Posted inଜାତୀୟ

ଟଙ୍କା ଫେରସ୍ତ ପାଇଁ ପ୍ରସ୍ତାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭ା୧: ଓଡ଼ିଶାରେ ଚିଟ୍‌ଫଣ୍ଡ କମ୍ପାନୀଗୁଡ଼ିକ ଜମାକାରୀଙ୍କଠାରୁ ବହୁ କୋଟି ଟଙ୍କା ଠକି ନେଇଛନ୍ତି। ଠକାମିର ଶିକାର ଜମାକାରୀ କିପରି ସେମାନଙ୍କ ଟଙ୍କା ଫେରିପାଇବେ ସେଥିପାଇଁ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ର ସରକାର, ଓଡ଼ିଶା ସରକାର ଏବଂ ଚିଟ୍‌ଫଣ୍ଡ ଦୁର୍ନୀତିର ଅନ୍ୟାନ୍ୟ ପକ୍ଷଙ୍କଠାରୁ ପ୍ରସ୍ତାବ ମାଗିଛନ୍ତି। ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାର ତଦନ୍ତରେ ବିଳମ୍ବ ଯୋଗୁ ସାଧାରଣ ଲୋକେ ହଇରାଣ ହେଉଥିବା ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ସି.ଟି. ରବିକୁମାରଙ୍କ ଖଣ୍ଡପୀଠ କହିଥିଲେ। କେତେଜଣ ଜମାକାରୀ ବର୍ତ୍ତମାନ ସୁଦ୍ଧା ଟଙ୍କା ଫେରିପାଇଛନ୍ତି ଜଣାଇବା ଲାଗି ଖଣ୍ଡପୀଠ ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଚିଟ୍‌ଫଣ୍ଡ ମାମଲାଗୁଡ଼ିକର ତଦନ୍ତ ସେବି, ଇଡି ଆଦି ବିଭିନ୍ନ ସଂସ୍ଥା କରୁଥିବାରୁ ସର୍ବୋଚ୍ଚ ଅଦାଲତ ଏକ କମିଟି ଗଠନ କରନ୍ତୁ ବୋଲି ମେହେଟ୍ଟା ପୂର୍ବରୁ ପ୍ରସ୍ତାବ ଦେଇଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ଫେବୃୟାରୀ ୨୦କୁ ଧାର୍ଯ୍ୟ କରାଯାଇଛି। ଓଡ଼ିଶାରେ ଚିଟ୍‌ଫଣ୍ଡ କମ୍ପାନୀ ବହୁକୋଟି ଟଙ୍କା ଠକି ନେଇଥିବାରୁ ଏହାର ଉପଯୁକ୍ତ ତଦନ୍ତ ସହ ଜମାକାରୀଙ୍କୁ କ୍ଷତିପୂରଣ ପ୍ରଦାନ ଲାଗି ଦାଏର ପିଟିଶନ ଉପରେ କେନ୍ଦ୍ର ସହଯୋଗ ମନ୍ତ୍ରଣାଳୟ ପୂର୍ବରୁ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିଥିଲା। ଏଥିସହ ମାମଲାରେ ନିଜକୁ ପକ୍ଷଭୁକ୍ତ କରିବା ଲାଗି ମନ୍ତ୍ରଣାଳୟ ଆବେଦନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?