Posted inରାଜ୍ୟ

ସିଏମ୍‌ ରିଲିଫ୍‌ ପାଣ୍ଠିକୁ ଦାନ କଲେ ଚା’ ଦୋକାନୀ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ଭୁବନେଶ୍ୱର ଆର୍‌ଟିଓ ଅଫିସ ନିକଟ ଏକ ଓମ୍‌ଫେଡ୍‌ ବୁଥ୍‌ରେ ଚା’ ବିକ୍ରି କରୁଥିବା ଦୋକାନୀ ଶିବଶଙ୍କର ଜେନା ନିଜ ରୋଜଗାରରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୮,୩୫୦ ଟଙ୍କା ଦାନ କରିଛନ୍ତି । ବୁଧବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଭେଟି ଏହି ଚେକ୍‌ ପ୍ରଦାନ କରିଛନ୍ତି। ଏହି ଅବସରରେ ଜେନା କହିଛନ୍ତି, ସେ ଜଣେ କୋଭିଡ୍‌ ଯୋଦ୍ଧାଭାବେ କାର୍ଯ୍ୟ କରିଥିଲେ। ପ୍ରଥମ ଅବସ୍ଥାରେ ଆବିଷ୍କୃତ ହେଉଥିବା ଟିକାର ପରୀକ୍ଷାତ୍ମକ ପ୍ରୟୋଗ ନିଜ ଉପରେ କରାଇବା ପାଇଁ ସେ ସ୍ବେଚ୍ଛାକୃତ ଭାବେ ଆଗଭର ହୋଇଥିଲେ। ଏଥିପାଇଁ ତାଙ୍କୁ ଖର୍ଚ୍ଚ ବାବଦରେ ୬,୭୫୦ ଟଙ୍କା ମିଳିଥିଲା । ଟିକା ପରୀକ୍ଷଣ ସଫଳ ହେବାରୁ ସେ ଆତ୍ମସନ୍ତୋଷ ଲାଭ କରିଥିଲେ। ସେହି ରାଶି ସହ ଚା’ ବେପାରରୁ ମିଳିଥିବା ୧ ମାସର ଲାଭ ମିଶାଇ ସେ ମୋଟ ୧୮,୩୫୦ ଟଙ୍କାର ଚେକ୍‌ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦାନ କରିଛନ୍ତି। ଏତାଦୃଶ ମନୋଭାବ ପାଇଁ ମୁଖ୍ୟ ଶାସନ ସଚିବ ଶିବଶଙ୍କରଙ୍କୁ ସାଧୁବାଦ ଜଣାଇଛନ୍ତି। ଚେକ୍‌ ପ୍ରଦାନ ସମୟରେ ଭୁବନେଶ୍ୱର (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା ଓ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ କୁମାର ମହାନ୍ତି ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ.…

ଗୁରୁବାର ନବୀନ କରିବେ ବଡ଼ ଘୋଷଣା! ସୁଜାତା କାର୍ତ୍ତିକେୟନକୁ ନେଇ ଆସିଲା ବଡ଼ ଖବର

ଭୁବନେଶ୍ୱର,୨୬।୬: ଗୁରୁବାର ବିଜେଡିରେ ମିଶିପାରନ୍ତି ସୁଜାତା କାର୍ତ୍ତିକେୟନ। ବୁଧବାର ବରିଷ୍ଠ ନେତାଙ୍କ ସହ ନବୀନଙ୍କ ଆଲୋଚନା ପରେ ବଢ଼ିଲା ଚର୍ଚ୍ଚା। ଶଙ୍ଖ ଭବନରେ ଏନେଇ ନବୀନ ବଡ଼…

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri