କରୋନାରେ ଆକ୍ରାନ୍ତ ମାଓବାଦୀ ଦମ୍ପତିଙ୍କ ଆତ୍ମସମର୍ପଣ

ମାଲକାନଗିରି/ଏମ୍‌ଭି୭୯,୧୩।୫: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ କାଙ୍କେର ଜିଲାରେ ଥିବା ବିଏସ୍‌ଏଫ୍‌ କ୍ୟାମ୍ପରେ ଗୁରୁବାର କରୋନାରେ ଆକ୍ରାନ୍ତ ହୋଇ ମାଓବାଦୀ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ସେମାନେ ହେଲେ ଅର୍ଜୁନ ତାତି ଓ ଲକ୍ଷ୍ମୀ ତାତି। ଆତ୍ମସମର୍ପଣ ପରେ ଦମ୍ପତିଙ୍କ ଚିକିତ୍ସା ବ୍ୟବସ୍ଥା କାଙ୍କେର ଚିକିତ୍ସାଳୟରେ କରାଯାଇଛି। ସେଠାରେ ପରୀକ୍ଷା ପରେ ଉଭୟେ କରୋନାରେ ଆକ୍ରାନ୍ତ ଥିବା ସ୍ପଷ୍ଟ ହୋଇଛି। ଦୀର୍ଘ ଦିନ ଧରି ଦୁହେଁ ମାଓବାଦୀ ସଙ୍ଗଠନରେ କାର୍ଯ୍ୟ କରୁଥିଲେ। ଉତ୍ତର ବସ୍ତରରେ ଏରିଆ କମିଟି ମେମ୍ବର ଭାବେ କାର୍ଯ୍ୟ ସମ୍ପାଦନ କରୁଥିବା ବସ୍ତର ଆଇଜି ଟି. ସୁନ୍ଦରରାଜ କହିଛନ୍ତି। ସେ କହିଛନ୍ତି, ମାଓବାଦୀ ଦମ୍ପତିଙ୍କ ବିରୋଧରେ ପୂର୍ବରୁ ବିଭିନ୍ନ ଥାନାରେ ଅପରାଧିକ ମାମଲା ରହିଛି । ତଥାପି ସେମାନେ ସମାଜର ମୁଖ୍ୟସ୍ରୋତକୁ ଫେରିବାକୁ ଆତ୍ମ ସମର୍ପଣ କରିଥିବାରୁ ସରକାରଙ୍କ ଥଇଥାନ ନୀତି ଅନୁଯାୟୀ ଉଭୟଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?