Posted inଜାତୀୟ

ସରକାରଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ, ମାମଲା ବିଚାରାଧୀନ ସମୟରେ ନିର୍ବାଚନ କମିଶନରଙ୍କୁ କାହିଁକି ଦିଆଗଲା ନିଯୁକ୍ତି

ନୂଆଦିଲ୍ଲୀ,୧୬।୩: ନିର୍ବାଚନ କମିଶନରଙ୍କ ନିଯୁକ୍ତିରେ ପ୍ରତିବନ୍ଧକ ଲଗାଇବା ସମ୍ପର୍କରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। କିନ୍ତୁ କୋର୍ଟ ଦୁଇ ନୂଆ ଇସିଙ୍କ ନିଯୁକ୍ତିରେ ରୋକ୍‌ ଳଗାଇବାକୁ ମନା କରିଛନ୍ତି। ଏହାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୨୧ ଗୁରୁବାର ହେବ। ଏହି ପରିପ୍ରେକ୍ଷୀରେ ଆବେଦନକାରୀଙ୍କ ଓକିଲ ବିକାଶ ସିଂ କହିଛନ୍ତି, ନିର୍ବାଚନ କମିଶନରଙ୍କ ନିଯୁକ୍ତି ମାର୍ଚ୍ଚ ୧୫ରେ ହୋଇଥା’ନ୍ତା କିନ୍ତୁ ଗୋଟିଏ ଦିନ ପୂର୍ବରୁ ତାଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ଜଷ୍ଟିସ ସଞ୍ଜୀବ ଖାନ୍ନା, ଜଷ୍ଟିସ ଦୀପଙ୍କର ଦତ୍ତା ଏବଂ ଜଷ୍ଟିସ ଅଗଷ୍ଟିନ ଜର୍ଜ ମାସିହଙ୍କ ବେଞ୍ଚ ସରକାରଙ୍କୁ ପ୍ରଶ୍ନ କରିଛନ୍ତି, ଏହି ମାମଲା କୋର୍ଟରେ ବିଚାରାଧୀନ ଥିବାବେଳେ କାହିଁକି ନିଯୁକ୍ତି ଦିଆଯାଇଛି? ମାର୍ଚ୍ଚ ୨୧ ରେ ସରକାର ଏନେଇ ଜବାବ ଦାଖଲ କରିବେ। ମାମଲା ପୂର୍ଣ୍ଣ ସମାଧାନ ନ ହେବା ପର୍ଯ୍ୟନ୍ତ ନିର୍ବାଚନ କମିଶନରଙ୍କ ପଦ ଖାଲି ରଖିବାକୁ ସୁପ୍ରିମକୋର୍ଟଙ୍କୁ ADR ଦାବି କରିଛି।

କହିରଖୁଛୁ କି, ଗୁରୁବାର ସଂଧ୍ୟାରେ କେନ୍ଦ୍ର ସରକାର ପୂର୍ବତନ ଆଇଏଏସ ଅଧିକାରୀ ଗଣେଶ କୁମାର ଏବଂ ସୁଖବୀର ସାନ୍ଧୁଙ୍କୁ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରିଛନ୍ତି। ସରକାରଙ୍କୁ ଏକାସାଙ୍ଗରେ ଦୁଇ ଜଣ କମିଶନର ନିଯୁକ୍ତ କରିବାକୁ ପଡିଥିଲା କାରଣ ଜଣେ ନିର୍ବାଚନ କମିଶନର (ଅନୁପ ଚନ୍ଦ୍ର ପାଣ୍ଡେ) ଗତ ମାସରେ ଅବସର ନେଇଥିବାବେଳେ ଚଳିତ ମାସରେ ଅନ୍ୟ ଜଣେ ନିର୍ବାଚନ କମିଶନର (ଅରୁଣ ଗୋଏଲ) ତାଙ୍କ କାର୍ଯ୍ୟକାଳ ଶେଷ ହେବାର ବହୁ ପୂର୍ବରୁ ଇସ୍ତଫା ଦେଇଛନ୍ତି। ତେବେ ନିର୍ବାଚନ କମିଶନରଙ୍କ ନିଯୁକ୍ତିରେ କାହିଁକି ସୁପ୍ରିମକୋର୍ଟଙ୍କୁ ଚୟନ କମିଟିରୁ ହଟାଯାଇଛି ଏନେଇ ମାମଲାର ଶୁଣାଣି ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

ଆଜିଠୁ ଚମକିବ ଏହି ୬ ରାଶିର ଭାଗ୍ୟ: ବୁଧ କର୍କଟ ରାଶିରେ ପ୍ରବେଶ….

ଆଜି ବୁଧ ମିଥୁନ ରାଶିରୁ କର୍କଟ ରାଶିକୁ ପ୍ରବେଶ କରୁଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧକୁ ବୁଦ୍ଧି, ଯୋଗାଯୋଗ, ଶିକ୍ଷା, ବ୍ୟବସାୟ, ଧନ ଏବଂ ଚିନ୍ତା ପ୍ରକ୍ରିୟାର ମୁଖ୍ୟ…

ଜାମିନ୍‌ରୁ ଆସି ପିତା ଷ୍ଟାଲିନଙ୍କୁ ଭେଟିଲେ ଉଦୟନିଧି, କହିଲେ- ‘ମୋ ସହ ଆତଙ୍କବାଦୀଙ୍କ ଭଳି…’

ନୂଆଦିଲ୍ଲୀ,୫।୮: ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ହେପାଜତକୁ ନେଇଥିଲା। ସେହି ଦିନ ତାଙ୍କୁ ମୁକ୍ତ ମଧ୍ୟ କରାଯାଇଥିଲା। ମୁକ୍ତି ପାଇବା ପରେ ଉଦୟନିଧି…

‘ଆପଣ ପୁରୁଷ ହୋଇଥିଲେ…’ ତ୍ରିଶାଙ୍କୁ ନେଇ ଷ୍ଟାଲିନଙ୍କ ବିବାଦୀୟ ମନ୍ତବ୍ୟ ପରେ ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୫।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ କରିଥିବା ବିବାଦୀୟ ମନ୍ତବ୍ୟ ପରେ ଭାରି ବିବାଦରେ ଫସିଯାଇଛନ୍ତି। ମଙ୍ଗଳବାର ପୋଲିସ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri