Posted inଜାତୀୟ

ଏନ୍‌ଜିଟି ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୮ା୧୨: ଗୋବରୀ ନଦୀକୁ ଛଡ଼ାଯାଉଥିବା ବର୍ଜ୍ୟଜଳ ନିୟନ୍ତ୍ରଣରେ ବିଫଳତା ପାଇଁ କେନ୍ଦ୍ରାପଡ଼ା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ(ଇଓ)ଙ୍କୁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ୨୪ ଲକ୍ଷ ଟଙ୍କା ଜରିମାନା ଆଦେଶ ଦେଇଥିଲେ। ମ୍ୟୁନିସିପାଲିଟି ପକ୍ଷରୁ ଏନ୍‌ଜିଟି ରାୟକୁ ଚ୍ୟାଲେଞ୍ଜ କରାଯାଇଥିବାବେଳେ ଏହା ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି।
ବର୍ଜ୍ୟଜଳ ଯୋଗୁ ଗୋବରୀ ନଦୀ ପ୍ରଦୂଷିତ ହେବାରେ ଲାଗିଛି। ନର୍ଦ୍ଦମା ପାଣି ରୋକିବାରେ କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ବିଫଳ ହୋଇଛି। ଏଥିଯୋଗୁ ବିପଜ୍ଜନକ ସ୍ଥିତି ସୃଷ୍ଟି ହୋଇଥିବା ଆବେଦନକାରୀ ରବେୟା ତବସୁମ୍‌ ନିଜ ପିଟିଶନରେ ଦର୍ଶାଇଥିଲେ। ଏନ୍‌ଜିଟି ଏହାର ଶୁଣାଣି କରି ଏକ ତଦାରଖ କମିଟି ଗଠନ କରିଥିଲେ। ଉକ୍ତ କମିଟି ଦାଖଲ କରିଥିବା ରିପୋର୍ଟରେ ୨୦୨୦ ଏପ୍ରିଲ ୧ରୁ ୨୦୨୨ ମାର୍ଚ୍ଚ ୩୧ ମଧ୍ୟରେ ହୋଇଥିବା ପ୍ରଦୂଷଣ ପାଇଁ ୨୪ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ଲାଗି ସ୍ଥିର କରିଥିଲା। ତେଣୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ନିକଟରେ ମାସକ ମଧ୍ୟରେ ଜରିମାନା ରାଶି ପଇଠ କରିବାକୁ ଗତ ଜୁଲାଇ ୧୩ରେ କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟିକୁ ନିର୍ଦ୍ଦେଶ ଦିଆଯାଇଥିଲା। ଜଷ୍ଟିସ୍‌ କେ.ଏମ୍‌. ଜୋସେଫ୍‌ ଏବଂ ବି.ଭି. ନାଗରନତ୍ଙ୍କୁ ନେଇ ଗଠିତ ଖଣ୍ଡପୀଠ କେନ୍ଦ୍ର ଓ ଓଡ଼ିଶା ସରକାରଙ୍କୁ ଉକ୍ତ ଆବେଦନ ଉପରେ ଜବାବ ମାଗିଛନ୍ତି। ଏଥିସହ କୋଲକାତାସ୍ଥିତ ଏନ୍‌ଜିଟିଙ୍କ ଇଷ୍ଟର୍ନ ଜୋନ୍‌ ବେଞ୍ଚ ପକ୍ଷରୁ ଦିଆଯାଇଥିବା ପରିବେଶଗତ କ୍ଷତିପୂରଣ ଜରିମାନା ନିର୍ଦ୍ଦେଶ ଉପରେ ପରବର୍ତ୍ତୀ ଶୁଣାଣି ତାରିଖ ପର୍ଯ୍ୟନ୍ତ ସ୍ଥଗିତାଦେଶ ଜାରି କରିଛନ୍ତି। ୨୦୨୩ ଫେବୃୟାରୀ ତୃତୀୟ ସପ୍ତାହରେ ଏହାର ଶୁଣାଣି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲାଲ ସାଗରରେ ତାଣ୍ଡବ କଲେ ହୁତି ବିଦ୍ରୋହୀ! ଭାରତ ଆସୁଥିବା ତେଲ ଟ୍ୟାଙ୍କର ଉପରକୁ ମିଶାଇଲ ମାଡ

ନୂଆଦିଲ୍ଲୀ,୨୭।୪: ହୁତି ବିଦ୍ରୋହୀମାନେ ପୁଣି ଥରେ ଲୋହିତ ସାଗରରେ ଏକ ତାଣ୍ଡବ ସୃଷ୍ଟି କରିଛନ୍ତି। ୟେମେନର ହୁତି ବିଦ୍ରୋହୀ ସଂଗଠନ ଶନିବାର କହିଛି ଯେ ସେମାନଙ୍କର...

ଶୋଇଥିବା ବେଳେ ଫୁଟିଲା ଗୁଳି, ୨ ଯବାନ ଶହୀଦ

ଇମ୍ଫାଲ,୨୭।୪: ମଣିପୁରରେ ପୁଣି ହିଂସା। କେନ୍ଦ୍ରୀୟ ରିଜର୍ଭ ଫୋର୍ସର ଯବାନମାନେ ଶୋଇଥିବା ବେଳେ ସେମାନଙ୍କ ଉପରକୁ ଆକ୍ରମଣ କରିଛନ୍ତି ଉଗ୍ରବାଦୀ । ଏଥିରେ ଦୁଇ ଯବାନ...

୧୦୦% ଭିଭିପିଏଟି ଯାଞ୍ଚ ହେବନାହିଁ

ନୂଆଦିଲ୍ଲୀ,୨୭ା୪: ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନରୁ ବାହାରୁଥିବା ପେପର ସ୍ଲିପ୍‌ର ୧୦୦% ଯାଞ୍ଚ...

୮୮ ଆସନରେ ୬୧% ମତଦାନ

ନୂଆଦିଲ୍ଲୀ,୨୭ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ୧୩ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଅପରାହ୍ନ ୫ଟା...

ସାରା ଦେଶରେ ୟୁସିସି ଲାଗୁହେବ: ଶାହା

ଗୁନା,୨୭ା୪: କଂଗ୍ରେସ ନିର୍ବାଚନ ଇସ୍ତାହାରରେ ଧର୍ମୀୟ ପର୍ସନାଲ ଲ’କୁ କାଏମ ରଖିବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ସାରା ଦେଶରେ ସମାନ ନାଗରିକ ସଂହିତା (ୟୁସିସି) ଲାଗୁ...

ଭାରତ ଛାଡ଼ିବାକୁ ହ୍ବାଟ୍ସଆପ୍‌ର ଚେତାବନୀ

ନୂଆଦିଲ୍ଲୀ,୨୭ା୪: ଭାରତ ସରକାର ଓ ମେଟା ମାଲିକାନାରେ ଥିବା ମେସେଜିଂ ପ୍ଲାଟ୍‌ଫର୍ମ ହ୍ବାଟ୍ସଆପ୍‌ ମଧ୍ୟରେ ବିବାଦ ତେଜିବାରେ ଲାଗିଛି। ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମଗୁଡ଼ିକ ସୂଚନାର ପ୍ରଥମ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri