ସିଲାବସ୍‌ ସରିନାହିଁ, ୨୨ ରେ କେମିତି ପରୀକ୍ଷା ଦେବୁ

ରାୟଗଡ଼ା ଅଫିସ,୧୯ ।୬: ଫାଇନାଲ ସେମିଷ୍ଟର ପରୀକ୍ଷା ଜୁନ୍‌ ୨୨ରେ ହେବ ବୋଲି ସୂଚନା ଦିଆଯାଇଛି। ମାତ୍ର ୫୦ ପ୍ରତିଶତ ସିଲାବସ୍‌ ଏ ପର୍ଯ୍ୟନ୍ତ ସରିଛି। ତେଣୁ ପାଠ ନ ପଢ଼ି ପରୀକ୍ଷା କେମିତି ଦେବୁ ବୋଲି ରାୟଗଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ତୃତୀୟ ବର୍ଷର ଛାତ୍ରୀଛାତ୍ର ମାନେ ପ୍ରଶ୍ନ କରିଛନ୍ତି। ଏ ନେଇ ଛାତ୍ରୀଛାତ୍ରମାନେ ଶନିବାର ଜିଲାପାଳ ସରୋଜ କୁମାର ମିଶ୍ରଙ୍କୁ ସାକ୍ଷାତ କରି ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଶିକ୍ଷାମନ୍ତ୍ରୀ ଏବଂ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ୩୧ ଜୁଲାଇ ସୁଦ୍ଧା ଫାଇନାଲ ସେମିଷ୍ଟର ପରୀକ୍ଷା ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ କୋର୍ସ ନ ସରି ଏତେ କମ ସମୟ ମଧ୍ୟରେ ପରୀକ୍ଷା ଦେବା ସମ୍ଭବ ନୁହେଁ ବୋଲି ଛାତ୍ରୀଛାତ୍ରମାନେ କହିଛନ୍ତି। ଏହାକୁ ଗୁରୁତ୍ୱର ସହ ବିଚାର କରି ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି। ଏ ନେଇ କଲେଜ ପ୍ରିନ୍ସିପାଲଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ ବୋଲି ପିଲାମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri