ତରଣ୍ଡା ଜଙ୍ଗଲ ଶ୍ରୀହୀନ

ବଇଣ୍ଡା,୭।୮(ପରିକ୍ଷିତ ସାହୁ) : ଶ୍ରୀହୀନ ହେବାରେ ଲାଗିଛି ଅନୁଗୋଳ ଜିଲା ଧଣ୍ଡାତୋପା ରେଞ୍ଜ ଅଧୀନ ତରଣ୍ଡା ଜଙ୍ଗଲ। ଜଙ୍ଗଲରେ ଚୋରା କାଠ ମାଫିଆ ମାତିଛନ୍ତି। ଅବାଧ ଭାବେ ଗଛ କଟାଯାଉଛି। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ ଦେଖାଯାଇଛି। ଏହାର ସୁରକ୍ଷା ଦିଗରେ ପଦକ୍ଷେପ ନିଆ ନ ଗଲେ ଜଙ୍ଗଲ ପଦା ହୋଇଯିବ ବୋଲି ସ୍ଥାନୀୟ ଅଞ୍ଚଳବାସୀ ଆଶଙ୍କା ବ୍ୟକ୍ତ କରିଛନ୍ତି। ଧଣ୍ଡାତୋପା ରେଞ୍ଜ କାର୍ଯ୍ୟାଳୟଠାରେ ଏ ସଂକ୍ରାନ୍ତରେ ବହୁବାର ଅଭିଯୋଗ କଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏଥିରେ ଅତିଷ୍ଠ ହୋଇ ଅଞ୍ଚଳବାସୀ ଶନିବାର ଅନୁଗୋଳ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ଗ୍ରାମବାସୀ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି, ଆଠମଲ୍ଲିକ ବନଖଣ୍ଡର ଧଣ୍ଡାତୋପା ଜଙ୍ଗଲ ଜୈବ ବିବିଧତାରେ ପରିପୂର୍ଣ୍ଣ। ହେଲେ ଆବଶ୍ୟକ ସୁରକ୍ଷା କରାଯାଉ ନ ଥିବାରୁ ଏହା ଅସୁରକ୍ଷିତ ହୋଇପଡିଛି। ଜଙ୍ଗଲରେ କାଠ ଚୋର ମାତିଛନ୍ତି। କଟର ସହାୟତାରେ ରାତିଅଧିଆ ମୂଲ୍ୟବାନ ଗଛ କାଟୁଛନ୍ତି। ସେସବୁକୁ ଗୁପ୍ତସ୍ଥାନରେ ମହଜୁଦ୍‌ କରି ରଖୁଛନ୍ତି। ସେଠାରେ ସାଇଜ୍‌ କାଠ କାଟିବା ପରେ ସୁବିଧା ଦେଖି ବାହାରକୁ ଚାଲାଣ କରୁଛନ୍ତି। ଫଳରେ ଜଙ୍ଗଲରେ ଥିବା ମୂଲ୍ୟବାନ ଶାଗୁଆନ, ଶାଳ, ପିଆଶାଳ ଗଛ ଶେଷ ହେବାକୁ ବସିଲାଣି। ଏଭଳି ବେଆଇନ କାର୍ଯ୍ୟରେ ବନ ବିଭାଗର କେତେଜଣ ଅଧିକାରୀଙ୍କ ହାତ ରହିଥିବା ଅଞ୍ଚଳବାସୀ ଅଭିଯୋଗପତ୍ରରେ ଉଲ୍ଲେଖ କରିଛନ୍ତି। ଅନ୍ୟପଟେ ଏହି ଜଙ୍ଗଲର କିଛି ଅଂଶ ଅନ୍ୟ ଏକ ରେଞ୍ଜ ଅଧୀନରେ ଥିବା ଯୋଗୁ ବନ ବିଭାଗ ରାତ୍ରି ପାଟ୍ରୋଲିଂ କରୁନାହିଁ। ତେଣୁ ଏହା କାଠ ମାଫିଆଙ୍କ ଲାଗି ସୁଯୋଗ ସୃଷ୍ଟି କରୁଛି। ପୂର୍ବରୁ ଗ୍ରାମବାସୀ ଏ ନେଇ ଧଣ୍ଡାତୋପା ରେଞ୍ଜ କାର୍ଯ୍ୟାଳୟଠାରେ ଅଭିଯୋଗ କରିଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉନାହଁି। ସରକାରଙ୍କ ପକ୍ଷରୁ ୧୯୮୫ରେ ଏହି ଜଙ୍ଗଲରେ ୯୮୬୫ଟି ଶାଳ, ଶାଗୁଆନ, ଶିଶୁ, ପଟାସ ଭଳି ଅନେକ ଗଛ ଲଗାଯାଇଥିଲା। ସେହି ଗଛଗୁଡ଼ିକ ବଡ଼ ବଡ଼ ଦ୍ରୁମରେ ପରିଣତ ହୋଇଛି। ଫଳରେ ମୂଲ୍ୟବାନ ଗଛ ଉପରେ କାଠ ଚୋରଙ୍କ ନଜର ପଡ଼ିଛି। ତୁରନ୍ତ ବନ ବିଭାଗର ଉଚ୍ଚ ଅଧିକାରୀମାନେ ଦୃଷ୍ଟି ଦେଇ ପଦକ୍ଷେପ ଗ୍ରହଣ କରିବା ପାଇଁ ସାଧାରଣରେ ଦାବି ହୋଇଛି।
ଏ ନେଇ ଫରେଷ୍ଟର ଅର୍ଜୁନ ବେହେରା କହିଛନ୍ତି, ଜଙ୍ଗଲକୁ ସୁରକ୍ଷା ଦିଆଯାଉଛି। ଅଧିକ ସୁରକ୍ଷା ଯୋଗାଇ ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri