ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ Task Force ଗଠନ

ଭୁବନେଶ୍ୱର,୨୧।୧: ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଯେଉଁ Task Force ଗଠନ କରାଯାଇଛି। ସେଥିରେ କୋରାପୁଟ ଲୋକ ସଭା ସାଂସଦ ସପ୍ତଗିରି ଉଲାକା ଏବଂ ଗୁଣୁପୁର ବିଧାୟକ ସତ୍ୟଜିତ ଗୋମାଙ୍ଗୋଙ୍କୁ ସଦସ୍ୟ ଭାବେ ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ସୂଚନା ଯୋଗ୍ୟ ଯେ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଅଧ୍ୟକ୍ଷତାରେ ଗଠିତ ଏହି Task Force ରେ ଅନ୍ୟ ୯ ଜଣ ସଦସ୍ୟ ଅଛନ୍ତି ଏବଂ ୩ ଜଣ ex officio ସଦସ୍ୟ ଅଛନ୍ତି। ଏହି ଦୁଇ ନୂଆ ସଦସ୍ୟଙ୍କ ସହିତ ଏହି Task Force ରେ ବର୍ତ୍ତମାନ ୧୧ ଜଣ ସଦସ୍ୟ ହେଲେ।

ସେହିପରି ପୂର୍ବରୁ ପଶ୍ଚିମ ଓଡ଼ିଶାର ୧୧ଟି ଜିଲାର ବିକାଶ ତ୍ୱରାନ୍ୱିତ ପାଇଁ ଓଡ଼ିଶା ସରକାରଙ୍କଦ୍ୱାରା ଗଠିତ ସ୍ୱତନ୍ତ୍ର ଏକ ପରିଷଦ ଗଠନ କରିଛନ୍ତି। ଏହିରେ ବଲାଙ୍ଗୀର, ସୋନପୁର, ବୌଦ୍ଧ,ଦେବଗଡ଼, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, ନୂଆପଡ଼ା, ସୁନ୍ଦରଗଡ଼ ଆଦି ଜିଲ୍ଲାମାନ ଓ ଅନୁଗୋଳର ଆଠମଲ୍ଲିକ ଉପଖଣ୍ଡ ଅପେକ୍ଷାକୃତ କମ ଅଗ୍ରସର ଥିବାରୁ ବିକାଶ ଧାରାରେ ସାମଞ୍ଜସ୍ୟ ଆଣିବା ପାଇଁ ରାଜ୍ୟ ସରକାର ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଗଠନ କରିଥିଲେ ।

ଏଥିପାଇଁ ରାଜ୍ୟ ବଜେଟ ୮୪ ହଜାର କୋଟିରୁ ଏହି ପରିଷଦକୁ ସରକାର ବର୍ଷକୁ ୧୦୦ କୋଟି ଟଙ୍କା ମଂଜୁର କରିଥାନ୍ତି । ସେହି ଅର୍ଥ ପୁନର୍ବାର ପରିଷଦ ଏହା ଅଧୀନ ୧୧ଟି ଜିଲ୍ଲାକୁ ପ୍ରକଳ୍ପ ପ୍ରସ୍ତାବ ହିସାବରେ ଆବଣ୍ଟନ କରିଥାନ୍ତି । ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ନିଜସ୍ୱ ପାଣ୍ଠି ନାହିଁ । ପ୍ରତିବର୍ଷ ରାଜ୍ୟ ସରକାର ପରିଷଦ ପାଇଁ ଯେଉଁ ବ୍ୟୟବରାଦ କରନ୍ତି ସେଥିରୁ ସମ୍ପୃକ୍ତ ଅଞ୍ଚଳରେ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଲାଗି ପରିଷଦ ଜିଲ୍ଲା, ବ୍ଲକ ଏବଂ ପୌର ପ୍ରଶାସନ ମାଧ୍ୟମରେ ଅନୁଦାନ ଦେଇଥାନ୍ତି । ୨୦୧୬ ଡିସେମ୍ବର ଶେଷ ସୁଦ୍ଧା ପରିଷଦ ସମୁଦାୟ ୨୬,୨୨୦ଟି ପ୍ରକଳ୍ପ ପାଇଁ ୧୧୪୮ କୋଟି ୮୭ ଲକ୍ଷ ଟଙ୍କାର ମଞ୍ଜୁରି କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ…

ବ୍ରହ୍ମପୁର ଦୁର୍ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପ୍ରତି ମୃତକଙ୍କ ପରିବାରକୁ ମିଳିବ…

ଭୁବନେଶ୍ୱର,୩୧ା୧: ବ୍ରହ୍ମପୁର ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପ୍ରତ୍ୟେକ ପରିବାରକୁ ୪ ଲକ୍ଷ ଲେଖାଏ ଟଙ୍କା ସହାୟତା ଘୋଷଣା…

ପାନ ମସଲାକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ଜୋରଦାର ହେବ…

ଭୁବନେଶ୍ୱର,୩୧।୧: ଡ଼ିଶାରେ ପାନ ମସଲାକୁ ବ୍ୟାନ କରିଥିଲେ ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri