହିତ ଐତିହ୍ୟ ସଂରକ୍ଷଣ ଓ ବିକାଶରେ ବିଶ୍ୱସ୍ତରୀୟ ଦୃଷ୍ଟିଭଙ୍ଗୀର ପ୍ରତିଫଳନ ହୋଇଛି ବୋଲି ବୈଠକରେ ସୂଚନା ଦିଆଯାଇଛି।
ଏହି ବୈଠକରେ ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି. କେ. ପାଣ୍ଡିୟାନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ। ପୂର୍ତ୍ତ ସଚିବ ଉପସ୍ଥାପନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁମାର ପୂର୍ଣ୍ଣିମାରେ ଚମକିବ ୩ ରାଶିଙ୍କ ଭାଗ୍ୟ; ହୁ ହୁ ବଢିବ ଧନ, ଯାଚିକି ଟଙ୍କା ଦେବେ ଲୋକ…

ଆଜି ୨୫ ଅକ୍ଟୋବର ୨୦୨୬ ରବିବାର ଦିନ ଶରତ ପୂର୍ଣ୍ଣିମା (କୁମାର ପୂର୍ଣ୍ଣିମା) ପଡ଼ୁଛି। ଆଜି ଶରତ ପୂର୍ଣ୍ଣିମା ଅବସରରେ ଗ୍ରହମାନଙ୍କ ସଂଯୋଗରୁ ଅନେକ ଶୁଭ ଯୋଗ…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

ଆଦିବାସୀଙ୍କ ସେବାରେ ନିୟୋଜିତ ଡାକ୍ତର ଏବେ ଜେଲରେ

ଭବାନୀପାଟଣା,୨୫ା୧୦(ଉତ୍ତମ କୁମାର ଦାଶ):ଆଦିବାସୀଙ୍କ ଚିକିତ୍ସା ସେବା ପାଇଁ ମୁମ୍ୱାଇ ଛାଡ଼ି କଳାହାଣ୍ଡିକୁ ଚାଲି ଆସିଥିଲେ ଡାକ୍ତର ରାଣ୍ଡାଲ ସେକ୍ୟୁରା। ଦୁର୍ଗମ ଅଞ୍ଚଳରେ ପହଞ୍ଚତ୍ ମ୍ୟାଲେରିଆ ଓ ଯକ୍ଷ୍ମା…

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆକାଶଛୁଆଁ ଦାମ: ୭ ହଜାରରେ ପହଞ୍ଚିଲା ଗ୍ୟାସ ସିଲିଣ୍ଡର, ଇରାନ ରୋକିଲା ସପ୍ଲାଏ!

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱର ବିଭିନ୍ନ ଦେଶ ଆଗରେ ହାତ ପତାଉଥିବା ପାକିସ୍ତାନର ସ୍ଥିତି ଏବେ ଅତ୍ୟନ୍ତ ଦୟନୀୟ। ମହଙ୍ଗା ମାଡ଼ ଓ ଆର୍ଥିକ ସଙ୍କଟ ପାକିସ୍ତାନକୁ ଅନ୍ୟ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

ନଭେମ୍ବର ୨ରେ ଗଜକେଶରୀ ଯୋଗ: ବଢିବ ୪ ରାଶିର ଧନ, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ନୂଆଦିଲ୍ଲୀ, ୨୫।୧୦: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ନଭେମ୍ବର ୨ ତାରିଖ ସକାଳେ ଚନ୍ଦ୍ରମା କର୍କଟ ରାଶିରୁ ବାହାରି ସିଂହ ରାଶିରେ ପ୍ରବେଶ କରିବେ। ସିଂହ ରାଶିରେ ପୂର୍ବରୁ…

ହାରୁଥିବା ମ୍ୟାଚକୁ ଜିତାଇବା ପରେ ତିଳକ ବର୍ମାଙ୍କ ବଡ଼ ବୟାନ, ଖୁଲାସା କରି କହିଲେ- NZ ବିପକ୍ଷରେ ଆମର ଏମିତି ଥିଲା ପ୍ଲାନ୍‌

ନୂଆଦିଲ୍ଲୀ, ୨୫।୧୦: ଚେଜ କରିବା ସମୟରେ ୨୬ଟି ବଲରେ ୬ଟି ଚୌକା ଓ ୧ଟି ଛକା ସହ ଅପରାଜିତ ୫୧ ରନର ମ୍ୟାଚ ବିଜୟୀ ପାଳି ଖେଳିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?