ରାଜାଙ୍କ ପ୍ରତିମୂର୍ତ୍ତିକୁ ଫେରିଲା ଖଣ୍ଡା

ଅନୁଗୋଳ ଅଫିସ, ୨୭ା୧୦: ଅନୁଗୋଳର ଗର୍ବ ଓ ଗୌରବ ମହାରାଜା ସୋମନାଥ ସିଂହ ଜଗଦ୍ଦେବଙ୍କ ପ୍ରତିମୂର୍ତ୍ତିରୁ ଗତ ୧୯ ତାରିଖରୁ ଗାଏବ ହୋଇଯାଇଥିବା ଖଣ୍ଡା ଶେଷରେ ଫେରାଇ ଆଣାଯାଇଛି। ଜଣେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତି ପ୍ରତିମୂର୍ତ୍ତିରୁ ଖଣ୍ଡା ନେଇ ସହରରେ ବୁଲୁଥିବା ବେଳେ ତାହାକୁ ସଫେଇ କର୍ମଚାରୀ ଉଦ୍ଧାର କରିଛନ୍ତି। ଏହି ଘଟଣା ଜଣାପଡ଼ିବା ପରେ ପ୍ରଶାସନର ଅବହେଳାକୁ ଦାୟୀ କରିଛନ୍ତି ସହରବାସୀ।

ପ୍ରକାଶ ଯେ, ଗତ ୧୯ ତାରିଖରେ ସହରରେ ଲକ୍ଷ୍ମୀପୂଜା ଭସାଣି ଚାଲିଥିବାବେଳେ ପୌରପାଳିକା ଛକରେ ଥିବା ରାଜା ସୋମନାଥ ସିଂହ ଜଗଦ୍ଦେବଙ୍କ ପ୍ରତିମୂର୍ତ୍ତିରେ ଖଣ୍ଡା ନ ଥିଲା। ଏହି ଘଟଣା ପ୍ରଚାରିତ ହେବାପରେ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ପ୍ରଶାସନର ଅବହେଳା ପାଇଁ ଏପରି ଘଟଣା ଘଟିଥିବା ଅଭିଯୋଗ କରାଯାଇଥିଲା। କାରଣ ଅନେକ ସମୟରେ ପୌରପାଳିକା ଛକରେ ଥିବା ରାଜାଙ୍କ ପ୍ରତିମୂର୍ତ୍ତି ନିକଟରେ ପ୍ରତିବାଦ ଓ ଉତ୍ସବ ପାଳନ ବେଳେ ପ୍ରତିମୂର୍ତ୍ତିର ସୁରକ୍ଷା ଏବଂ ସମ୍ମାନ ପ୍ରତି ଧ୍ୟାନ ଦିଆଯାଉ ନାହିଁ। ଲୋକମାନେ ରାଜାଙ୍କ ଘୋଡ଼ା ଦେହରେ ଲଦି ହେଉଛନ୍ତି। କେତେବେଳେ ଘୋଡ଼ାର ଲଗାମକୁ ଟାଣି ଛିଣ୍ଡାଇ ଦେଉଛନ୍ତି। ତେଣୁ ଏ ନେଇ ପ୍ରଶାସନ ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ସାଧାରଣରେ ଦାବି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବାଙ୍କି , ୯।୨( ଶୁଭେନ୍ଦୁ ମହାପାତ୍ର): ଆଇସକ୍ରିମ୍‌ ଖାଇ ୧୮ ପିଲା ଅସୁସ୍ଥ । ଏଭଳି ଘଟଣା ବାଙ୍କି ଥାନା ଅନ୍ତର୍ଗତ ଭେଡା ରାମଚନ୍ଦ୍ରପୁର ପଞ୍ଚାୟତସ୍ଥିତ କୁମୁସର…

ସ୍କୁଟିକୁ ପିଟିଲା କାର: ୭ ଗୁରୁତର

ବାରିପଦା,୯।୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ବେତନଟୀ ଥାନା  ଅଧିନ ୧୮ନଂ ଜାତୀୟ ରାଜପଥ ବୁଢ଼ୀଖମାରଠାରେ ଏକ ଦୁର୍ଘଟଣା ଘଟିଛି । ସୋମବାର ଅପରାହ୍ନରେ…

ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ବିଧାୟକ, ଆସନ୍ତା ୨୦ରେ ହେବ…

ଗଞ୍ଜାମ,୯।୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଳକ ହୁମା ପଞ୍ଚାୟତ ଅନ୍ତର୍ଗତ ବୋରିଗାଁସ୍ଥିତ ରାଣୀବର ପାହାଡ଼ଠାରେ ଅବସ୍ଥିତ ବାବା ଝାଡେଶ୍ୱର ମନ୍ଦିର ଠାରେ ଦୀର୍ଘ ୧୧ ଦିନ ବ୍ୟାପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri