ସମୁଦ୍ରରେ ବୋଟ୍‌ରୁ ସନ୍ଦିଗ୍ଧ ଯୁବକ ଠାବ

ପାରାଦୀପ,୨।୯ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦରରୁ ସମୁଦ୍ରକୁ ଯାଇଥିବା ଏକ ବୋଟ୍‌ରୁ ବୁଧବାର ରାତିରେ ଜଣେ ସନ୍ଦିଗ୍ଧ ଯୁବକଙ୍କୁ ମତ୍ସ୍ୟଜୀବୀମାନେ ଅଚାନକ ଠାବ କରିଥିଲେ। ସେମାନେ ଶୁକ୍ରବାର ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ପହଞ୍ଚତ୍ ତାଙ୍କୁ ମେରାଇନ ଥାନା ପୋଲିସକୁ ହସ୍ତାନ୍ତର କରିଛନ୍ତି। ମେରାଇନ ଥାନାଧିକାରୀ ସବ୍ୟସାଚୀ ରାଉତ କହିଛନ୍ତି, କୁଶ ର୍ତିକୀ ଓରାମଙ୍କ ଘର ଝାଡ଼ଖଣ୍ଡ ସିନ୍ଦେଗା ଜିଲା ଅଞ୍ଚଳରେ। ସେ ମାନସିକ ବିକାରଗ୍ରସ୍ତ ବୋଲି ଆଶଙ୍କା କରାଯାଉଛି। ତାଙ୍କ ପାଖରୁ ଗୋଟିଏ ଏଟିଏମ୍‌ କାର୍ଡ ମିଳିଛି। ତାହା ଅନ୍ୟ ଜଣଙ୍କର ଅଚଳ ଏଟିଏମ୍‌। ପ୍ରକାଶ ଯେ, ପାରାଦୀପ ମାଛଧରା ବନ୍ଦରରୁ ‘ଓମ୍‌ ନମଃ ଶିବାୟ’ ବୋଟ୍‌ ଅଗଷ୍ଟ ୨୪ରେ ସମୁଦ୍ରକୁ ଯାଇଥିଲା। ସେଥିରେ ୭ ମତ୍ସ୍ୟଜୀବୀ ଥିଲେ। ବୋଟ୍‌ ଚାଳକ ପହଲି ସ୍ବାଇଁଙ୍କ ସୂଚନା ଅନୁଯାୟୀ, ବୁଧବାର ରାତି ୧୦ଟା ବେଳେ ଚିଲିକାଠାରୁ ୭୦ ମାଇଲ ଦୂର ସମୁଦ୍ରରେ ସେମାନେ ଜାଲ ପକେଇସାରି ବୋଟ୍‌ରେ ଶୋଇପଡ଼ିଥିଲେ। ରାତି ୨ଟାରେ ବୋଟ୍‌ ଉପରେ ଉକ୍ତ ସନ୍ଦିଗ୍ଧ ଯୁବକଙ୍କୁ ଉଲଗ୍ନ ଅବସ୍ଥାରେ ଶୋଇଥିତ୍ବା ଜଣେ କର୍ମଚାରୀ ଦେଖିଥିଲେ। ଯୁବକଙ୍କୁ ପଖାଳ ଓ ଆଚାର ଖାଇବାକୁ ଦିଆଯାଇଥିଲା। ପୋଷାକ ମଧ୍ୟ ଦିଆଯାଇଥିଲା। ତାଙ୍କୁ ମତ୍ସ୍ୟଜୀବୀମାନେ କେମିତି ଆସିଲ ବୋଲି ପଚାରିବାରୁ ବନ୍ୟା ଯୋଗୁ ଭାସିଯାଇଥିଲେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri