Posted inଜାତୀୟ

ଟଙ୍କା ଫେରସ୍ତ ପାଇଁ ପ୍ରସ୍ତାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭ା୧: ଓଡ଼ିଶାରେ ଚିଟ୍‌ଫଣ୍ଡ କମ୍ପାନୀଗୁଡ଼ିକ ଜମାକାରୀଙ୍କଠାରୁ ବହୁ କୋଟି ଟଙ୍କା ଠକି ନେଇଛନ୍ତି। ଠକାମିର ଶିକାର ଜମାକାରୀ କିପରି ସେମାନଙ୍କ ଟଙ୍କା ଫେରିପାଇବେ ସେଥିପାଇଁ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାର, ଓଡ଼ିଶା ସରକାର ଏବଂ ଚିଟ୍‌ଫଣ୍ଡ ଦୁର୍ନୀତିର ଅନ୍ୟାନ୍ୟ ପକ୍ଷଙ୍କଠାରୁ ପ୍ରସ୍ତାବ ମାଗିଛନ୍ତି। ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାର ତଦନ୍ତରେ ବିଳମ୍ବ ଯୋଗୁ ସାଧାରଣ ଲୋକେ ହଇରାଣ ହେଉଥିବା ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ସି.ଟି. ରବିକୁମାରଙ୍କ ଖଣ୍ଡପୀଠ କହିଥିଲେ। କେତେଜଣ ଜମାକାରୀ ବର୍ତ୍ତମାନ ସୁଦ୍ଧା ଟଙ୍କା ଫେରିପାଇଛନ୍ତି ଜଣାଇବା ଲାଗି ଖଣ୍ଡପୀଠ ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଚିଟ୍‌ଫଣ୍ଡ ମାମଲାଗୁଡ଼ିକର ତଦନ୍ତ ସେବି, ଇଡି ଆଦି ବିଭିନ୍ନ ସଂସ୍ଥା କରୁଥିବାରୁ ସର୍ବୋଚ୍ଚ ଅଦାଲତ ଏକ କମିଟି ଗଠନ କରନ୍ତୁ ବୋଲି ମେହେଟ୍ଟା ପୂର୍ବରୁ ପ୍ରସ୍ତାବ ଦେଇଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ଫେବୃୟାରୀ ୨୦କୁ ଧାର୍ଯ୍ୟ କରାଯାଇଛି। ଓଡ଼ିଶାରେ ଚିଟ୍‌ଫଣ୍ଡ କମ୍ପାନୀ ବହୁକୋଟି ଟଙ୍କା ଠକି ନେଇଥିବାରୁ ଏହାର ଉପଯୁକ୍ତ ତଦନ୍ତ ସହ ଜମାକାରୀଙ୍କୁ କ୍ଷତିପୂରଣ ପ୍ରଦାନ ଲାଗି ଦାଏର ପିଟିଶନ ଉପରେ କେନ୍ଦ୍ର ସହଯୋଗ ମନ୍ତ୍ରଣାଳୟ ପୂର୍ବରୁ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିଥିଲା। ଏଥିସହ ମାମଲାରେ ନିଜକୁ ପକ୍ଷଭୁକ୍ତ କରିବା ଲାଗି ମନ୍ତ୍ରଣାଳୟ ଆବେଦନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

ମୋଦି-ରାହୁଲଙ୍କ ମଧ୍ୟରେ ଅଚାନକ ୮୮ ମିନିଟ୍ ଧରି ଚାଲିଲା ବୈଠକ, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୨: ସଂସଦର ଶୀତକାଳୀନ ଅଧିବେଶନ ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ମଧ୍ୟରେ ଏକ ଅଚାନକ ୮୮ ମିନିଟ୍...

ତିରୁପତି ମନ୍ଦିରରେ ୫୪ କୋଟି ଟଙ୍କାର ଦୁର୍ନୀତି, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ତିରୁପତି,୧୦।୧୨: ଆନ୍ଧ୍ରପ୍ରଦେଶର ବିଶ୍ୱ ପ୍ରସିଦ୍ଧ ତିରୁମାଲା ତିରୁପତି ଦେବସ୍ଥାନମ୍ ଟ୍ରଷ୍ଟ(TTD)ରେ ଏକ ବଡ଼ ଧରଣର ଦୁର୍ନୀତିର ଖୁଲାସା ହୋଇଛି, ଯାହା ୨୦୧୫ ରୁ ୨୦୨୫ ମଧ୍ୟରେ...

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

UNESCOର ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ ହେଲା ଦୀପାବଳି

ନୂଆଦିଲ୍ଲୀ,୧୦।୧୨: ଭାରତର ଆଲୋକର ପର୍ବ ଦୀପାବଳିକୁ ବୁଧବାର UNESCOର “ମାନବତାର ଅସ୍ପର୍ଶନୀୟ ସାଂସ୍କୃତିକ ଐତିହ୍ୟର ପ୍ରତିନିଧିତ୍ୱ ତାଲିକା”ରେ ସ୍ଥାନିତ କରାଯାଇଛି। ଏହି ଗୌରବପୂର୍ଣ୍ଣ ମାନ୍ୟତା ମିଳିବା...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

ନ୍ୟୁୟର୍କ ଟାଇମ୍ସ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ,୧୦ା୧୨(ପି.ଟି.):ବଲିଉଡ୍‌ ଅଭିନେତା ଶାହରୁଖ୍‌ ଖାନ୍‌ ନ୍ୟୁୟର୍କ ଟାଇମ୍ସର ୬୭ ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ସ୍ଥାନିତ ହୋଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri