ମହାସମାରୋହରେ ପାଳିତ ହେଲା ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ସାମିଲ ହେଲେ ହଜାର ହଜାର ଶ୍ରଦ୍ଧାଳୁ

ଭବାନୀପାଟଣା/ଜୁନାଗଡ଼, ୨୪।୯(ଉତ୍ତମ କୁମାର ଦାଶ /ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡର ଅଧୃଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ଵରୀଙ୍କ ଖଣ୍ଡାବସା ପର୍ବ ମଙ୍ଗଳବାର ସନ୍ଧାରେ ମହାସମାରୋହରେ ପାଳିତ। କଳାହାଣ୍ଡି ମହାରାଜ ଅନନ୍ତ ପ୍ରସାଦ ଦେଓଙ୍କ ଉପସ୍ଥିତିରେ ପର୍ବ ପାଳିତ ହୋଇଛି। ମା’ଙ୍କ ଦର୍ଶନ ସିଧାସଳଖ ଭାବେ କରିଥିବାରୁ ଭକ୍ତମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା।

ସନ୍ଧ୍ୟା ୬ଟା ୧୫ରେ ମା’ ଲଙ୍କେଶ୍ଵରୀଙ୍କ ମନ୍ଦିରରୁ ସ୍ଥାନୀୟ ଘଣ୍ଟ ଦଳ ସହ ଏକ ଶୋଭାଯାତ୍ରାରେ ପୂଜକ ମା’ଙ୍କ ପାଟଖଣ୍ଡାକୁ ଧରି ନିକଟ ଡାକବଙ୍ଗଳାରେତିଆରି ଅସ୍ଥାୟୀ ଝୁପୁଡି କୁଡିଆ ଘରକୁ ନେଇଥିଲେ। ସେହିପରି ବୁଢାରଜା ମନ୍ଦିରରୁ ଶଂଙ୍ଖୁଆରୀ ଆଉ ଏକ ଖଣ୍ଡା ଧରି ସେଠାକୁ ଆଣିଥିଲେ। ଉପରୋକ୍ତ ଅସ୍ଥାୟୀ ଘରେ ମା’ ଲଙ୍କେଶ୍ଵରୀଙ୍କ ପାଟଖଣ୍ଡା ଓ ବୁଢା ରଜାଙ୍କ ଖଣ୍ଡାକୁ ସ୍ବର୍ଣ୍ଣାକାର ବାଳକୃଷ୍ଣ ଆଚାରୀ ପୂଜାର୍ଚ୍ଚନା କରି ମାର୍ଜନା କରିଥିଲେ। ମାର୍ଜନା ପରେ ଲଙ୍କେଶ୍ଵରୀ ମନ୍ଦିର ପୂଜକ ମା’ଙ୍କ ଖଣ୍ଡାକୁ ଧରି ଲଙ୍କେଶ୍ଵରୀ ମନ୍ଦିରକୁ ଯାଇଥିଲେ।

ସେହିପରି ଶଂଙ୍ଖୁଆରୀ ମା’ଲଙ୍କେଶ୍ବରୀଙ୍କ ପାଟ ଖଣ୍ଡାକୁ ମାର୍ଜନ ପାଇଁ ମଧ୍ୟ ତାଙ୍କ ଖଣ୍ଡାକୁ ନେଇ ବୁଢାରଜା ମନ୍ଦିରକୁ ଯାଇଥିଲେ। ମା’ ଲଙ୍କେଶ୍ଵରୀଙ୍କ ପାରମ୍ପରିକ ରୀତିନୀତରେ ପୂଜାର୍ଚ୍ଚନା ପରେ ରାତିରେ ମା’ଙ୍କ ପାଟଖଣ୍ଡାକୁ ଚାଉଳ ଉପରେ ବସାଯାଇଥିଲା। କିଛି ସମୟ ପରେ ଏକ ଛୋଟ ପଶୁ (ପାଟଗଡରା) ବଳି ଦିଆଯାଇଥିଲା। ମଧ୍ୟ ରାତ୍ରିରେ ଦେବୀଙ୍କ ମନ୍ଦିର ପରିସରରେ ଥ‌ିବା ଶିମୁଳି ଗଛ ମୁଳରେ ମହାପଶୁ (ପୋଢ) ବଳି ଦିଆଯାଇଥିଲା। ପର୍ବ ଶାନ୍ତିଶୃଙ୍ଖଳା ସହିତ ହେବ ସେ ନେଇ ଜୁନାଗଡ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଥିଲା। ଏଥିପାଇଁ ୧ ପ୍ଲାଟୁନ ପୋଲିସ ନିୟୋଜିତ ଥିଲେ। ଧର୍ମଗଡ଼ ଉପଖଣ୍ଡର ବିଭିନ୍ନ ଥାନାରୁ ଏସଆଇ ଓ ଏଏସଆଇ ପୋଲିସ ଅଧିକାରୀ ଯୋଗଦେଇ ଶାନ୍ତିଶୃଙ୍ଖଳା ନିୟନ୍ତ୍ରଣ କରିଥିଲେ। ଖଣ୍ଡାବସା ଉପଲକ୍ଷେ ମା’ଙ୍କ ପୀଠ ନିକଟରେ ସ୍ଥାନୀୟ ମେଲୋଡି ଗ୍ରୁପ
ପକ୍ଷରୁ ବିଭିନ୍ନ ପ୍ରକାର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସେହିପରି ଲଙ୍କେଶ୍ୱରୀ କ୍ଲବ ପକ୍ଷରୁ ଏକ ଡ୍ୟାନ୍ସ ବିଚିତ୍ରା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

ଏଥିରେ ମୁଖ୍ୟ ଅତିଥି ଭାବେ କୁମାର ସାହେବ ତଥା ପୂର୍ବତନ ସାଂସଦ ଅର୍କ କେଶରୀ ଦେଓ ସମ୍ମାନିତ ଅତିଥି ଭାବେ ଜୁନାଗଡ ଏନ୍‌ଏସି ଉପାଧ୍ୟକ୍ଷା ହିମାଦ୍ରୀ ନାଏକ,ବରିଷ୍ଠ ଆଇନଜୀବୀ ହିମାଂଶୁ ଶେଖର ବରାଡ଼,ଖବରଦାତା ସନ୍ତୋଷ ସିଂଦେଓ, ଲଙ୍କେଶ୍ୱରୀ କ୍ଲବର ସଭାପତି ସୁରେନ୍ଦ୍ର ସାହୁ,ପଣ୍ଡରାମାଲି ସମାଜର ସଭାପତି ପ୍ରକାଶ ଚନ୍ଦ୍ର ନାଏକ
ସମେତ ଏନ ଏସି କାଉନସିଲର ମାନେ ଯୋଗଦେଇ ମା’ଲଙ୍କେଶ୍ୱରୀଙ୍କ ପବିତ୍ର ଖଣ୍ଡାବସା ଉପରେ କହିଥିଲେ।

କାର୍ଯ୍ୟକ୍ରମକୁ ମନୋଜ ମେହେର ଓ ଚନ୍ଦ୍ରଧ୍ଵଜ ଗୁରୁ ପରିଚାଳନା କରିଥିଲେ।ସେହିପରି କାର୍ଯ୍ୟକ୍ରମ ଆରମ୍ଭରେ କ୍ଲବର ଉପଦେଷ୍ଟା ଦୁର୍ଗା ପ୍ରସାଦ ନାଏକ ସ୍ୱାଗତ ଭାଷଣ ଦେଇଥିଲେ। ପରେ ଡ୍ୟାନ୍ସ ବିଚିତ୍ରା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ସ୍ଥାନୀୟ ଅନେକ କଳାକାର ଯୋଗଦେଇ ନିଜର କଳା ପରିବେଷଣ କରିଥିଲେ।ଯାହାକି ବେଶ ଚିତାକର୍ଷକ ହୋଇଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକି ଉଠିଥିଲା ମା’ଲଙ୍କେଶ୍ଵରୀଙ୍କ ପୀଠ। ପରେ
କୃତୀ ହୋଇଥିବା ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ଖଣ୍ଡାବସା ପର୍ବରେ ଜିଲା ତଥା ଜିଲା ବାହାରର ଅନେକ ଶ୍ରଦ୍ଧାଳୁ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri