Odisha Elections 2024

ଦ୍ୱିତୀୟ ଡୋଜ୍‌ ଟିକାକରଣ: ଜାନୁୟାରୀ ଶେଷ ସୁଦ୍ଧା ସାରିବାକୁ ଲକ୍ଷ୍ୟ

ଭୁବନେଶ୍ୱର, ୧୪।୧(ବ୍ୟୁରୋ): କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କୋଭିଡ୍‌ ଗାଇଡ୍‌ଲାଇନ୍‌ ଓ ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ମହାମାରୀର ପ୍ରଥମ ଲହରରୁ ଟିକାକରଣକୁ ପ୍ରାଧାନ୍ୟ ଦିଆଯାଉଥିଲେ ବି ଏବେ ସୁଦ୍ଧା ରାଜ୍ୟର ଅନେକ ଲୋକ ଟିକା ନେଇ ନାହାନ୍ତି। ଏହା ମଧ୍ୟରେ କରୋନା ଓ ଏହାର ନୂଆ ଭାରିଆଣ୍ଟ ଓମିକ୍ରନ ତା’ର କାୟା ବିସ୍ତାର କରିଚାଲିଛି। ଏହାର ମୁକାବିଲା ପାଇଁ ଟିକାକରଣକୁ ବଢାଯିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ରହିଛି। ପ୍ରଥମ ଡୋଜ ନେଇ ନ ଥିବା ଲୋକଙ୍କୁ ଚିହ୍ନଟ କରି ଘରକୁ ଯାଇ ଟିକା ଦିଆଯାଉଛି। ଚଳିତ ମାସ ଶେଷ ସୁଦ୍ଧା ଦ୍ୱିତୀୟ ଡୋଜ ଟିକାକରଣ ସାରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଅପରପକ୍ଷେ ଅନୁଗୋଳ, ମୟୂରଭଞ୍ଜ, ଗଜପତି, କଟକ, ସୁନ୍ଦରଗଡ଼ ଆଦି ୫ଟି ଜିଲାରେ ଟିକାକରଣ କମ ରହିଛି। ସେହିପରି ଅନୁଗୁଳ, ଗଜପତି, କଟକ, ସୁନ୍ଦରଗଡ଼ ଜିଲାରେ ଅଧିକ ଲୋକ ପ୍ରଥମ ଡୋଜ ନେଇ ନ ଥିବାବେଳେ ମୟୁରଭଞ୍ଜରେ ଦିତୀୟ ଡୋଜ ନେବା ପାଇଁ ଅଧିକ ଲୋକ ବାକି ଅଛନ୍ତି। ଏହି ସବୁ ଜିଲାଗୁଡ଼ିକରେ ପ୍ରତି ବ୍ଲକରେ ୧୨ଟି ଲେଖାଏ ମୋବାଇଲ ଭ୍ୟାନ ବୁଲି ଟିକା ଦିଆଯାଉଛି। ଅନ୍ୟପକ୍ଷରେ ଅନ୍ୟ ଜିଲାର ବ୍ଳକରେ ୧୦ଟି ମୋବାଇଲ ଭ୍ୟାନ ଜରିଆରେ ଟିକା ଦିଆଯାଉଛି। ୯୨ପ୍ରତିଶତ ଲୋକ ପ୍ରଥମ ଡୋଜ ନେଇସାରିଥିବାବେଳେ ଆଉ ୮ ପ୍ରତିଶତ ବାକି ଅଛନ୍ତି। ଏହାକୁ ଚଳିତ ମାସରେ ହିଁ ପୂରଣ କରାଯିବ ବୋଲି ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସର ଏମପି ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ।...

ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ

କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି।...

ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ

ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ...

ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ...

ଘୋଷଣା ହେଲା ପିଜି ପ୍ରବେଶିକା ପରୀକ୍ଷା ତାରିଖ, ଜାଣନ୍ତୁ…

ଭୁବନେଶ୍ୱର,୧୭।୫: ରାଜ୍ୟରେ ପୋଷ୍ଟ ଗ୍ରାଜୁଏଟ(ପିଜି) ପଢିବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ ଖବର । ଆସିଲା ପିିଜି ପ୍ରବେଶିକା ପରୀକ୍ଷାର ତାରିଖ ।...

ଅଭୟାରଣ୍ୟ ପରିଧୀରେ ମଦ ଆଡ୍ଡା, ଜବତ ହେଲା ୧୬୧୮ ଲିଟର ଦେଶୀ ମହୁଲି ମଦ

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ), କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନରେ ୫ଟି ଥାନା ରହିଛି l ଚଳିତ ମାସ ଗତ ୧୪ ତାରିଖ ହାଟଡିହୀ ବ୍ଲକ ସୋସୋ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri