୯ ଦିନ ବନ୍ଦ ହେବ ହାଲ୍‌ ମିଗ୍‌ କାରଖାନା

କୋରାପୁଟ/ସୁନାବେଡ଼ା,୧୩।୫: କରୋନା ସଂକ୍ରମଣ ହାର କୋରାପୁଟ ଜିଲାରେ ବଢ଼ିଚାଲିଛି। ଏହାର ମୁକାବିଲା ନେଇ ସମସ୍ତ ପ୍ରକାର ଉଦ୍ୟମ ଜାରି ରହିଛି। ଏହା ସତ୍ତ୍ୱେ ସଂକ୍ରମଣ କମିବା ନାଁ ନେଉନି। ସୁନାବେଡ଼ା ହାଲ୍‌ ଟାଉନଶିିପ ଅଞ୍ଚଳରେ ମଧ୍ୟ କରୋନା ସଂକ୍ରମଣର ହାର ବଢ଼ିଚାଲିଛି। ଗତ କିଛି ଦିନ ହେବ ହାଲ୍‌ ସହରାଞ୍ଚଳରେ ପ୍ରତ୍ୟହ ୮ରୁ ୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। ହାଲ୍‌ ପ୍ରଶାସନ ଏହାର ମୁକାବିଲା ଜାରି ରଖିଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଗୁରୁବାର ବେଙ୍ଗାଲୁରୁସ୍ଥିତ ହାଲ୍‌ କର୍ପୋରେଟ ଅଫିସ ପକ୍ଷରୁ ହାଲ୍‌ ମିଗ୍‌ କାରଖାନାକୁ ଚଳିତ ମାସ ୧୫ଠାରୁ ୨୩ ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ବନ୍ଦ କରିବା ଲାଗି ବିଜ୍ଞପ୍ତି ଜାରି ହୋଇଛି। କାରଖାନା ବନ୍ଦ ସମୟରେ ସହରାଞ୍ଚଳ ତଥା କାରଖାନା ମଧ୍ୟରେ ଅତ୍ୟାବଶ୍ୟକ ସେବା ଯଥା ମେଡିକାଲ, ପାରା ମେଡିକାଲ ଷ୍ଟାଫ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍‌ ଯୋଗାଣ, ହାଲ୍‌ ସିକ୍ୟୁରିଟି, ଅଗ୍ନିଶମ ବିଭାଗ ଏବଂ ସାନିଟାଇଜେଶନ ବ୍ୟବସ୍ଥା ଚାଲୁ ରହିବ ବୋଲି ବିଜ୍ଞପ୍ତିରେ ଉଲେଖ ରହିଛି। ଉପରୋକ୍ତ ବିଭାଗର କାର୍ଯ୍ୟରତ କର୍ମଚାରୀ ଓ ଠିକା କର୍ମଜାରୀ ନିୟମିତ କାର୍ଯ୍ୟ କରିବେ। ମେ ୧୫ରୁ ୨୩ ମଧ୍ୟରେ କୌଣସି ଅଧିକାରୀ କିମ୍ବା କର୍ମଚାରୀ ବିଭାଗୀୟ ମୁଖ୍ୟଙ୍କ ବିନା ଅନୁମୋଦନରେ ବାହାରକୁ ଯାଇପାରିବେ ନାହିଁ।  ସୂଚନାଯୋଗ୍ୟ, ସୁନାବେଡ଼ା ସହରାଞ୍ଚଳରେ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଇବାରୁ କିଛିଦିନ ତଳେ ହାଲ୍‌ ପ୍ରଶାସନ କାରଖାନା ମଧ୍ୟରେ କାମ କରୁଥିବା ସମସ୍ତ ଅଫିସର ଓ କର୍ମଚାରୀଙ୍କ ସମୟ ପରିବର୍ତ୍ତନ କରିଥିଲା। ଏବେ ଦୈନିକ ସଂକ୍ରମଣ ବୃଦ୍ଧିକୁ ଗୁରୁତର ସହ ନେଇ ହାଲ୍‌ କାରଖାନାକୁ ସାମୟିକ ଭାବେ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri