Posted inଜାତୀୟ

କେନ୍ଦ୍ରକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୪ା୫: ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଆଇନରେ ଜାରି ହୋଇଥିବା ନୋଟିସ ଏବଂ ଗିରଫଦାରି ସମ୍ପର୍କିତ ସବିଶେଷ ତଥ୍ୟ ଦେବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନାଗରିକଙ୍କୁ ସେମାନଙ୍କ ସ୍ବାଧୀନତାରୁ ବଞ୍ଚତ୍ତ କରାଇ ହଇରାଣ କରାଯାଉଥିଲେ, ସେଥିରୁ ସୁରକ୍ଷା ଦେବା ପାଇଁ ଆଇନର ବ୍ୟାଖ୍ୟା କରାଯିବା ସହ ଉପଯୁକ୍ତ ଗାଇଡ୍‌ଲାଇନ ଆଣିବାକୁ ପଡ଼ିପାରେ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ଜିଏସ୍‌ଟି ଆଇନ, ସୀମାଶୁଳ୍କ ଆଇନ ଏବଂ ପିଏମ୍‌ଏଲ୍‌ଏର ବିଭିନ୍ନ ବ୍ୟବସ୍ଥାକୁ ଚ୍ୟାଲେଞ୍ଜ କରି ୧୨୮ଟି ପିଟିଶନ ଦାଏର ହୋଇଥିବାବେଳେ ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା, ଏମ୍‌.ଏମ୍‌. ସୁନ୍ଦ୍ରେଶ ଏବଂ ବେଲା ଏମ୍‌. ତ୍ରିବେଦୀଙ୍କ ସ୍ବତନ୍ତ୍ର ଖଣ୍ଡପୀଠ ଏହାର ଶୁଣାଣି କରିଥିଲେ। ଜିଏସ୍‌ଟି ଆଇନର ଧାରା ୬୯ରେ ରହିଥିବା ଗିରଫ କ୍ଷମତାକୁ ନେଇ ପିଟିଶନରେ ଚିନ୍ତା ପ୍ରକଟ କରାଯାଇଥିଲା। ଆବଶ୍ୟକ ହେଲେ ନାଗରିକ ସ୍ବାଧୀନତାକୁ ସୁଦୃଢ଼ କରିବା ପାଇଁ ଆଇନର ବ୍ୟାଖ୍ୟା କରିବୁ କିନ୍ତୁ ନାଗରିକଙ୍କୁ ହଇରାଣ ହେବାକୁ ଦେବୁନାହିଁ ବୋଲି ଖଣ୍ଡପୀଠ କହିଛନ୍ତି। ଗତ ୩ ବର୍ଷରେ ୧ରୁ ୫ କୋଟି ଟଙ୍କାର ଟିକସ ଫାଙ୍କି ଅଭିଯୋଗରେ ଜିଏସ୍‌ଟି ଆଇନରେ ଜାରି ହୋଇଥିବା ନୋଟିସ ଓ ଗିରଫଦାରି ସମ୍ପର୍କରେ ତଥ୍ୟ ଦାଖଲ କର ବୋଲି ଖଣ୍ଡପୀଠ କେନ୍ଦ୍ର ସରକାରଙ୍କ ତରଫରୁ ଉପସ୍ଥିତ ଅତିରିକ୍ତ ସଲିସିଟର ଜେନେରାଲ ଏସ୍‌.ଭି. ରାଜୁଙ୍କୁ କହିଛନ୍ତି। ଜିଏସ୍‌ଟି ବ୍ୟବସ୍ଥାରେ ତ୍ରୁଟି ଥିଲେ, ତାହାକୁ ଆମେ ଠିକ୍‌ କରିବୁ ବୋଲି ସର୍ବୋଚ୍ଚ ଅଦାଲତ ଜଣାଇଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri