୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ୍‌ କୋଇଲା ବାଷ୍ପୀକରଣ ଲକ୍ଷ୍ୟ

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ଭାରତରେ ୨୦୩୦ ସୁଦ୍ଧା ୧୦୦ ନିୟୁତ ଟନ୍‌ କୋଇଲା ବାଷ୍ପୀକରଣ ଲକ୍ଷ୍ୟ ରଖାଯାଇଛି। ଏଥିଲାଗି କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ମିଶନ ଦସ୍ତାବିଜ୍‌ ପ୍ରସ୍ତୁତ କରାଯାଇଛି। ଭବିଷ୍ୟତରେ କୋଇଲା ବାଷ୍ପୀକରଣ କ୍ଷେତ୍ରରେ ବ୍ୟାପକ ସମ୍ଭାବନା ରହିଛି। କୋଇଲା ଜଳାଇବା ତୁଳନାରେ ଏହାକୁ ସ୍ବଚ୍ଛ ଇନ୍ଧନ ବିକଳ୍ପ ଭାବେ ବିବେଚନା କରାଯାଉଛି। ଏଥିରେ ଥିବା ରାସାୟନିକ ଉପାଦାନକୁ ବାଷ୍ପୀକରଣ ପ୍ରକ୍ରିୟାରେ ଉପଯୋଗ କରାଯାଇଥାଏ। ଏହା ଅପେକ୍ଷାକୃତ ବେଶି ପରିବେଶ ଅନୁକୂଳ ବୋଲି କହିଛନ୍ତି ଖଣି ମନ୍ତ୍ରଣାଳୟର ଅତିରିକ୍ତ ସଚିବ ଭି. କେ. ତିୱାରୀ। ଶକ୍ତି, ଇସ୍ପାତ, ଖଣି ମନ୍ତ୍ରଣାଳୟ ଏବଂ କୋଇଲା ମନ୍ତ୍ରଣାଳୟର ମିଳିତ ଆନୁକୂଲ୍ୟରେ ଶୁକ୍ରବାର ଭୁବନେଶ୍ୱରଠାରେ ଆୟୋଜିତ ଜାତୀୟ ଖଣିଜ କଂଗ୍ରେସରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସେ ଏହି ସୂଚନା ଦେଇଛନ୍ତି।
ଆଲୋଚନାରେ ଅଂଶଗ୍ରହଣ କରି ତିୱାରୀ କହିଲେ, ଅତ୍ୟାଧୁନିକ ଜ୍ଞାନକୌଶଳର ବିକାଶ ଫଳରେ ଅଧିକ କୋଇଲା ଉତ୍ତୋଳନ ହୋଇପାରୁଛି। ଖଣି ଖନନ କାର୍ଯ୍ୟରେ କମ୍ପାନୀମାନେ ନୂତନ ଜ୍ଞାନକୌଶଳ ଆପଣାଇବା ଉଚିତ। ଏଥିସହ ଡିଜିଟାଲ ଭିତ୍ତିଭୂମି ନିର୍ମାଣ କରିବାର ଆବଶ୍ୟକତା ରହିଛି। ଏହି କ୍ଷେତ୍ରରେ ପ୍ରଯୁକ୍ତିର ସର୍ବାଧିକ ଉପଯୋଗ ସୁନିଶ୍ଚିତ କରିବା ଲାଗି ସେ ପରାମର୍ଶ ଦେଇଛନ୍ତି। ଭାରତ ନିକଟରେ ୩,୮୯୬ ନିୟୁତ ଟନ୍‌ ବକ୍ସାଇଟ୍‌ ଉତ୍ସ ରହିଛି। ତେବେ ଭାରତୀୟ ଖଣିଜ ଭଣ୍ଡାରରେ ଏହା ମାତ୍ର ୧୭ ପ୍ରତିଶତ। ଅର୍ଥାତ୍‌ ୬୫୬ ନିୟୁତ ଟନ୍‌ ବକ୍ସାଇଟ୍‌ ମହଜୁଦ୍‌ ଅଛି। ବର୍ତ୍ତମାନ ଭାରତର ହାଇଡ୍ରୋଜେନ୍‌ ଆବଶ୍ୟକତା ବାର୍ଷିକ ୬.୭ ନିୟୁତ ଟନ୍‌ ଥିବା ବେଳେ ୨୦୩୦ ବେଳକୁ ଏହା ୧୧.୭ ନିୟୁତ ଟନ୍‌କୁ ବୃଦ୍ଧି ପାଇବ। ବିଶୋଧନାଗାର ଏବଂ ସାର କାରଖାନାଗୁଡ଼ିକ ହାଇଡ୍ରୋଜେନର ସବୁଠୁ ବଡ଼ ଉପଭୋକ୍ତା ପାଲଟିଛନ୍ତି। ଏବେ ଏହା ପ୍ରାକୃତିକ ବାଷ୍ପରୁ ଉତ୍ପାଦନ ହେଉଛି। କୋଇଲା ବାଷ୍ପୀକରଣ ପ୍ରକ୍ରିୟା ଦ୍ୱାରା ଏହାକୁ ଆହୁରି ସୁବିଧାରେ ଉତ୍ପାଦନ କରାଯାଇପାରିବ ବୋଲି ତିୱାରୀ ସୂଚନା ଦେଇଛନ୍ତି।
ପ୍ରାରମ୍ଭରେ ଖଣି ମନ୍ତ୍ରଣାଳୟ ସଚିବ ଅନୀଲ କୁମାର ଜୈନ ଭର୍ଚୁଆଲ ମାଧ୍ୟମରେ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ସବୁ ଅଂଶୀଦାରଙ୍କ ମଧ୍ୟରେ ଆଲୋଚନା ମାଧ୍ୟମରେ ଜାତୀୟ ଖଣିଜ କଂଗ୍ରେସରୁ ଫଳପ୍ରଦ ପରିଣାମ ମିଳିବ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ବିଶ୍ୱ ଖଣିଜ କଂଗ୍ରେସର ଭାରତୀୟ ଜାତୀୟ କମିଟି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୨୦ଟି ପ୍ରମୁଖ କମ୍ପାନୀର ଶିଳ୍ପ ବିଶେଷଜ୍ଞ ଅଂଶଗ୍ରହଣ କରିଛନ୍ତି। ଶନିବାର ପ୍ରତିନିଧିମାନେ ଅନୁଗୋଳସ୍ଥିତ ଜେଏସ୍‌ପିଏଲ୍‌ର କୋଇଲା ବାଷ୍ପୀକରଣ ପ୍ଲାଣ୍ଟ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri