ଜଳାଶୟକୁ ପଶୁଛି ଡାକ୍ତରଖାନା ଆବର୍ଜନା

ବରଗଡ,୨୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଟୁକୁର୍ଲା (ଖେଦାପାଲି)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାର ଆବର୍ଜନା ନିକଟସ୍ଥ ଏକ ଜଳାଶୟକୁ ପଶୁଥିବା ଯୋଗୁ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି କ୍ରମରେ ସୋମବାର ଡାକ୍ତରଖାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ଟୁକୁର୍ଲା ଗ୍ରାମର ଶତାଧିକ ଗ୍ରାମବାସୀ ଡାକ୍ତରଖାନାରେ ପହଞ୍ଚତ୍ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ତେବେ ଡାକ୍ତରଖାନାର ବର୍ଜ୍ୟବସ୍ତୁ ଟ୍ରିଟମେଣ୍ଟ ପ୍ଲାଣ୍ଟ ନିର୍ମାଣ ପାଇଁ ୪କୋଟି ଟଙ୍କା ମଞ୍ଚୁର ହୋଇ ସାରିଥିବା ନେଇ ପୂର୍ତ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀ ସୂଚନା ଦେବା ପରେ ଆନ୍ଦୋଳନ ଥମିଥିଲା।
ପ୍ରକାଶ ଯେ, ବରଗଡ଼ ସହରଠାରୁ ପ୍ରାୟ ୮କି.ମି ଦୂର ଟୁକୁର୍ଲା(ଖେଦାପାଲି)ରେ ଜିଲା ମୁଖ୍ୟ ଡାକ୍ତରଖାନା ରହିଛି। ଡାକ୍ତରଖାନାର ଅନତିଦୂରରେ ଟୁକୁର୍ଲା ଗ୍ରାମବାସୀଙ୍କ ପ୍ରାୟ ୮୪ଏକର ପରିମିତ ଏକ ଜଳାଶୟ ରହିଛି। ଉକ୍ତ ଜଳାଶୟରେ ଲୋକେ ପୂଜାପାଠ ସହିତ ସ୍ନାନ କରିଥାନ୍ତି। କିନ୍ତୁ ଜିଲା ମୁଖ୍ୟ ଡାକ୍ତରଖାନା କାର୍ଯ୍ୟକ୍ଷମ ହେବା ପରଠାରୁ ଜଳାଶୟ ପାଣି ଦୂଷିତ ହେବାରେ ଲାଗିଛି। ଡାକ୍ତରଖାନାରୁ ନିର୍ଗତ ମଇଳା ପାଣି ସହିତ ବ୍ୟବହୃତ ବ୍ୟାଣ୍ଡେଜ କପଡ଼ା, ତୁଳା, ସାଲାଇନ ବୋତଲ ଆଦି ଆବର୍ଜନା ଜଳାଶୟ ଭିତରକୁ ପଶୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ପ୍ରଦୂଷିତ ପାଣି ବ୍ୟବହାର କରି ଲୋକେ ବିଭିନ୍ନ ସଂକ୍ରାମକ ରୋଗରେ ମଧ୍ୟ ଆକ୍ରାନ୍ତ ହେଉଥିବା କହିଛନ୍ତି। ଏ ନେଇ ବାରମ୍ବାର ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ ସତ୍ତ୍ୱେ ଏହାର ପ୍ରତିକାର ବ୍ୟବସ୍ଥା କରାଯାଇ ନ ଥିବା ଅଭିଯୋଗ ନେଇ ଉତ୍ତେଜନା ଦେଖାଯାଇଥିଲା।
ଗ୍ରାମର ଶତାଧିକ ଲୋକ ଡାକ୍ତରଖାନାରେ ପହଞ୍ଚିଥିଲେ ଏବଂ ସେହି ସମସ୍ୟା ପ୍ରତି ଡାକ୍ତରଖାନା କର୍ତ୍ତୃପକ୍ଷ ଆଖିବୁଝି ଦେଇଥିବା ଅଭିଯୋଗ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଗ୍ରାମବାସୀଙ୍କ ଆନ୍ଦୋଳନ ଚାଲିଥିବାବେଳେ ଡାକ୍ତରଖାନାରେ ନୂତନ ସି.ଟି ସ୍କାନ ମେଶିନ ଉଦ୍‌ଘାଟନ ପାଇଁ ଜିଲାପାଳ ଆଦିତ୍ୟ ଗୋୟଲଙ୍କ ସମେତ ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ, ବିଧାୟକ ଅଶ୍ୱିନୀ ଷଡ଼ଙ୍ଗୀ, ବିଧାୟକ ନିହାର ରଞ୍ଜନ ମହାନନ୍ଦ ପ୍ରମୁଖ ଡାକ୍ତରଖାନାରେ ପହଞ୍ଚିଥିଲେ। ଲୋକେ ଜଳାଶୟ ପାଣି ସମସ୍ୟା ନେଇ ସେମାନଙ୍କୁ ଅବଗତ କରିଥିଲେ। ପରେ ପୂର୍ତ୍ତ ବିଭାଗର ନିର୍ବାହୀ ଯନ୍ତ୍ରୀ ସେଠାରେ ପହଞ୍ଚତ୍ ଡାକ୍ତରଖାନା ପାଇଁ ବର୍ଜ୍ୟବସ୍ତୁ ପରିଚାଳନା ଟ୍ରିଟମେଣ୍ଟ ପ୍ଲାଣ୍ଟ ହେବ ଏବଂ ଏଥିପାଇଁ ଅର୍ଥ ମଞ୍ଜୁର ହୋଇଥିବା ସୂଚନା ଦେବା ପରେ ଲୋକେ ଆନ୍ଦୋଳନରୁ ଓହରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri