Posted inଜାତୀୟ

ଏନ୍‌ଜିଟି ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୮ା୧୨: ଗୋବରୀ ନଦୀକୁ ଛଡ଼ାଯାଉଥିବା ବର୍ଜ୍ୟଜଳ ନିୟନ୍ତ୍ରଣରେ ବିଫଳତା ପାଇଁ କେନ୍ଦ୍ରାପଡ଼ା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ(ଇଓ)ଙ୍କୁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ୨୪ ଲକ୍ଷ ଟଙ୍କା ଜରିମାନା ଆଦେଶ ଦେଇଥିଲେ। ମ୍ୟୁନିସିପାଲିଟି ପକ୍ଷରୁ ଏନ୍‌ଜିଟି ରାୟକୁ ଚ୍ୟାଲେଞ୍ଜ କରାଯାଇଥିବାବେଳେ ଏହା ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି।
ବର୍ଜ୍ୟଜଳ ଯୋଗୁ ଗୋବରୀ ନଦୀ ପ୍ରଦୂଷିତ ହେବାରେ ଲାଗିଛି। ନର୍ଦ୍ଦମା ପାଣି ରୋକିବାରେ କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟି ବିଫଳ ହୋଇଛି। ଏଥିଯୋଗୁ ବିପଜ୍ଜନକ ସ୍ଥିତି ସୃଷ୍ଟି ହୋଇଥିବା ଆବେଦନକାରୀ ରବେୟା ତବସୁମ୍‌ ନିଜ ପିଟିଶନରେ ଦର୍ଶାଇଥିଲେ। ଏନ୍‌ଜିଟି ଏହାର ଶୁଣାଣି କରି ଏକ ତଦାରଖ କମିଟି ଗଠନ କରିଥିଲେ। ଉକ୍ତ କମିଟି ଦାଖଲ କରିଥିବା ରିପୋର୍ଟରେ ୨୦୨୦ ଏପ୍ରିଲ ୧ରୁ ୨୦୨୨ ମାର୍ଚ୍ଚ ୩୧ ମଧ୍ୟରେ ହୋଇଥିବା ପ୍ରଦୂଷଣ ପାଇଁ ୨୪ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ଲାଗି ସ୍ଥିର କରିଥିଲା। ତେଣୁ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ନିକଟରେ ମାସକ ମଧ୍ୟରେ ଜରିମାନା ରାଶି ପଇଠ କରିବାକୁ ଗତ ଜୁଲାଇ ୧୩ରେ କେନ୍ଦ୍ରାପଡ଼ା ମ୍ୟୁନିସିପାଲିଟିକୁ ନିର୍ଦ୍ଦେଶ ଦିଆଯାଇଥିଲା। ଜଷ୍ଟିସ୍‌ କେ.ଏମ୍‌. ଜୋସେଫ୍‌ ଏବଂ ବି.ଭି. ନାଗରନତ୍ଙ୍କୁ ନେଇ ଗଠିତ ଖଣ୍ଡପୀଠ କେନ୍ଦ୍ର ଓ ଓଡ଼ିଶା ସରକାରଙ୍କୁ ଉକ୍ତ ଆବେଦନ ଉପରେ ଜବାବ ମାଗିଛନ୍ତି। ଏଥିସହ କୋଲକାତାସ୍ଥିତ ଏନ୍‌ଜିଟିଙ୍କ ଇଷ୍ଟର୍ନ ଜୋନ୍‌ ବେଞ୍ଚ ପକ୍ଷରୁ ଦିଆଯାଇଥିବା ପରିବେଶଗତ କ୍ଷତିପୂରଣ ଜରିମାନା ନିର୍ଦ୍ଦେଶ ଉପରେ ପରବର୍ତ୍ତୀ ଶୁଣାଣି ତାରିଖ ପର୍ଯ୍ୟନ୍ତ ସ୍ଥଗିତାଦେଶ ଜାରି କରିଛନ୍ତି। ୨୦୨୩ ଫେବୃୟାରୀ ତୃତୀୟ ସପ୍ତାହରେ ଏହାର ଶୁଣାଣି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri