ଗଛରେ ଝୁଲୁଛି ତାଡ଼ି ଗାଡୁଆ, ଯୁବ ସମାଜ ପଥଭ୍ରଷ୍ଟ

ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ସରକାର ପାମ୍‌ ଜାତୀୟ ଗଛ ରୋପଣ କରିିବା ପାଇଁ ଗୁରୁତ୍ୱାରୋପ କରୁଛନ୍ତି। ରାସ୍ତା ପାଶର୍‌ବ, ଖୋଲା ପଡ଼ିଆ, ନଦୀ, ନାଳ, କେନାଲ ପାର୍ଶ୍ୱ ଆଦି ସ୍ଥାନଗୁଡ଼ିକରେ ବ୍ୟାପକ ପରିମାଣରେ ବୃକ୍ଷ ରୋପଣ କରିବାକୁ ସଚେତନତା ସୃଷ୍ଟି କରାଯାଉଛି। ବିଶେଷକରି ଉପକୂଳ ଅଞ୍ଚଳଗୁଡ଼ିକରେ ପ୍ରାକୃତିକ ବିପର୍ଯ୍ୟୟ ରୋକିବା, ମୃତ୍ତିକା ସନ୍ତୁଳନ ରକ୍ଷା କରିବା ଆଦି କ୍ଷେତ୍ରରେ ଖଜୁରି, ତାଳ ଗଛଗୁଡ଼ିକ ଭୂମିକା ଖୁବ୍‌ ଗୁରୁତ୍ୱପୂର୍ଣ୍ଣ। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଥିବା ଖଜୁରି ଗଛଗୁଡ଼ିକୁ କେତେଜଣ ବ୍ୟବସାୟୀ ଗଛ ଉପର ଅଂଶ କାଟି ଯତ୍ନର ସହ ତାଡି ଗାଡୁଆ ବସାଇ ରସ ନିଗାଡୁ ଛନ୍ତି। ସେହି ରସରେ ବିଭିନ୍ନ ନିଶା ବଟିକା ପକାଇ ଖୁଲୁମଖୁଲା ଭାବେ ବିକ୍ରି କରୁଛନ୍ତି। ଏହି ନିଶା ଯୁକ୍ତ ତାଡ଼ିକୁ ପାନ କରି ଯୁବ ସମାଜ ପଥଭ୍ରଷ୍ଟ ହେଉଛନ୍ତି। ବେପାରୀମାନେ ଏହି ଖଜୁରି ତାଡ଼ି ବିଭିନ୍ନ ସ୍ଥାନରେ, ଛକ, ଗଳିକନ୍ଦିରେ ଭଲ ବ୍ୟବସାୟ କରୁଛନ୍ତି। ବିଶେଷକରି ନିଛାଟିଆ ସ୍ଥାନରେ ବିକ୍ରି ହେଉଥିବା ଦେଖିବାକୁ ମିଳୁଛି। ଏହି ଗଛର ଉପରଅଂଶ କାଟିବା ଦ୍ୱାରା ଗଛ ପ୍ରଭାବିତ ହୋଇ ଫଳ ଫଳିବାରେ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ନଦୀ ପାଶର୍‌ବରେ ଥିବା ଗଛଗୁଡ଼ିକରେ ଫଳ ଝଡ଼ିବା ଦ୍ୱାରା ବହୁସଂଖ୍ୟାରେ ଚାରା ସୃଷ୍ଟି ହୋଇଥାଏ। ଫଳରେ ଏହି ପାମ୍‌ ଜାତୀୟ ଗଛଗୁଡ଼ିକ ମୃତ୍ତିକା ଅବକ୍ଷୟକୁ ରୋକିଥାଏ। ଯଦି ଏହି ପରିମାଣରେ ଗଛ କଟାଯାଏ ତେବେ ଖୁବ୍‌ କମ୍‌ଦିନ ମଧ୍ୟରେ ପ୍ରାକୃତିକ ପରିବେଶ ସନ୍ତୁଳନ ରକ୍ଷା କରିବାରେ ପ୍ରଭାବିତ ହେବ ବୋଲି ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

ସୁପ୍ରିମକୋର୍ଟ ଛାତ୍ରମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ସପକ୍ଷରେ ନାହାନ୍ତି

ନୂଆଦିଲ୍ଲୀ,୫।୮: ଜଣେ ଆବେଦନକାରୀ କୌଣସି ରାଜନୈତିକ ସମାଧାନ ଆଧାରରେ ଛାତ୍ର ପ୍ରତିବାଦ ସମୟରେ ବିଶୃଙ୍ଖଳା ସମ୍ବନ୍ଧୀୟ ମାମଲା ପ୍ରତ୍ୟାହାର କରିବାକୁ ବିରୋଧ କରିଛନ୍ତି। ଆବେଦନରେ ଆୟୋଜକଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri