ଜିଲାପାଳଙ୍କ ନିୟମ ନ ମାନି ଘରକୁ ପଳାଇଥିଲେ: ବିଇଓଙ୍କୁ ସଙ୍ଗରୋଧରେ ରଖିଲେ ତହସିଲଦାର

ଦାରିଙ୍ଗବାଡି,୧୬।୭(ଡି.ଏନ୍‌.ଏ.)-ଜିଲା ପ୍ରଶାସନର ନିୟମ ନ ମାନି ଘରକୁ ପଳାଇବା ମହଙ୍ଗା ପଡିଛି ଜଣେ ଶିକ୍ଷା ବିଭାଗ ଅଧିକାରୀଙ୍କୁ। ସୀମା ସିଲ୍‌ ସତ୍ତ୍ୱେ ଗଳାବାଟ ଦେଇ ଘରକୁ ପଳାଇଥିଲେ। ଫେରିବାବେଳେ ଧରାପଡିବାରୁ ସମ୍ପୃକ୍ତ ଅଧିକାରୀ ଓ ସହଯୋଗୀଙ୍କୁ ସଙ୍ଗରୋଧ କେନ୍ଦ୍ରରେ ରଖିଛନ୍ତି ତହସିଲଦାର। ଏପରି ଘଟଣା ଘଟିଛି କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ।
ପ୍ରକାଶ ଯେ, କରୋନା ମୁକାବିଲା ପାଇଁ ଜିଲାର ସମସ୍ତ ଅଧିକାରୀ ଓ ସରକାରୀ କର୍ମଚାରୀ ହେଡ୍‌କ୍ୱାର୍ଟର ଛାଡି ନ ଯିବାକୁ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି. ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହାକୁ ଉଲ୍ଲଂଘନ କରି ଦାରିଙ୍ଗବାଡି ବିଇଓ ବ୍ରହ୍ମାନନ୍ଦ ରାଉତ ଏବଂ ତାଙ୍କ କାର୍ଯ୍ୟାଳୟର କର୍ମଚାରୀ ପ୍ରାଣତୋଷ ସାହୁ ଶୁକ୍ରବାର ଘରକୁ ପଳାଇଥିଲେ। ବିଇଓଙ୍କ ଘର କଟକ ଜିଲାରେ ହୋଇଥିବାବେଳେ ପ୍ରାଣତୋଷଙ୍କ ଘର ନୟାଗଡ ଦଶପଲ୍ଲାରେ।
ବୁଧବାର ଫେରିବାବେଳେ କନ୍ଧମାଳ-ନୟାଗଡ ଜିଲା ସୀମା ସିଲ୍‌ ଯୋଗୁ ସବିଶେଷ ତଥ୍ୟ ମଗାଯାଇଥିଲା। ବିଇଓ ରାଉତ ପରିଚୟ ଦେବାପରେ ଦାୟିତ୍ୱରେ ଥିବା ମାଜିଷ୍ଟ୍ରେଟ ଦାରିଙ୍ଗବାଡି ତହସିଲଦାର ନୀତୀଶ କୁମାର ତ୍ରିପାଠୀଙ୍କୁ ଜଣାଇଥିଲେ। ପରେ ଉଭୟଙ୍କୁ ଛାଡି ଦିଆଯାଇଥିଲା। ଦାରିଙ୍ଗବାଡିରେ ପହଞ୍ଚତ୍ବା ପରେ ତହସିଲଦାର ତ୍ରିପାଠୀ ବିଇଓ ରାଉତ ଓ ପ୍ରାଣତୋଷଙ୍କୁ ସରକାରୀ ସଙ୍ଗରୋଧ ଗୃହରେ ରଖିଛନ୍ତ। ଜିଲାରେ କରୋନା ସଂକ୍ରମଣ ବଢୁଥିବାବେଳେ ଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀ ଏପରି ଭାବେ ଘରକୁ ପଳାଇବା ଅଞ୍ଚଳବାସୀଙ୍କ ଚିନ୍ତା ବଢାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ବଡ଼ ନିଷ୍ପତ୍ତି ନେଲେ ସୂର୍ଯ୍ୟକୁମାର: ଏବେ କରିବେ ଏହି କାମ

ମୁମ୍ବାଇ,୫।୧୦: ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ହରାଇବା ସହ ଜାତୀୟ ଦଳରୁ ବାଦ ପଡ଼ିବା ପରେ ନିଜ ଫର୍ମ ଫେରାଇବା ପାଇଁ ଘରୋଇ କ୍ରିକେଟକୁ ଫେରୁଛନ୍ତି…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ଅକ୍ଟୋବର ୮ରୁ ଗୁରୁଙ୍କ ଚାଲିବ ନୂଆ ଚାଲ! ଏହି ୩ ରାଶି ହୋଇଯାନ୍ତୁ ସାବଧାନ

ବୈଦିକ ଜ୍ୟୋତିଷ ଅନୁସାରେ ଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧର୍ମ, ଶିକ୍ଷା, ସନ୍ତାନ, ଭାଗ୍ୟ ଓ ବିସ୍ତାରର କାରକ ଗ୍ରହ ଭାବେ ଗଣନା କରାଯାଏ। ତେଣୁ ଗୁରୁଙ୍କ ରାଶି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?