Posted inଜାତୀୟ

ବିଚାରପତି ନିଯୁକ୍ତି ବ୍ୟବସ୍ଥା ସବୁଠୁ ସ୍ବଚ୍ଛ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୧୨: ବିଚାରପତି ନିଯୁକ୍ତି ବ୍ୟବସ୍ଥାକୁ ନେଇ ଦେଶବ୍ୟାପୀ ବିତର୍କ ଆରମ୍ଭ ହୋଇଥିବାବେଳେ ଏଥିରେ ପରିବର୍ତ୍ତନ ହେବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଏହି ନିଯୁକ୍ତି ପ୍ରକ୍ରିୟାରେ ସମ୍ପୃକ୍ତ ବିଚାରପତିମାନଙ୍କ କଲେଜିୟମ ସବୁଠୁ ସ୍ବଚ୍ଛ ବୋଲି ସର୍ବୋଚ୍ଚ ଅଦାଲତ ମତ ଦେଇଛନ୍ତି। କାର୍ଯ୍ୟ କରୁଥିବା ଏକ ବ୍ୟବସ୍ଥାକୁ ଲାଇନଚ୍ୟୁତ କରା ନ ଯାଉ, କଲେଜିୟମକୁ ତା’ର କାର୍ଯ୍ୟ କରିବାକୁ ଦିଆଯାଉ ବୋଲି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ସି.ଟି. ରବିକୁମାର କହିଛନ୍ତି। ନିଷ୍ପତ୍ତି ଉପରେ ମନ୍ତବ୍ୟ ଦେବା କଲେଜିୟମର ପୂର୍ବତନ ସଦସ୍ୟମାନଙ୍କର ଏକ ଫ୍ୟାଶନ ହୋଇଗଲାଣି ବୋଲି ଖଣ୍ଡପୀଠ କହିଛନ୍ତି।
ସାମାଜିକ କର୍ମୀ ଅଞ୍ଜଳି ଭରଦ୍ୱାଜ ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ବଳରେ ସୁପ୍ରିମକୋର୍ଟ କଲେଜିୟମର ବିବାଦୀୟ ୨୦୧୮ ଡିସେମ୍ବର ୧୨ ତାରିଖ ବୈଠକର ସବିଶେଷ ବିବରଣୀ ମାଗିଥିଲେ। ଦିଲ୍ଲୀ ହାଇକୋର୍ଟ ତାଙ୍କ ଅନୁରୋଧକୁ ଖାରଜ କରିଦେବା ପରେ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଶୁଣାଣି ବେଳେ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ ଉପସ୍ଥିତ ରହି ଆର୍‌ଟିଆଇ ଅଧୀନରେ କଲେଜିୟମ ନିଷ୍ପତ୍ତିର ତଥ୍ୟ ଦିଆଯାଇପାରିବ କି ବୋଲି ପ୍ରଶ୍ନ କରି ଏ ସମ୍ପର୍କରେ ଦେଶବାସୀଙ୍କ ଜାଣିବା ଅଧିକାର ନାହିଁ କି ବୋଲି କହିଥିଲେ। ଅଦାଲତ ପୂର୍ବରୁ କହିଥିଲେ, ଆର୍‌ଟିଆଇ ଏକ ମୌଳିକ ଅଧିକାର। ତେଣୁ ପ୍ରଧାନ ବିଚାରପତି ଏବଂ ସରକାରଙ୍କ ମଧ୍ୟରେ ହେଉଥିବା ସମସ୍ତ ପତ୍ର ବିନିମୟ ସର୍ବସାଧାରଣରେ ଉପଲବ୍ଧ ହେବା ଆବଶ୍ୟକ। ପ୍ରଶାନ୍ତ ଭୂଷଣଙ୍କ ଯୁକ୍ତି ଉପରେ ଜଷ୍ଟିସ୍‌ ଶାହା କହିଥିଲେ, କଲେଜିୟମର ଉକ୍ତ ବୈଠକରେ କୌଣସି ପ୍ରସ୍ତାବ ଗୃହୀତ ହୋଇ ନ ଥିଲା। ପୂର୍ବତନ ସଦସ୍ୟମାନଙ୍କ କୌଣସି କାର୍ଯ୍ୟ ସମ୍ପର୍କରେ ଆମେ ମନ୍ତବ୍ୟ ଦେବାକୁ ଚାହୁଁନାହୁଁ ବୋଲି ଖଣ୍ଡପୀଠ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଟଫର୍ମରେ ବିଶ୍ରାମ ନେଉଥିଲେ ମା’-ବାପା: ୪ ମାସର ଶିଶୁପୁତ୍ରଙ୍କୁ ଉଠାଇ ନେଇଗଲେ…

ନିରାକାରପୁର,୮।୪(ମାନସ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳ ଷ୍ଟେଶନ ପରିସରରୁ ୪ ମାସର ଶିଶୁପୁତ୍ର ଚୋରି। ସ୍ବାମୀ, ସ୍ତ୍ରୀ ଓ ଶିଶୁପୁତ୍ର ପ୍ଲାଟଫର୍ମରେ ବିଶ୍ରାମ…

ମା’-ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ ପ୍ରତାପ: ମିଳିଲା ଏମିତି ଦଣ୍ଡ

ଦାରିଙ୍ଗବାଡି,୮।୪(ଅରୁଣ ସାହୁ):ଏକ ଘରୋଇ ହିଂସାକୁ ନେଇ ଦାରିଙ୍ଗବାଡି ପ୍ରଥମ ଶ୍ରେଣୀ ବିଚାର ବିଭାଗରେ ବିଚାର ହୋଇ ଅଭିଯୁକ୍ତଙ୍କୁ ଏକ ବର୍ଷ ସଶ୍ରମ କାରାଦଣ୍ଡ ଆଦେଶ ଶୁଣାଇଥିବା ଜଣାପଡିଛି।…

କଲ୍ୟାଣସିଂହପୁର ବ୍ଲକ୍‌ରେ ବଳ ଦେଖାଇଲା ଭାଜପା: ବାଇକ୍ରେ କର୍ମୀ

କଲ୍ୟାଣସିଂହପୁର,୮।୪ (ଦୀପକ କୁମାର ପରିଡ଼ା)ରାୟଗଡ଼ା କଲ୍ୟାଣସିଂହପୁର ବ୍ଲକ୍‌ରେ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭାଜପା ମଣ୍ଡଳ ସଭାପତି ଅଜିତ ପାଣିଗ୍ରାହୀଙ୍କ ନେତୃତ୍ୱରେ…

ଆମେରିକା-ଇରାନ ଯୁଦ୍ଧବିରତିରେ ଭାରତର ପ୍ରଥମ ପ୍ରତିକ୍ରିୟା: ଆମେ ଏହାକୁ ସ୍ୱାଗତ କରୁଛୁ, ଆମେ ଆରମ୍ଭରୁ…

ନୂଆଦିଲ୍ଲୀ,୮।୪:ଆମେରିକା-ଇରାନ ବିବାଦରେ ଘୋଷଣା ହୋଇଥିବା ଯୁଦ୍ଧବିରତି ଉପରେ ଭାରତ ସରକାର ପ୍ରଥମ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବୁଧବାରବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଏହି ଯୁଦ୍ଧବିରତିକୁ ସ୍ୱାଗତ କରି ଏକ…

ଆମେରିକା-ଇରାନ ଯୁଦ୍ଧବିରତି ପରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏମାନେ ପ୍ରଥମେ ପାଇବେ…

ନୂଆଦିଲ୍ଲୀ,୮।୪: ଆମେରିକା-ଇରାନ ଯୁଦ୍ଧବିରତି ପରେ ତୁରନ୍ତ କେନ୍ଦ୍ର ସରକାର LPG ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦେଶବ୍ୟାପୀ LPG ଅଭାବକୁ ଦୃଷ୍ଟିରେ ରଖି, ସରକାର ଗ୍ୟାସ…

ଏପଟେ ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା, ସେପଟେ ଭାରତକୁ ଖୁସିଖବର ଦେଲେ…

ନୂଆଦିଲ୍ଲୀ,୮।୪: ଆମେରିକାରେ ଏକ ସ୍ବତନ୍ତ୍ର ବୈଠକ ସମୟରେ ରାଷ୍ଟ୍ରଦୂତ ସର୍ଗିଓ ଗର୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ରାତ୍ରୀଭୋଜନ କରିଥିଲେ। ସେ ଏହି ବୈଠକକୁ ବହୁତ…

ଇରାନ-ଆମେରିକା ଯୁଦ୍ଧବିରତିରେ ପାକିସ୍ତାନ ନୁହେଁ, ଏହି ଦେଶ ଅସଲ ଖେଳାଳି! ଟ୍ରମ୍ପ କଲେ ବଡ଼ ଖୁଲାସା

ଓ୍ବାଶିଂଟନ୍‌,୮।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏଥିପାଇଁ ସେ ପାକିସ୍ତାନକୁ ଶ୍ରେୟ ଦେଇଛନ୍ତି । ହେଲେ ଏହି ସମୟରେ ଏକ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri