Posted inଜାତୀୟ

ଅଧ୍ୟାଦେଶରେ ରୋକ ଲଗାଇଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୧୧ା୭: ଦିଲ୍ଲୀର ସେବା ପ୍ରଶାସନକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ସରକାର ମେ’ ୧୯ରେ ଆଣିଥିବା ଅଧ୍ୟାଦେଶର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦିଲ୍ଲୀର ଏଏପି ସରକାର ଦାଏର କରିଥିବା ପିଟିଶନ ଉପରେ ସୁପ୍ରିମକୋର୍ଟ ସୋମବାର କେନ୍ଦ୍ରକୁ ନୋଟିସ ଜାରି କରିଛନ୍ତି। ତେବେ ଅଧ୍ୟାଦେଶ ଉପରେ ଅନ୍ତରୀଣ ସ୍ଥଗିତାଦେଶ ଲଗାଇବାକୁ ସର୍ବୋଚ୍ଚ ଅଦାଲତ ମନା କରିଦେଇଛନ୍ତି। ଆବେଦନରେ ସଂଶୋଧନ କରି ଉପରାଜ୍ୟପାଳଙ୍କୁ ମାମଲାରେ ପକ୍ଷଭୁକ୍ତ କରାଇବା ପାଇଁ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ଜଷ୍ଟିସ୍‌ ପି.ଏସ୍‌. ନରସିଂହଙ୍କ ଖଣ୍ଡପୀଠ ଦିଲ୍ଲୀ ସରକାରଙ୍କ ଓକିଲ ଅଭିଷେକ ମନୁ ସିଂଘଭିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଜୁଲାଇ ୧୭କୁ ଧାର୍ଯ୍ୟ କରାଯାଇଛି।
କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶ ଅସାମ୍ବିଧାନିକ କାର୍ଯ୍ୟ ଏବଂ ସୁପ୍ରିମକୋର୍ଟ ଓ ସମ୍ବିଧାନର ମୌଳିକ ଢାଞ୍ଚାକୁ ରଦ୍ଦ କରିଦେବା ଲାଗି ଉଦ୍ୟମ ବୋଲି ଏଏପି ସରକାର ତାଙ୍କ ପିଟିଶନରେ ଦର୍ଶାଇଥିଲେ। ଉକ୍ତ ଅଧ୍ୟାଦେଶକୁ ଖାରଜ କରାଯିବା ସହ ଏହା ଉପରେ ଅନ୍ତରୀଣ ସ୍ଥଗିତାଦେଶ ଲାଗି ମଧ୍ୟ ଅରବିନ୍ଦ କେଜ୍‌ରିଓ୍ବାଲ ସରକାର ନିବେଦନ କରିଥିଲେ। ସୂଚନାଯୋଗ୍ୟ, ସୁପ୍ରିମକୋର୍ଟ ଦିଲ୍ଲୀର ସେବା ପ୍ରଶାସନକୁ ନିୟନ୍ତ୍ରଣ କରିବା ଅଧିକାର ଦିଲ୍ଲୀ ସରକାରଙ୍କୁ ଦେବାର ସପ୍ତାହେ ପରେ ଏହାକୁ ଅକାମୀ କରିବା ଲାଗି କେନ୍ଦ୍ର ସରକାର ଅଧ୍ୟାଦେଶ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଦଘାଟନର ବର୍ଷେ ପରେବି ଅଚଳ ନୂଆ ମେଡିକାଲ, ଅବ୍ୟବସ୍ଥା ନେଇ ବର୍ଷିଲେ ବିଧାୟକ

କୋରାପୁଟ,୧୨ା୮(ଅମିତାଭ ବେହେରା ): କୋରାପୁଟ ମେଡିକାଲ ଉଦ୍‌ଘାଟନକୁ ବର୍ଷେ ପୂରିଥିଲେ ମଧ୍ୟ କାର୍ଯ୍ୟକ୍ଷମ ହୋଇପାରିନି ନୂଆ ମେଡିକାଲ କୋଠା। ଫଳରେ ପୁରୁଣା ମେଡିକାଲ କଲେଜ ଓ ହସ୍ପିଟାଲରେ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ବିଧାୟକଙ୍କ ସହ ବିବାଦ ଘଟଣା ପରେ ପଦକ୍ଷେପ, ବଦଳିଲେ ରେଭେନ୍ସା ବଦଳିଲେ ଚିଫ୍‌ ୱାର୍ଡେନ

କଟକ,୧୨ା୮(ପ୍ରଭୁକଲ୍ୟାଣ ପାଲ୍): ରେଭେନ୍ସା ବିଶ୍ଵବିଦ୍ୟାଳୟ ଶିକ୍ଷକ ସଙ୍ଘ ଓ ବିଧାୟକ ଵିଵାଦ ଘଟଣାରେ ଚିଫ୍ ଓ୍ବାର୍ଡେନଙ୍କୁ ତାଙ୍କ ପଦରୁ ହଟାଇ ଦିଆଯାଇଛି । ବିଧାୟକଙ୍କ ସହ ଵିଵାଦ…

କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ…

ରାସ୍ତା ନଥିବାରୁ ନାଳ ପାଖରେ ଅଟକିଲା ଆମ୍ବୁଲାନ୍ସ ; ରାତିସାରା ଖୋଲା ଆକାଶ ତଳେ ପଡ଼ିରହିଲା ମୃତଦେହ, ସକାଳେ ୮ କିମି ବୋହିଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): ସ୍ୱାଧୀନତାର ୮୦ ବର୍ଷ ପୂର୍ତ୍ତି ଆଡ଼କୁ ଦେଶ ଆଗେଇ ଚାଲିଥିବା ବେଳେ ରାଜ୍ୟର ଦୁର୍ଗମ ଅଞ୍ଚଳରେ ଯାତାୟାତ ଓ ସ୍ୱାସ୍ଥ୍ୟସେବାର କରୁଣ ଚିତ୍ର…

ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ମାଡିବସିଲା କୋକସରା ପୋଲିସ, ତାପରେ….

କୋକସରା,୧୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଡକାୟତି କରିବାକୁ ଚେଷ୍ଟା କରୁଥିବା ବେଳେ ୨୬ ନମ୍ବର ଜାତୀୟ ରାଜପଥରୁ ଦୁଇଜଣ ଯୁବକଙ୍କୁ କୋକସରା ପୋଲିସ ଗିରଫ କରିଛି । ଗିରଫ…

ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨ା୮: ଦିଲ୍ଲୀର ସଙ୍ଗମ ବିହାରରେ ଜଣେ ସ୍ତ୍ରୀ ତାଙ୍କ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି । ଦିଲ୍ଲୀ ପୋଲିସର କହିବାନୁଯାୟୀ, ଏହି…

ମସ୍ତିଷ୍କ ରୋଗରେ ପୀଡ଼ିତ ଶ୍ୟାମଘନ, ଅର୍ଥାଭାବ ନେଇ ଚିନ୍ତାରେ ପରିବାର

କର୍ଲାମୁଣ୍ଡା,୧୨ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଡୁକେରମାଲ ଗ୍ରାମର ଶ୍ୟାମଘନ ସାହୁ(୩୩) ମସ୍ତିଷ୍କ ରୋଗରେ ଆକ୍ରାନ୍ତ ହୋଇ ବରଗଡ଼ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri