Posted inଜାତୀୟ

ଦିଲ୍ଲୀ ସରକାରଙ୍କୁ ବଡ଼ ଝଟ୍‌କା, ସୁପ୍ରିମକୋର୍ଟ ଶୁଣାଇଲେ ଏହି ବଡ଼ ରାୟ

ନୂଆଦିଲ୍ଲୀ,୫ା୮: ସୁପ୍ରିମକୋର୍ଟ ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ନର (ଏଲଜି)ଙ୍କ ଦିଲ୍ଲୀର ମ୍ୟୁନିସିପାଲିଟି କର୍ପୋରେଶନ (ଏମ୍‌ସିଡି)ରେ ୧୦ ଜଣ ‘ଆଲର୍ଡମ୍ୟାନ’ ବା ମନୋନୀତ କାଉନସିଲରଙ୍କୁ ମନୋନୀତ କରିବା ନିଷ୍ପତ୍ତିକୁ ସମର୍ଥନ କରିଛନ୍ତି। କୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଏମ୍‌ସିଡିରେ କାଉନସିଲରଙ୍କୁ ମନୋନୀତ କରିବାର ଅଧିକାର ଏଲ୍‌.ଜି. ଏଥିପାଇଁ ଦିଲ୍ଲୀ ସରକାରଙ୍କ ସହମତି ଆବଶ୍ୟକ ନୁହେଁ। ସୁପ୍ରିମକୋର୍ଟ କହିଛନ୍ତି, ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ନର ସରକାରଙ୍କ ପରାମର୍ଶ ବିନା ଏମ୍‌ସିଡିରେ ୧୦ ଜଣ ମନୋନୀତ କାଉନସିଲର ନିଯୁକ୍ତ କରିପାରିବେ।

ଦେଶର ସର୍ବୋଚ୍ଚ ଅଦାଲତଙ୍କ ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଆମ୍‌ ଆଦ୍‌ମୀ ପାର୍ଟି ସରକାର ପାଇଁ ଏକ ବଡ଼ ଝଟ୍‌କା ବୋଲି କୁହାଯାଉଛି। ମନୋନୀତ କାଉନସିଲର ନିଯୁକ୍ତିକୁ ନେଇ ଦୀର୍ଘ ସମୟ ଧରି ବିବାଦ ଲାଗି ରହିଥିଲା। ଏହି କାରଣରୁ ଏମ୍‌ସିଡିରେ ଷ୍ଟାଣ୍ଡିଂ କମିଟିର ନିର୍ବାଚନ ମଧ୍ୟ ବନ୍ଦ ହୋଇଯାଇଥିଲା, କାରଣ ମନୋନୀତ କାଉନସିଲରମାନେ ମଧ୍ୟ ଏଥିରେ ଭୋଟ୍‌ ଦେଇଥିଲେ। ଏଏପିର ୧୩୪ ଏବଂ ଭାଜପାରେ ଏମ୍‌ସିଡିରେ ୧୦୪ ନିର୍ବାଚିତ କାଉନସିଲର ଅଛନ୍ତି। ଏହା ବ୍ୟତୀତ ଏମ୍‌ସିଡିରେ ୧ହ ଜଣ ମନୋନୀତ କାଉନସିଲରଙ୍କୁ ମଧ୍ୟ ନିଯୁକ୍ତ କରାଯାଇଛି, ଯାହାକୁ ଲେଫ୍ଟନାଣ୍ଟ ଗଭର୍ନର ବିନୟ କୁମାର ସାକ୍ସେନା ନିଯୁକ୍ତ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ପ୍ରେସିଡେଣ୍ଟ ହାଉସରେ ଆୟୋଜିତ ଡିନରରେ କାହିଁକି ରାହୁଲଙ୍କୁ ମିଳିଲା ନାହିଁ ନିମନ୍ତ୍ରଣ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ସମୟରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ କେରଳ କଂଗ୍ରେସର ଏକ ପୋଷ୍ଟ ରାଜନୈତିକ ଏବଂ...

ଧାନ ବିକ୍ରି ସମସ୍ୟା, ତାତିଲା କଂଗ୍ରେସ

ବରଗଡ଼,୬।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ନେଇ ନାନା ସମସ୍ୟା ଲାଗି ରହିଛି। ଏଥିପାଇଁ ଚାଷୀମାନଙ୍କୁ ବହୁ ହଇରାଣ ହରକତ ହେବାକୁ ପଡୁଛି।...

ପାକିସ୍ତାନ ସଂସଦରେ ପଶିଲା ଗଧ, ୟୁସୁଫ ରାଜା କହିଲେ, ‘ଜୀବଜନ୍ତୁମାନେ ମଧ୍ୟ ଆଇନ ଉପରେ ନିଜର ମତାମତ ଦେବାକୁ ଆସିଛନ୍ତି’

ଇସଲାମାବାଦ,୬।୧୨: ଡିସେମ୍ବର ୫ରେ, ପାକିସ୍ତାନର ସଂସଦରେ ଏକ ହାସ୍ୟରସପୂର୍ଣ୍ଣ କିନ୍ତୁ ପ୍ରକାଶ୍ୟ ସୁରକ୍ଷା ତ୍ରୁଟି ଦେଖାଦେଲା। ଉଚ୍ଚ ସଦନ ସିନେଟ ଅଧିବେଶନ ଚାଲୁଥିଲା ବେଳେ ହଠାତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri