Posted inରାଜ୍ୟ

ସିଏମ୍‌ ରିଲିଫ୍‌ ପାଣ୍ଠିକୁ ଦାନ କଲେ ଚା’ ଦୋକାନୀ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ଭୁବନେଶ୍ୱର ଆର୍‌ଟିଓ ଅଫିସ ନିକଟ ଏକ ଓମ୍‌ଫେଡ୍‌ ବୁଥ୍‌ରେ ଚା’ ବିକ୍ରି କରୁଥିବା ଦୋକାନୀ ଶିବଶଙ୍କର ଜେନା ନିଜ ରୋଜଗାରରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧୮,୩୫୦ ଟଙ୍କା ଦାନ କରିଛନ୍ତି । ବୁଧବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ଭେଟି ଏହି ଚେକ୍‌ ପ୍ରଦାନ କରିଛନ୍ତି। ଏହି ଅବସରରେ ଜେନା କହିଛନ୍ତି, ସେ ଜଣେ କୋଭିଡ୍‌ ଯୋଦ୍ଧାଭାବେ କାର୍ଯ୍ୟ କରିଥିଲେ। ପ୍ରଥମ ଅବସ୍ଥାରେ ଆବିଷ୍କୃତ ହେଉଥିବା ଟିକାର ପରୀକ୍ଷାତ୍ମକ ପ୍ରୟୋଗ ନିଜ ଉପରେ କରାଇବା ପାଇଁ ସେ ସ୍ବେଚ୍ଛାକୃତ ଭାବେ ଆଗଭର ହୋଇଥିଲେ। ଏଥିପାଇଁ ତାଙ୍କୁ ଖର୍ଚ୍ଚ ବାବଦରେ ୬,୭୫୦ ଟଙ୍କା ମିଳିଥିଲା । ଟିକା ପରୀକ୍ଷଣ ସଫଳ ହେବାରୁ ସେ ଆତ୍ମସନ୍ତୋଷ ଲାଭ କରିଥିଲେ। ସେହି ରାଶି ସହ ଚା’ ବେପାରରୁ ମିଳିଥିବା ୧ ମାସର ଲାଭ ମିଶାଇ ସେ ମୋଟ ୧୮,୩୫୦ ଟଙ୍କାର ଚେକ୍‌ ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦାନ କରିଛନ୍ତି। ଏତାଦୃଶ ମନୋଭାବ ପାଇଁ ମୁଖ୍ୟ ଶାସନ ସଚିବ ଶିବଶଙ୍କରଙ୍କୁ ସାଧୁବାଦ ଜଣାଇଛନ୍ତି। ଚେକ୍‌ ପ୍ରଦାନ ସମୟରେ ଭୁବନେଶ୍ୱର (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା ଓ ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ କୁମାର ମହାନ୍ତି ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri