ଚଳିତ ମାସରୁ ଆରମ୍ଭ ହେବ ସର୍ଭେ

ନବରଙ୍ଗପୁର, ୧୧।୧(ବି.ପ୍ର.):  ନବରଙ୍ଗପୁର ଜିଲାପାଳ କମଳଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରଣାଳୟ ଆନୁକୂଲ୍ୟରେ ଓଡ଼ିଶା ସରକାରଙ୍କ ଯୋଜନା ଓ ସଂଯୋଜନ ବିଭାଗ ଏବଂ ଅର୍ଥନୀତି ଓ ପରିସଂଖ୍ୟାନ ନିର୍ଦ୍ଦେଶାଳୟ ତତ୍ତ୍ୱାବଧାନରେ ଜିଲା ପ୍ରଶାସନ ପକ୍ଷରୁ ହେବାକୁ ଥିବା ଏକାଦଶ କୃଷି ଗଣନା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଛି।
ପ୍ରାରମ୍ଭିକ ସୂଚନାରେ ଜିଲାପାଳ ଚଳିତ ଏକାଦଶ କୃଷି ଗଣନାର ଆଭିମୁଖ୍ୟ ସହ ଏଥିରେ ସାମିଲହେବାକୁ ଥିବା ନୂତନ ନିୟମାବଳୀକୁ ପାଳନକରି ସର୍ଭେ କାମ ଧାର୍ଯ୍ୟ ସମୟ ମଧ୍ୟରେ ସମାପ୍ତ କରିବାକୁ ପରାମର୍ଶ ଦେଇଥିଲେ। ଜାନୁୟାରୀରୁ କ୍ଷେତ୍ରୀୟ ସର୍ଭେ କାର୍ଯ୍ୟ ଆରମ୍ଭ କରାଯିବା ନେଇ ବୈଠକରେ ଆଲୋଚନା ହୋଇଛି। ଏହି ଗଣନା କାର୍ଯ୍ୟରେ ଜିଲା ପରିସଂଖ୍ୟାନ ବିଭାଗର କ୍ଷେତ୍ର ସର୍ଭେୟର ଓ ନିରୀକ୍ଷକ, କୃଷି ବିଭାଗର ଗ୍ରାମ କୃଷି କର୍ମଚାରୀ ଓ ପରିଦର୍ଶକ ଏବଂ ରାଜସ୍ବ ବିଭାଗର ଅମିନ ଓ ଅତିରିକ୍ତ ରାଜସ୍ବ ନିରୀକ୍ଷକ ସାମିଲ ହେବେ। ସମସ୍ତ ଗଣନାକାରୀଙ୍କ କାର୍ଯ୍ୟକୁ ତଦାରଖ କରିବା ପାଇଁ ପରିସଂଖ୍ୟାନ ବିଭାଗର ଅଧିକାରୀ ଏବଂ ରାଜସ୍ବ ନିରୀକ୍ଷକ ସୁପରଭାଇଜରଭାବେ କାମ କରିବେ। ଜିଲାର ୮୮୭ ରାଜସ୍ବ ଗ୍ରାମ ଓ ସହରାଞ୍ଚଳରେ ସର୍ଭେ କାମ କରାଯିବା। ଗଣନା କାର୍ଯ୍ୟ ତଦାରଖ ଓ ଧାର୍ଯ୍ୟ ସମୟରେ ସରିବା ନିମନ୍ତେ ସମସ୍ତ ଉପଜିଲାପାଳ ଉପଖଣ୍ଡସ୍ତରୀୟ ନୋଡାଲ ଅଧିକାରୀ ଏବଂ ସମସ୍ତ ତହସିଲଦାର ତହସିଲସ୍ତରୀୟ ନୋଡାଲ ଅଧିକାରୀଭାବେ କାର୍ଯ୍ୟ କରିବେ। ଏହି ଗଣନା କାର୍ଯ୍ୟରେ ଜମିର ମାଲିକାନା, ଜମିର ଆକାର ପ୍ରକାର, କ୍ଷୁଦ୍ର ନାମମାତ୍ର ଚାଷୀ, ବୃହତ୍‌ ଚାଷୀ, ବ୍ୟକ୍ତିଗତ ଜୋତ,ଯୁଗ୍ମ ଜୋତ, ଆନୁଷ୍ଠାନିକ ଜୋତ, କୃଷି ଯନ୍ତ୍ରପାତି ଉପଯୋଗ, ଜୈବିକ ଓ ରାସାୟନିକ ସାର, କୀଟନାଶକ ଆଦିର ବ୍ୟବହାର, ବ୍ୟବହୃତ ଚାଷଜମି ତଥା ଅନ୍ୟ କୃଷି ଆନୁଷାଙ୍ଗିକ ବ୍ୟବହାର, ଫସକଲ ପ୍ରଣାଳୀ ଉପରେ ତଥ୍ୟ ସଂଗ୍ରହ କରାଯିବ। ଏହି ସଂଯୋଜନା କମିଟି ବୈଠକ ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ ଭାରପ୍ରାପ୍ତ ଉପନିର୍ଦ୍ଦେଶକ ଉଦୟନାଥ ବେହେରାଙ୍କ ଆବାହନରେ ଅନୁଷ୍ଠିତ ହୋଇଥିଲା। କମିଟି ସଦସ୍ୟ ତଥା ଜିଲା ମୁଖ୍ୟ କୃଷି ଅଧିକାରୀ ଜି. ଭେଙ୍କଟ ରେଡ୍ଡୀ, ଜିଲା ଅତିରିକ୍ତ ଉଦ୍ୟାନ କୃଷି ଅଧିକାରୀ ଭାବଗ୍ରାହୀ ବେହେରା, ଅତିରିକ୍ତ ପ୍ରାଣୀ ସମ୍ପଦ ଅଧିକାରୀ ଡ. ସୁନୀଲ କୁମାର ପ୍ରଧାନ, ସମବାୟ ସମିତି ଉପନିବନ୍ଧକ ମୋନିକା ରାୟ, ଡିଆଇପିଆର୍‌ଓ ହଲଧର ନିଆଲ, ଜିଲା ସୂଚନା ବିଜ୍ଞାନ ଉପନିର୍ଦ୍ଦେଶକ ବିଶ୍ୱରଞ୍ଜନ ଭୁକ୍ତା, ଜିଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟର ନିତ୍ୟାନନ୍ଦ ବେହେରା, ନରେନ୍ଦ୍ର ନାଏକ, ଭରତ ଚନ୍ଦ୍ର ଶୁଣ୍ଡୀ, ରୋନାଲି ନାୟକ ପ୍ରମୁଖ ଆଲୋଚନାବେଳେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri