Posted inଜାତୀୟ

ଶୁଣାଣି ବନ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୫ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ବ୍ରିଜ ଭୂଷଣ ଶରନ ସିଂଙ୍କ ବିରୋଧରେ ମହିଳା କୁସ୍ତିଯୋଦ୍ଧାମାନେ ଆଣିଥିବା ଯୌନ ନିର୍ଯାତନା ଅଭିଯୋଗର ଶୁଣାଣିକୁ ସୁପ୍ରିମକୋର୍ଟ ଗୁରୁବାର ବନ୍ଦ କରିଦେଇଛନ୍ତି। ବ୍ରିଜଭୂଷଣଙ୍କ ବିରୋଧରେ ଏତଲା ଦାଏର ହେବା ସହ ଆବେଦନକାରିଣୀମାନଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ଯୋଗାଇଦିଆଯାଇଥିବା ସର୍ବୋଚ୍ଚ ଅଦାଲତ କହିଛନ୍ତି। ସୁପ୍ରିମକୋର୍ଟ କିମ୍ବା ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ତତ୍ତ୍ୱାବଧାନରେ ଭାଜପା ଏମ୍‌ପି ବ୍ରିଜଭୂଷଣଙ୍କ ବିରୋଧରେ ଅଭିଯୋଗର ତଦନ୍ତ ପାଇଁ କୁସ୍ତିଯୋଦ୍ଧାମାନଙ୍କ ଓକିଲ କରିଥିବା ନିବେଦନକୁ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ ଜେ.ବି. ପର୍ଡିଓ୍ବାଲା ଏବଂ ପି.ଏସ୍‌. ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠ ଅଗ୍ରାହ୍ୟ କରିଦେଇଛନ୍ତି। ତେବେ କୁସ୍ତିଯୋଦ୍ଧାମାନେ ଦିଲ୍ଲୀ ହାଇକୋର୍ଟ କିମ୍ବା ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ଦ୍ୱାରସ୍ଥ ହୋଇପାରିବେ। ଏତଲା ଦାଏର ପାଇଁ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିବାବେଳେ ସେହି ଉଦ୍ଦେଶ୍ୟ ପୂରଣ ହୋଇଥିବା ଖଣ୍ଡପୀଠ କହିଥିଲେ।
ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ସେମାନଙ୍କ ପ୍ରତି ଝଟକା ନୁହେଁ ବୋଲି କୁସ୍ତିଯୋଦ୍ଧାମାନେ କହିବା ସହ ସେମାନଙ୍କ ଆନ୍ଦୋଳନ ଜାରି ରହିବ ବୋଲି କହିଛନ୍ତି। ଜଣେ ନାବାଳିକାଙ୍କ ସମେତ ୭ ମହିଳା କୁସ୍ତିଯୋଦ୍ଧାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗରେ ବ୍ରିଜଭୂଷଣଙ୍କ ଗିରଫ ଦାବି କରି ସେମାନେ ଏପ୍ରିଲ ୨୩ରୁ ଦିଲ୍ଲୀର ଯନ୍ତରମନ୍ତରରେ ଧାରଣାରେ ବସିରହିଛନ୍ତି। ସୁପ୍ରିମକୋର୍ଟଙ୍କ ରାୟକୁ ଆମେ ସମ୍ମାନ ଦେଉଛୁ, ତେବେ ଆନ୍ଦୋଳନ ଜାରି ରହିବ ବୋଲି ରିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ସାକ୍ଷୀ ମଲିକ କହିଛନ୍ତି। ବରିଷ୍ଠମାନଙ୍କ ସହ ପରାମର୍ଶ କରି ପରବର୍ତ୍ତୀ କାର୍ଯ୍ୟଯୋଜନା ପ୍ରସ୍ତୁତ କରିବୁ ବୋଲି ଭିନେଶ ଫୋଗତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

୨୪ ଘଣ୍ଟାରେ ହୋଇପାରେ ଆମେରିକା-ଇରାନ ଶାନ୍ତି ଚୁକ୍ତି: ଶେହବାଜ

ଇସ୍‌ଲାମାବାଦ,୧୩ା୬: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ବନ୍ଦ ପାଇଁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଚୂଡ଼ାନ୍ତ ହୋଇପାରେ ବୋଲି ମୁଖ୍ୟ ମଧ୍ୟସ୍ଥ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri