୧୩ରେ ୧୨ ଘଣ୍ଟିଆ ତାଳଚେର ବନ୍ଦ

ତାଳଚେର, ୮।୫(ନି.ପ୍ର.): ତାଳଚେର ମେଡିକାଲ କଲେଜକୁ ସରକାରୀସ୍ତରରେ ତୁରନ୍ତ କାର୍ଯ୍ୟକ୍ଷମ କରିବା ଦାବିରେ ଆସନ୍ତା ୧୩ ତାରିଖରେ ତାଳଚେରରେ ବନ୍ଦ ପାଳନ କରାଯିବ। ଶନିବାର ତାଳଚେର ସରକାରୀ ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ତରଫରୁ ସ୍ଥାନୀୟ ଡେରା ଶିବ ମନ୍ଦିର ପରିସରରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏ ନେଇ ସ୍ଥିର କରାଯାଇଛି। ରବି ନାରାୟଣ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଏହି ବୈଠକରେ ବିଭିନ୍ନ ପଞ୍ଚାୟତରୁ ଆସିଥିବା ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ତରଫରୁ ବନ୍ଦ ପାଳନକୁ ପୂର୍ଣ୍ଣ ସହଯୋଗ କରିବାକୁ ମତପ୍ରକାଶ ପାଇଥିଲା। ପ୍ରକାଶ ଥାଉକି, ତାଳଚେର ମେଡିକାଲ କଲେଜକୁ ସରକାରୀସ୍ତରରେ ତୁରନ୍ତ କାର୍ଯ୍ୟକ୍ଷମ କରିବା ଦାବିରେ ଗତ ୨୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଉପଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ୭ ଦିନ ମଧ୍ୟରେ ଦାବି ପୂରଣ ନେଇ ପଦକ୍ଷେପ ନିଆ ନ ଗଲେ ଆସନ୍ତା ୧୩ ତାରିଖରେ ୧୨ ଘଣ୍ଟିଆ ତାଳଚେର ବନ୍ଦ କରାଯିବା ସହ ଜୁନ୍‌ ୧ରୁ ୭୨ ଘଣ୍ଟିଆ ଅର୍ଥନୈତିକ ଅବରୋଧ କରିବାକୁ ଅଞ୍ଚଳବାସୀ ବାଧ୍ୟ ହେବେ ବୋଲି ଉକ୍ତ ସ୍ମାରକପତ୍ରରେ ଚେତାବନୀ ଦିଆଯାଇଥିଲା। ଏହି ବନ୍ଦ ପାଳନରେ ପ୍ରଶାସନିକ କଳ, ତାଳଚେରର ବିଭିନ୍ନ ଅନୁଷ୍ଠାନ, ସରକାରୀ/ ବେସରକାରୀ ଶିକ୍ଷାନୁଷ୍ଠାନ, ବ୍ୟବସାୟିକ ପ୍ରତିଷ୍ଠାନ, ଓକିଲ ସଂଘ, ଟ୍ରକ୍‌ ମାଲିକ ସଂଘ, ବସ୍‌ ମାଲିକ ସଂଘ ସମେତ ଅଞ୍ଚଳବାସୀ ସହଯୋଗ କରିବାକୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ

ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…

ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…

ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…

ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା

ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…

ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ

ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…

ରାସ୍ତା ଉପରେ ପଡିଛି ଅଜଣା ଯୁବକଙ୍କ ମୃତଦେହ, କେହି ହତ୍ୟା କରି ଫିଙ୍ଗି ଦେଇଥିବା ଅନୁମାନ

ମାଧପୁର,୨୪।୨(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ଆଠମଲ୍ଲିକ – କିଆକଟା ରାଜ୍ୟ ରାଜପଥର କନ୍ଧପଡ଼ା ଗ୍ରାମ ନିକଟ ହାଟପଦା ଠାରେ ଆଜି ସକାଳେ ଜଣେ ଅଜଣା…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri