ଜିଲାରୁ ୧୧,୭୩,୫୨୯ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ

ଜଗତ୍‌ସିଂହପୁର ଅଫିସ, ୮ା୧: ଚଳିତ ଖରିଫ ଋତୁ ପାଇଁ ଜିଲାର ପ୍ରଥମ ଧାନମଣ୍ଡି ରଘୁନାଥପୁର ବ୍ଲକର ତରିକୁନ୍ଦଠାରେ ଶୁଭାରମ୍ଭ ହୋଇଯାଇଛି। ଜିଲାପାଳ ପାରୁଲ ପଟୱାରୀ ଏହାକୁ ଉଦ୍‌ଘାଟନ କରିଥିଲେ। ଏହାପରେ ୧୫ରେ ଜଗତ୍‌ସିଂହପୁର, ନାଉଗାଁ, ବିରିଡ଼ି, ବାଲିକୁଦା, ଏରସମା ଓ କୁଜଙ୍ଗ ବ୍ଲକ ଏବଂ ୨୦ତାରିଖରେ ତିର୍ତ୍ତୋଲ ବ୍ଲକରେ ମଣ୍ଡି ଖୋଲିବ ବୋଲି ସ୍ଥିର କରାଯାଇଛି। ତରିକୁନ୍ଦ ପ୍ରାଥମିକ କୃଷି ସମବାୟ ସମିତି (ପ୍ୟାକ୍ସ) ଆନୁକୂଲ୍ୟରେ ଜଗତ୍‌ସିଂହପୁର ଜିଲାରେ ଚାଷୀମାନେ ଯେତେବେଳେ ଚାହିଁବେ ଧାନ ଦେଇପାରିବେ। ନିୟନ୍ତ୍ରିତ ବଜାର କମିଟି ତରଫରୁ ଆବଶ୍ୟକ ତାରପୋଲିନ୍‌ ସମସ୍ତ ପ୍ୟାକ୍ସକୁ ଯୋଗାଇ ଦିଆଯାଇଛି। ଜିଲାରେ ଏ ବର୍ଷ ଚାଷୀମାନଙ୍କଠାରୁ ୧୧,୭୩,୫୨୯.୪୧ କୁଇଣ୍ଟାଲ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ରଖାଯାଇଛି। ସରକାରଙ୍କ ପକ୍ଷରୁ ସାଧାରଣ ଏଫ୍‌ଏକ୍ୟୁ ଧାନ କୁଇଣ୍ଟାଲ ପ୍ରତି ୧୯୪୦ ଟଙ୍କା ରଖାଯାଇଥିବାବେଳେ ଗ୍ରେଡ୍‌-ଏ’ ପାଇଁ ୧୯୬୦ ଟଙ୍କା ଧାର୍ଯ୍ୟ କରାଯାଇଛି। କୋଭିଡ୍‌ କଟକଣା ଅନୁସାରେ ଧାନ ସଂଗ୍ରହ କରାଯିବ ବୋଲି ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଉଦ୍‌ଘାଟନୀ ଉତ୍ସବରେ ଉପଜିଲାପାଳ ଧର୍ମେନ୍ଦ୍ର ମଲ୍ଲିକ, ଡିଆର୍‌ସିଏସ୍‌ ରୁଦ୍ର ପ୍ରସାଦ ଦାସ, ଏଆର୍‌ସିଏସ୍‌ ସୁଭଦ୍ରା ପଟ୍ଟନାୟକ, ଆର୍‌ଏମ୍‌ସି ସେକ୍ରେଟାରି ସୂର୍ଯ୍ୟକାନ୍ତ ଦାସ, ମିଲର ଓ ଚାଷୀମାନେ ଉପସ୍ଥିତ ଥିଲେ। ଜିଲା ଯୋଗାଣ ଅଧିକାରିଣୀ ସୁଜାତା ମିଶ୍ର ଯୋଗଦେଇ କହିଥିଲେ, ପ୍ରଥମ ପର୍ଯ୍ୟାୟରେ ରଘୁନାଥପୁର ବ୍ଲକର ୯ଟି ପ୍ରାଥମିକ କୃଷି ସମବାୟ ସମିତି ଯଥା ପୁରୁଣାବସନ୍ତ, ଗୁଆଳିପୁର, ଛପଡ଼ା, ତରିକୁନ୍ଦ, ତାରପୁର, ରାଢ଼ଙ୍ଗ, ଜଗନ୍ନାଥପୁର, ରେଢୁଆ ଓ ଜିରା ମାଧ୍ୟମରେ ୩ ହଜାର କୁଇଣ୍ଟାଲ ଧାନ ସଂଗ୍ରହ ହେବ। କେବଳ ଟୋକନ ଗ୍ରହଣ କରିଥିବା ଚାଷୀ ଧାନ ବିକିପାରିବେ। ଜିଲାରେ ମୋଟ ୧୦୪ଟି ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ଚାଷୀମାନଙ୍କଠାରୁ ଧାନ କ୍ରୟ କରାଯିବ ବୋଲି ମିଶ୍ର ସୂଚନା ଦେଇଥିଲେ। ଏହି ଅବସରରେ ଧାନକ୍ରୟ ସଚେତନତା ପ୍ରଚାର ରଥକୁ ଉପଜିଲାପାଳ ମଲ୍ଲିକ, ଜିଲା ଯୋଗାଣ ଅଧିକାରିଣୀ ମିଶ୍ର ଓ ଏଆର୍‌ସିଏସ୍‌ ପଟ୍ଟନାୟକ ଉଦ୍‌ଘାଟନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri