୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ୍‌ କୋଇଲା ବାଷ୍ପୀକରଣ ଲକ୍ଷ୍ୟ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ଭାରତରେ ୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ୍‌ କୋଇଲା ବାଷ୍ପୀକରଣ ଲକ୍ଷ୍ୟ ରଖାଯାଇଛି। ଏଥିଲାଗି କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ମିଶନ ଦସ୍ତାବିଜ୍‌ ପ୍ରସ୍ତୁତ କରାଯାଇଛି। ଭବିଷ୍ୟତରେ କୋଇଲା ବାଷ୍ପୀକରଣ କ୍ଷେତ୍ରରେ ବ୍ୟାପକ ସମ୍ଭାବନା ରହିଛି। କୋଇଲା ଜଳାଇବା ତୁଳନାରେ ଏହାକୁ ସ୍ବଚ୍ଛ ଇନ୍ଧନ ବିକଳ୍ପ ଭାବେ ବିବେଚନା କରାଯାଉଛି। ଏଥିରେ ଥିବା ରାସାୟନିକ ଉପାଦାନକୁ ବାଷ୍ପୀକରଣ ପ୍ରକ୍ରିୟାରେ ଉପଯୋଗ କରାଯାଇଥାଏ। ଏହା ଅପେକ୍ଷାକୃତ ବେଶି ପରିବେଶ ଅନୁକୂଳ ବୋଲି କହିଛନ୍ତି ଖଣି ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଭି. କେ. ତିୱାରୀ। ଶକ୍ତି, ଇସ୍ପାତ, ଖଣି ମନ୍ତ୍ରଣାଳୟ ଏବଂ କୋଇଲା ମନ୍ତ୍ରଣାଳୟର ମିଳିତ ଆନୁକୂଲ୍ୟରେ ଶୁକ୍ରବାର ଭୁବନେଶ୍ୱରଠାରେ ଆୟୋଜିତ ଜାତୀୟ ଖଣିଜ କଂଗ୍ରେସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସେ ଏହି ସୂଚନା ଦେଇଛନ୍ତି।
ଆଲୋଚନାରେ ଅଂଶଗ୍ରହଣ କରି ତିୱାରୀ କହିଲେ, ଅତ୍ୟାଧୁନିକ ଜ୍ଞାନକୌଶଳର ବିକାଶ ଫଳରେ ଅଧିକ କୋଇଲା ଉତ୍ତୋଳନ ହୋଇପାରୁଛି। ଖଣି ଖନନ କାର୍ଯ୍ୟରେ କମ୍ପାନୀମାନେ ନୂତନ ଜ୍ଞାନକୌଶଳ ଆପଣାଇବା ଉଚିତ। ଏଥିସହ ଡିଜିଟାଲ ଭିତ୍ତିଭୂମି ନିର୍ମାଣ କରିବାର ଆବଶ୍ୟକତା ରହିଛି। ଏହି କ୍ଷେତ୍ରରେ ପ୍ରଯୁକ୍ତିର ସର୍ବାଧିକ ଉପଯୋଗ ସୁନିଶ୍ଚିତ କରିବା ଲାଗି ସେ ପରାମର୍ଶ ଦେଇଛନ୍ତି। ଭାରତ ନିକଟରେ ୩,୮୯୬ ନିୟୁତ ଟନ୍‌ ବକ୍ସାଇଟ୍‌ ଉତ୍ସ ରହିଛି। ତେବେ ଭାରତୀୟ ଖଣିଜ ଭଣ୍ଡାରରେ ଏହା ମାତ୍ର ୧୭ ପ୍ରତିଶତ। ଅର୍ଥାତ୍‌ ୬୫୬ ନିୟୁତ ଟନ୍‌ ବକ୍ସାଇଟ୍‌ ମହଜୁଦ୍‌ ଅଛି। ବର୍ତ୍ତମାନ ଭାରତର ହାଇଡ୍ରୋଜେନ୍‌ ଆବଶ୍ୟକତା ବାର୍ଷିକ ୬.୭ ନିୟୁତ ଟନ୍‌ ଥିବା ବେଳେ ୨୦୩୦ ବେଳକୁ ଏହା ୧୧.୭ ନିୟୁତ ଟନ୍‌କୁ ବୃଦ୍ଧି ପାଇବ। ବିଶୋଧନାଗାର ଏବଂ ସାର କାରଖାନାଗୁଡ଼ିକ ହାଇଡ୍ରୋଜେନର ସବୁଠୁ ବଡ଼ ଉପଭୋକ୍ତା ପାଲଟିଛନ୍ତି। ଏବେ ଏହା ପ୍ରାକୃତିକ ବାଷ୍ପରୁ ଉତ୍ପାଦନ ହେଉଛି। କୋଇଲା ବାଷ୍ପୀକରଣ ପ୍ରକ୍ରିୟା ଦ୍ୱାରା ଏହାକୁ ଆହୁରି ସୁବିଧାରେ ଉତ୍ପାଦନ କରାଯାଇପାରିବ ବୋଲି ତିୱାରୀ ସୂଚନା ଦେଇଛନ୍ତି।
ପ୍ରାରମ୍ଭରେ ଖଣି ମନ୍ତ୍ରଣାଳୟ ସଚିବ ଅନୀଲ କୁମାର ଜୈନ ଭର୍ଚୁଆଲ ମାଧ୍ୟମରେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ସବୁ ଅଂଶୀଦାରଙ୍କ ମଧ୍ୟରେ ଆଲୋଚନା ମାଧ୍ୟମରେ ଜାତୀୟ ଖଣିଜ କଂଗ୍ରେସରୁ ଫଳପ୍ରଦ ପରିଣାମ ମିଳିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ବିଶ୍ୱ ଖଣିଜ କଂଗ୍ରେସର ଭାରତୀୟ ଜାତୀୟ କମିଟି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୨୦ଟି ପ୍ରମୁଖ କମ୍ପାନୀର ଶିଳ୍ପ ବିଶେଷଜ୍ଞ ଅଂଶଗ୍ରହଣ କରିଛନ୍ତି। ଶନିବାର ପ୍ରତିନିଧିମାନେ ଅନୁଗୋଳସ୍ଥିତ ଜେଏସ୍‌ପିଏଲ୍‌ର କୋଇଲା ବାଷ୍ପୀକରଣ ପ୍ଲାଣ୍ଟ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri