ଭୁବନେଶ୍ୱର,୧୩ା୧(ବ୍ୟୁରୋ): ସୁପ୍ରିମକୋର୍ଟ ୩ଟି କୃଷି ଆଇନ ବାବଦରେ ଯେଉଁ ରାୟ ଦେଇଛନ୍ତି ତାହା କେନ୍ଦ୍ରରେ ଥିବା ଏକ ଅଗଣତାନ୍ତ୍ରିକ ସରକାର ପାଇଁ ସତର୍କଘଣ୍ଟି ବୋଲି ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। ସେ କହିଛନ୍ତି, ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ଯେଭଳି ସଂଖ୍ୟା ଦୃଷ୍ଟିକୋଣରୁ କେନ୍ଦ୍ରର ସରକାର ଭାରତବର୍ଷର ୧୪ କୋଟି କୃଷକଙ୍କ ଦାବିକୁ ନ ଶୁଣି ଚାଲିଛି, ଏହା ଏକ ଘୋର ବିଡ଼ମ୍ବନା ବୋଲି ସୁପ୍ରିମକୋର୍ଟ ଉଦ୍ବେଗ ପ୍ରକାଶ କରିଛନ୍ତି। କାହିଁକି ତାରିଖ ପରେ ତାରିଖ ଦିଆଚାଲିଛି ତାହା ଉପରେ ମଧ୍ୟ ପ୍ରଶ୍ନ କରିଛନ୍ତି। ଆନ୍ଦୋଳନରତ କୃଷକ ନେତାଙ୍କ ଏ ପର୍ଯ୍ୟନ୍ତ କୌଣସି ପ୍ରତିକ୍ରିୟା ସୁପ୍ରିମକୋର୍ଟର ରାୟ ପରେ ମିଳିପାରି ନାହିଁ। ତାଙ୍କ ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ଆଗକୁ ଏହି ଆନ୍ଦୋଳନର କାର୍ଯ୍ୟପନ୍ଥା ସ୍ଥିର ହେବ ଏବଂ ଆନ୍ଦୋଳନ ଏକ ନିର୍ଣ୍ଣାୟକ ମୋଡରେ ପହଞ୍ଚିବ। କିନ୍ତୁ ଉଚ୍ଚତମ ନ୍ୟାୟାଳୟର ସିଧା ନିର୍ଦ୍ଦେଶ ହେଉଛି ଏ କୃଷି ଆଇନକୁ ସ୍ଥଗିତ ରଖାଯାଉ। ତେଣୁ ମୋଦି ସରକାର ଏଥିରୁ ବୁଝିନେବା ଦରକାର ଯେ, ତରବରିଆ ଭାବେ ଏହାର କାର୍ଯ୍ୟକାରିତା ଦରକାର ନାହିଁ ବୋଲି ନିରଞ୍ଜନ କହିଛନ୍ତି।
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର
ଭୁବନେଶ୍ବର,୨ା୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…
ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା
ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍ପି ଅନନ୍ତ ନାୟକଙ୍କ ଅବକାରୀ…
ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…
ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….
ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…
ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….
ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…
ଫିଲ୍ମ ଷ୍ଟାଇଲ୍ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…
ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…
Archives

