ଆଜିଠୁ ଖୋଲିବ ସୂର୍ଯ୍ୟମନ୍ଦିର

କୋଣାର୍କ,୨ା୮(ଡି.ଏନ୍‌.ଏ.): ଦୀର୍ଘ ୩ମାସ ବନ୍ଦ ପରେ ସୋମବାର ଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ କୋଣାର୍କ ସୂର୍ଯ୍ୟମନ୍ଦିର। ଏନେଇ ପର୍ଯ୍ୟଟନ ବିଭାଗ ପକ୍ଷରୁ କୋଣାର୍କ ମନ୍ଦିର ଦାୟିତ୍ୱରେ ରହିଥିବା ଅଧିକାରୀ ନୀରଜ ସିଂ ସୂଚନା ଦେଇଛନ୍ତି। କୋଭିଡ୍‌ ଗାଇଡଲାଇନ ଅନୁଯାୟୀ ମନ୍ଦିର ଖୋଲାଯିବାକୁ ନିଷ୍ପତ୍ତି ହୋଇଥିବା ବେଳେ ପ୍ରତି ଶନିବାର ଓ ରବିବାର ମନ୍ଦିର ବନ୍ଦ ରହିବ। ମନ୍ଦିରକୁ ପ୍ରବେଶ କରିବା ପାଇଁ ଅନ୍‌ଲାଇନରେ ଦୈନିକ ୨ହଜାର ପର୍ଯ୍ୟଟକଙ୍କ ପାଇଁ ଟିକେଟ ମିଳିବ। ପରେ ଅଫଲାଇନରେ ଟିକେଟ ମିଳିପାରିବ। ମନ୍ଦିର ମୁଖ୍ୟ ପ୍ରବେଶ ପଥରେ ଏଏସଆଇ ପକ୍ଷରୁ ବୋର୍ଡ ଲଗାଯାଇଛି। ପର୍ଯ୍ୟଟକମାନେ ଏହି ବୋର୍ଡରେ ରହିଥିବା କ୍ୟୁଆର କୋଡ୍‌କୁ ସ୍ମାର୍ଟଫୋନରେ ସ୍କାନ କରି ସାମାଜିକ ଦୂରତ୍ୱ ରକ୍ଷା କରି ମନ୍ଦିର ଭିତରକୁ ପ୍ରବେଶ କରିବେ। ମାସ୍କ ପରିଧାନ ବାଧ୍ୟତାମୂଳକ କରାଯାଇଛି। ସୂଚନାଥାଉ କି, କରୋନାର ଦ୍ୱିତୀୟ ଲହର ପାଇଁ ଗତ ଏପ୍ରିଲ ୧୬ରୁ ପର୍ଯ୍ୟଟକଙ୍କ ପାଇଁ ସୂର୍ଯ୍ୟମନ୍ଦିର ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri