ଅସରାଏ ବର୍ଷାରେ ତାରପୁର ବାଇପାସ ରାସ୍ତା ବେହାଲ

ରଘୁନାଥପୁର,୨୪ା୬(ଡି.ଏନ୍‌.ଏ.): ଅସରାଏ ବର୍ଷାରେ ରଘୁନାଥପୁର ବ୍ଲକ ତାରପୁର ବାଇପାସ ରାସ୍ତାର ଅବସ୍ଥା ବେହାଲ ହୋଇଯାଉଛି। କିଛି ବ୍ୟବସାୟୀ ସରକାରୀ ଜମିକୁ ମାଡିବସି ଜଳ ନିଷ୍କାସନ ପଥକୁ ସଙ୍କୁଚିତ କରିଦେଇଥିବାରୁ, ଆବଶ୍ୟକ ସମୟରେ ବର୍ଷାଜଳ ନିଷ୍କାସିତ ହୋଇପାରୁ ନାହିଁ। ଫଳରେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଏହାଛଡା ପୂର୍ତ୍ତ ଓ ଗୃହ ବିଭାଗ ଅଧୀନରେ ଥିବା ସର୍ବସାଧାରଣ ରାସ୍ତା ପାର୍ଶରେ ଜନୈକ ବ୍ୟବସାୟୀ ଦୀର୍ଘଦିନ ଧରି ବିପୁଳ ପରିମାଣରେ ବାଲି ଗଦା କରି ରଖିଥିବାରୁ ଜଳ ନିଷ୍କାସନରେ ପ୍ରତିବନ୍ଧକ ସୃଷ୍ଟି କରୁଛି। ଫଳରେ ଦୈନଦିନ ଏହି ବାଇପାସ ରାସ୍ତା ଦେଇ କଟକ, କେନ୍ଦ୍ରାପଡା, ଯାଜପୁର ଓ ଜଗତସିଂହପୁର ଜିଲାକୁ ଯାଉଥିବା ହଜାର ସଂଖ୍ୟକ ଲୋକେ ପାଣିରେ ପଶି ଯିବାକୁ ବାଧ୍ୟ ହେଉଛନ୍ତି। ଏପରିକି ଜମିରହିଥିବା ପାଣି ଭିତରେ ରାସ୍ତାର ସ୍ଥିତି ଜାଣିନପାରି ଅନେକ ବାଇକ ଚାଳକ ଦୁର୍ଘଟଣାରେ ସମ୍ମୁଖୀନ ହେଉଛନ୍ତି। ଆଗାମୀ ଦିନରେ ଲଗାଣ ବର୍ଷା ହେଲେ ବାଇପାସର ଅବସ୍ଥା ସଙ୍ଗିନ ହୋଇପଡିବ। ଦୋକାନ ବଜାର ସହ ବାଇପାସକୁ ଲାଗି ରହିଥିବା ୧ନଂ ୱାର୍ଡ ମଧ୍ୟ ଜଳାର୍ଣ୍ଣବ ହୋଇଯିବାର ଆଶଙ୍କାକୁ ଏଡ଼ାଇ ଦେଇ ହେବନି। ଏଣୁ ଜଳ ନିଷ୍କାସନ ପଥକୁ ମୁକ୍ତ କରିବା ସହ ଗଦାହୋଇ ରହିଥିବା ବାଲିକୁ ତୁରନ୍ତ ହଟାଇବା ନିମନ୍ତେ ସ୍ଥାନୀୟ ଅଧିବାସୀଙ୍କ ପକ୍ଷରୁ ଜିଲାପାଳ ଓ ଆରଡିସିଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଏନେଇ ପଦକ୍ଷେପ ନିଆନଗଲେ ଆଗାମୀ ଦିନରେ ଆନ୍ଦୋଳନ କରାଯିବ ବୋଲି ସ୍ଥାନୀୟ ଲୋକେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri