ଆମେରିକାର ସିକ୍ରେଟ୍‌ ଅପରେଶନକୁ କଡ଼ା ନିନ୍ଦା କଲେ ତାଲିବାନ ସରକାର

କାବୁଲ,୨।୮: ଆଫଗାନିସ୍ତାନର କାବୁଲରେ ଆମେରିକାର ଡ୍ରୋନ ଷ୍ଟ୍ରାଇକରେ ଅଲ-କାଏଦା ମୁଖ୍ୟ ଅଲ ଜାୱାହିରି ନିହତ ହୋଇଛନ୍ତି। ଏନେଇ ଆମେରିକା ରାଷ୍ଟ୍ରପତି ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଆଫଗାନିସ୍ତାନର ତାଲିବାନ ସରକାର ଆମେରିକା ପକ୍ଷରୁ କରାଯାଇଥିବା ଏହି ଅପରେଶନକୁ ତୀବ୍ର ନିନ୍ଦା କରାଯାଇଛି। ତାଲିବାନ ସରକାରଙ୍କ ମୁଖପାତ୍ର ଜାବୁଲ୍ଲା ମୁଜାହିଦ ତାଙ୍କର ପ୍ରଥମ ପ୍ରତିକ୍ରିୟାରେ ଆମେରିକାର କାର୍ଯ୍ୟକୁ ସମାଲୋଚନା କରିଛନ୍ତି। ଏହା ସହିତ, ଏହାକୁ ଅନ୍ତର୍ଜାତୀୟ ନୀତି ଏବଂ ଦୋହା ଚୁକ୍ତିର ଉଲ୍ଲଂଘନ ବୋଲି କହିଛନ୍ତି।
ଜାବୁଲ୍ଲା କହିଛନ୍ତି, ଅଗଷ୍ଟ ୧, ୨୦୨୨ରେ କାବୁଲ ସହରର ଶେରପୁର ଅଞ୍ଚଳର ଆବାସିକ ଅଞ୍ଚଳରେ ଏୟାର ଷ୍ଟ୍ରାଇକ ହୋଇଥିଲା। ପ୍ରଥମେ ଆକ୍ରମଣ ବିଷୟରେ କିଛି ସ୍ପଷ୍ଟ ଭାବେ ଜଣା ନ ଥିଲା। କିନ୍ତୁ ତାଲିବାନ ସରକାରଙ୍କ ତରଫରୁ ସୁରକ୍ଷା ଏବଂ ଗୁପ୍ତଚର ସଂସ୍ଥା ଦ୍ୱାରା ଏହାର ଅନୁସନ୍ଧାନ କରାଯିବା ପରେ ଆମେରିକାର ଡ୍ରୋନ ଦ୍ୱାରା ଏହି ଆକ୍ରମଣ କରାଯାଇଥିବା ଜଣାପଡିଛି। ଆମେରିକାର ଡ୍ରୋନ ଆକ୍ରମଣକୁ ତାଲିବାନ ସରକାର ଦୃଢ ନିନ୍ଦା କରୁଛି।
ସୂଚନାଯୋଗ୍ୟ, ଆଫଗାନିସ୍ତାନର ଅଲ-କାଏଦା ମୁଖ୍ୟଙ୍କୁ ଟାର୍ଗେଟ କରି ଗତକାଲି ଡ୍ରୋନ ଆକ୍ରମଣ ହୋଇଥିଲା । ଏଥିରେ ଅଲ-କାଏଦାର ମୁଖ୍ୟ ଆୟମାନ ଅଲ-ଜାୱାହିରିଙ୍କ ମୃତ୍ୟୁ ହୋଇଛି। ଆମେରିକା ଉପରେ ହୋଇଥିବା ୯/୧୧ ଆତଙ୍କବାଦୀ ଆକ୍ରମଣର ଅନ୍ୟତମ ମାଷ୍ଟରମାଇଣ୍ଡ ଥିଲେ ଅଲ-ଜାୱାହିରି। ଲାଡେନଙ୍କ ମୃତ୍ୟୁ ପରେ ଅଲ-କାଏଦାର ମୁଖ୍ୟ ଥିବା ଅଲ ଜାୱାହିରିଙ୍କ ମୁଣ୍ଡ ଉପରେ ୨୫ ମିଲିୟନ ଡଲାର ପୁରସ୍କାର ରାଶି ଘୋଷଣା କରିଥିଲା ଆମେରିକା। ଶେଷରେ ଆମେରିକା ଆକ୍ରମଣରେ ଅଲ-ଜାୱାହିରି ନିହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି, ଗିରଫ ଛାତ୍ରଙ୍କୁ ମୁକ୍ତ କର…

ନୂଆଦିଲ୍‌ଲୀ,୨୮।୭: ମଙ୍ଗଳବାର, ସୁପ୍ରିମକୋର୍ଟ ଛାତ୍ର ପ୍ରଦର୍ଶନରେ ସାମିଲ ଥିବା ପ୍ରତିବାଦକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଭିନ୍ନ ଆବେଦନର ଶୁଣାଣି ସମୟରେ, କୋର୍ଟ କହିଛନ୍ତି ଯେ ଦିଲ୍ଲୀର…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ସଂସଦରେ ପ୍ରିୟଙ୍କାଙ୍କୁ କଟାକ୍ଷ କଲେ ରିଜିଜୁ; ‘ରାହୁଲଙ୍କ ଭାଷଣ ଚୋରି କରିଦେଲେ…

ନୂଆଦିଲ୍ଲୀ,୨୮।୭: ମଙ୍ଗଳବାର ଲୋକ ସଭାରେ ପେପର ଲିକ ବିରୋଧୀ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା। ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ କଂଗ୍ରେସ ଦଳ ପକ୍ଷରୁ ଭାଷଣ ଦେଇଥିଲେ।…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri