ବାଇକ୍‌ ଆରୋହୀଙ୍କୁ ଧକ୍କାଦେଇ ଓଲଟି ପଡ଼ିଲା ଟ୍ୟାଙ୍କର, ଚାଲିଗଲା ଜଣଙ୍କ ଜୀବନ

ସଇଁତଳା,୭ା୫(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥବା ବଲାଙ୍ଗୀର-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ କେରମେଲି ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଟ୍ୟାଙ୍କର ଏବଂ ବାଇକ ମୁହାଁମୁହିଁ ଦୁର୍ଘଟଣା ହେବାରୁ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି।

ସୂଚନା ମୁତାବକ ସଇଁତଳା ଥାନା ଅନ୍ତର୍ଗତ କେରମେଲି ଛକଠାରେ ଗୁରୁବାର ପୂର୍ବାହ୍ନରେ ବାଇକ୍‌ରେ ଦୁଇଜଣ ଯୁବକ ସଇଁନ୍ତଳା ପଟରୁ ଜଲିଆଦହଁ ଗ୍ରାମକୁ ଯାଉଥିବାବେଳେ ବଲାଙ୍ଗୀର ପଟରୁ ଆସୁଥିବା ଏକ ଟ୍ୟାଙ୍କର ସହ ମୁହାଁମୁହିଁ ଧକ୍କା ହୋଇଥଲା। ଧକ୍କା ଦେଇ ଟ୍ୟାଙ୍କରଟି ଓଲଟି ପଡ଼ିଥିବାବେଳେ ବାଇକ୍‌ଟି ଦୂରକୁ ଯାଇ ଛିଟିକି ପଡ଼ିଥିବା ଦେଖିବାକୁ ମିଳିଛି। ଦୁର୍ଘଟଣା ପରେ ବାଇକ୍‌ରେ ଥିବା ଦୁଇ ଜଣ ଯୁବକଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ସଇଁତଳା ଗୋଷ୍ଠୀ ସାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ସେଠାରେ ଡାକ୍ତର ଜଣକୁ ମୃତ ଘୋଷଣା କରିଥିଲେ। ଅନ୍ୟ ଜଣେ ଯୁବକ ସାମାନ୍ୟ ଆହତ ହୋଇଥିବା ଜଣାଯାଏ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।

ସେହିପରି ପୋଲିସ ଡାକ୍ତରଖାନାରେ ପହଞ୍ଚି ଦୁର୍ଘଟଣାକୁ ନେଇ ପଚରାଉଚରା କରୁଥିବା ଜଣାପଡ଼ିଛି। ଦୁର୍ଘଟଣା ହୋଇଥିବା ଯୁବକମାନଙ୍କ ପରିଚୟ ଜଣାପଡ଼ିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

ଦାରିଙ୍ଗବାଡ଼ିରେ ବଢୁଛି ଲୁଟ୍‌, ଗୋଟିଏ ଘଟଣାରେ ୨ ଗିରଫ, ଆଉ ୩ ଘଟଣାରେ ପୋଲିସ ହାତଖାଲି

ଦାରିଙ୍ଗବାଡ଼ି,୮ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ଚୋରି ଘଟଣାରେ ପୋଲିସ ଶନିବାର ୨ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ସୁରଜ…

ସୀମାଟପିଲାଣି ଦୁର୍ନୀତି: ଭିମାଗୁଡ଼ି-କର୍ଲାମୁଣ୍ଡା କଂକ୍ରିଟ ରାସ୍ତା ନିମ୍ନମାନର ନିର୍ମାଣ

ରିଷିଡା, ୮।୮ (ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକରେ ଦୁର୍ନୀତି ଦିନକୁ ଦିନ ସୀମା ଟପୁଥିବା ଅଭିଯୋଗ ହୋଇଛି। ବ୍ଲକ ଅଧିକାରୀଙ୍କ ଦାୟିତ୍ୱହୀନତା ତଥା ଅପାରଗତା ଯୋଗୁ ଠିକାଦାରଙ୍କ…

ଭୂତଳ କେବୁଲ ଯୋଗେ ଜିଲାପାଳ -ଏସ୍‌ପିଙ୍କ କାର୍ଯ୍ୟାଳୟକୁ ବିଦ୍ୟୁତ ସଂଯୋଗ

ଛତ୍ରପୁର, ୮।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବହୁଦିନର ଅପେକ୍ଷା ପରେ ଶନିବାର ଆଧୁନିକ ଯାନ୍ତ୍ରିକ ଜ୍ଞାନକୌଶଳରେ ଟିପିଏସ୍‌ଓଡିଏଲ୍‌ ପକ୍ଷରୁ ୧୧ କେଭି ବିଶିଷ୍ଟ ଭୂତଳ କେବୁଲ ଯୋଗେ…

ଗୁପ୍ତରେ ବିବାହ କଲେ KKRର ଅଲରାଉଣ୍ଡର, ଟିଭି ଅଭିନେତ୍ରୀଙ୍କ ହାତ ଧରିଲେ…

ନୂଆଦିଲ୍ଲୀ,୮।୮: କ୍ରିକେଟର ଏବଂ ଟେଲିଭିଜନ ଅଭିନେତ୍ରୀଙ୍କ ମଧ୍ୟରେ ସମ୍ପର୍କର ତାଲିକା ବହୁତ ଲମ୍ବା, ଏବଂ ଏବେ ଏଥିରେ ଆଉ ଏକ ନାମ ଯୋଡି ହୋଇଛି। ପ୍ରଶ୍ନର ସମ୍ମୁଖୀନ…

Mettle Meet 2026: ଫାଇନାଲରେ ଜୁନିଅର ୮ ଟିମ୍‌, ଆସନ୍ତାକାଲି ମହାମୁକାବିଲା

ଭୁବନେଶ୍ୱର,୮ା୮: ଭୁବନେଶ୍ୱରସ୍ଥିତ ସ୍ବସ୍ତି ପ୍ରିମିୟମ ହୋଟେଲରେ ‘ମେଟଲ ମିଟ୍‌-୨୦୨୬’ ଦଶମ ସଂସ୍କରଣର ଜୁନିଅର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri