ଦ୍ୱିତୀୟ ଡୋଜ୍‌ ଟିକାକରଣ: ଜାନୁୟାରୀ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ

ଭୁବନେଶ୍ୱର, ୧୪।୧(ବ୍ୟୁରୋ): କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କୋଭିଡ୍‌ ଗାଇଡ୍‌ଲାଇନ୍‌ ଓ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ମହାମାରୀର ପ୍ରଥମ ଲହରରୁ ଟିକାକରଣକୁ ପ୍ରାଧାନ୍ୟ ଦିଆଯାଉଥିଲେ ବି ଏବେ ସୁଦ୍ଧା ରାଜ୍ୟର ଅନେକ ଲୋକ ଟିକା ନେଇ ନାହାନ୍ତି। ଏହା ମଧ୍ୟରେ କରୋନା ଓ ଏହାର ନୂଆ ଭାରିଆଣ୍ଟ ଓମିକ୍ରନ ତା’ର କାୟା ବିସ୍ତାର କରିଚାଲିଛି। ଏହାର ମୁକାବିଲା ପାଇଁ ଟିକାକରଣକୁ ବଢାଯିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ରହିଛି। ପ୍ରଥମ ଡୋଜ ନେଇ ନ ଥିବା ଲୋକଙ୍କୁ ଚିହ୍ନଟ କରି ଘରକୁ ଯାଇ ଟିକା ଦିଆଯାଉଛି। ଚଳିତ ମାସ ଶେଷ ସୁଦ୍ଧା ଦ୍ୱିତୀୟ ଡୋଜ ଟିକାକରଣ ସାରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଅପରପକ୍ଷେ ଅନୁଗୋଳ, ମୟୂରଭଞ୍ଜ, ଗଜପତି, କଟକ, ସୁନ୍ଦରଗଡ଼ ଆଦି ୫ଟି ଜିଲାରେ ଟିକାକରଣ କମ ରହିଛି। ସେହିପରି ଅନୁଗୁଳ, ଗଜପତି, କଟକ, ସୁନ୍ଦରଗଡ଼ ଜିଲାରେ ଅଧିକ ଲୋକ ପ୍ରଥମ ଡୋଜ ନେଇ ନ ଥିବାବେଳେ ମୟୁରଭଞ୍ଜରେ ଦିତୀୟ ଡୋଜ ନେବା ପାଇଁ ଅଧିକ ଲୋକ ବାକି ଅଛନ୍ତି। ଏହି ସବୁ ଜିଲାଗୁଡ଼ିକରେ ପ୍ରତି ବ୍ଲକରେ ୧୨ଟି ଲେଖାଏ ମୋବାଇଲ ଭ୍ୟାନ ବୁଲି ଟିକା ଦିଆଯାଉଛି। ଅନ୍ୟପକ୍ଷରେ ଅନ୍ୟ ଜିଲାର ବ୍ଳକରେ ୧୦ଟି ମୋବାଇଲ ଭ୍ୟାନ ଜରିଆରେ ଟିକା ଦିଆଯାଉଛି। ୯୨ପ୍ରତିଶତ ଲୋକ ପ୍ରଥମ ଡୋଜ ନେଇସାରିଥିବାବେଳେ ଆଉ ୮ ପ୍ରତିଶତ ବାକି ଅଛନ୍ତି। ଏହାକୁ ଚଳିତ ମାସରେ ହିଁ ପୂରଣ କରାଯିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ବରଗଡ଼ରେ ବିଗୁଡୁଛି ଆଇନ ଶୃଙ୍ଖଳା: ତାତିଲା ଓକିଲ ସଂଘ,ଏସ୍‌ପିଙ୍କ ବଦଳି ଦାବିରେ…

ବରଗଡ଼,୧୦।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ି ପଡ଼ିଛି। ଦିନ ଦ୍ୱିପ୍ରହରରେ ଲୁଟ୍‌ପାଟ୍‌ ହେଉଛି। ବିଚ୍‌ରାସ୍ତା ଉପରେ ଜନଗହଳି ସ୍ଥାନରେ ହତ୍ୟାକାଣ୍ଡ ଘଟୁଛି। ଏଭଳି…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri