Posted inଜାତୀୟ

ବିଚାରପତି ନିଯୁକ୍ତି ବ୍ୟବସ୍ଥା ସବୁଠୁ ସ୍ବଚ୍ଛ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୧୨: ବିଚାରପତି ନିଯୁକ୍ତି ବ୍ୟବସ୍ଥାକୁ ନେଇ ଦେଶବ୍ୟାପୀ ବିତର୍କ ଆରମ୍ଭ ହୋଇଥିବାବେଳେ ଏଥିରେ ପରିବର୍ତ୍ତନ ହେବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ଶୁକ୍ରବାର କହିଛନ୍ତି। ଏହି ନିଯୁକ୍ତି ପ୍ରକ୍ରିୟାରେ ସମ୍ପୃକ୍ତ ବିଚାରପତିମାନଙ୍କ କଲେଜିୟମ ସବୁଠୁ ସ୍ବଚ୍ଛ ବୋଲି ସର୍ବୋଚ୍ଚ ଅଦାଲତ ମତ ଦେଇଛନ୍ତି। କାର୍ଯ୍ୟ କରୁଥିବା ଏକ ବ୍ୟବସ୍ଥାକୁ ଲାଇନଚ୍ୟୁତ କରା ନ ଯାଉ, କଲେଜିୟମକୁ ତା’ର କାର୍ଯ୍ୟ କରିବାକୁ ଦିଆଯାଉ ବୋଲି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହା ଏବଂ ସି.ଟି. ରବିକୁମାର କହିଛନ୍ତି। ନିଷ୍ପତ୍ତି ଉପରେ ମନ୍ତବ୍ୟ ଦେବା କଲେଜିୟମର ପୂର୍ବତନ ସଦସ୍ୟମାନଙ୍କର ଏକ ଫ୍ୟାଶନ ହୋଇଗଲାଣି ବୋଲି ଖଣ୍ଡପୀଠ କହିଛନ୍ତି।
ସାମାଜିକ କର୍ମୀ ଅଞ୍ଜଳି ଭରଦ୍ୱାଜ ସୂଚନା ଅଧିକାର ଆଇନ (ଆର୍‌ଟିଆଇ) ବଳରେ ସୁପ୍ରିମକୋର୍ଟ କଲେଜିୟମର ବିବାଦୀୟ ୨୦୧୮ ଡିସେମ୍ବର ୧୨ ତାରିଖ ବୈଠକର ସବିଶେଷ ବିବରଣୀ ମାଗିଥିଲେ। ଦିଲ୍ଲୀ ହାଇକୋର୍ଟ ତାଙ୍କ ଅନୁରୋଧକୁ ଖାରଜ କରିଦେବା ପରେ ସେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଶୁଣାଣି ବେଳେ ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ ଉପସ୍ଥିତ ରହି ଆର୍‌ଟିଆଇ ଅଧୀନରେ କଲେଜିୟମ ନିଷ୍ପତ୍ତିର ତଥ୍ୟ ଦିଆଯାଇପାରିବ କି ବୋଲି ପ୍ରଶ୍ନ କରି ଏ ସମ୍ପର୍କରେ ଦେଶବାସୀଙ୍କ ଜାଣିବା ଅଧିକାର ନାହିଁ କି ବୋଲି କହିଥିଲେ। ଅଦାଲତ ପୂର୍ବରୁ କହିଥିଲେ, ଆର୍‌ଟିଆଇ ଏକ ମୌଳିକ ଅଧିକାର। ତେଣୁ ପ୍ରଧାନ ବିଚାରପତି ଏବଂ ସରକାରଙ୍କ ମଧ୍ୟରେ ହେଉଥିବା ସମସ୍ତ ପତ୍ର ବିନିମୟ ସର୍ବସାଧାରଣରେ ଉପଲବ୍ଧ ହେବା ଆବଶ୍ୟକ। ପ୍ରଶାନ୍ତ ଭୂଷଣଙ୍କ ଯୁକ୍ତି ଉପରେ ଜଷ୍ଟିସ୍‌ ଶାହା କହିଥିଲେ, କଲେଜିୟମର ଉକ୍ତ ବୈଠକରେ କୌଣସି ପ୍ରସ୍ତାବ ଗୃହୀତ ହୋଇ ନ ଥିଲା। ପୂର୍ବତନ ସଦସ୍ୟମାନଙ୍କ କୌଣସି କାର୍ଯ୍ୟ ସମ୍ପର୍କରେ ଆମେ ମନ୍ତବ୍ୟ ଦେବାକୁ ଚାହୁଁନାହୁଁ ବୋଲି ଖଣ୍ଡପୀଠ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?