ପାଠ ନ ଆସିବାରୁ ଛାତ୍ରଙ୍କୁ ପିଟିଲେ ଶିକ୍ଷକ

ନୀଳଗିରି, ୨୯।୮(ପ୍ରଶାନ୍ତ ବିଶ୍ୱାଳ): ଭୟମୁକ୍ତ ହୋଇ ଛାତ୍ରୀଛାତ୍ରଙ୍କ ମନରେ ପାଠ ପ୍ରତି ଆଗ୍ରହ ସୃଷ୍ଟି କରିବାକୁ ସରକାର ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଘୋଷଣା କରିଛନ୍ତି। ହେଲେ ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଛତ୍ରପୁର ପଞ୍ଚାୟତ ମଧୂପୁରିଆ ପ୍ରାଥମିକ ବିଦ୍ୟାଳୟରେ ଏଥିରେ ବ୍ୟତିକ୍ରମ ଦେଖିବାକୁ ମିଳିଛି। ପାଠ ନ ଆସିବାରୁ ଦୁଇ ଛାତ୍ରଙ୍କୁ ଜଣେ ଶିକ୍ଷକ ଅମାନୁଷିକ ଭାବେ ବାଉଁଶ କଣିରେ ପିଟିଥିବା ଜଣାପଡିଛି। ଏହାକୁ ନେଇ ଅଭିଭାବକଙ୍କ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଅଭିଭାବକମାନେ ଏ ବିଷୟରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଅବଗତ କରିଥିଲେ ମଧ୍ୟ ଏ ଦିଗରେ ଗୁରୁତ୍ୱ ଦିଆ ଯାଇ ନ ଥିଲା। ଫଳରେ ସେମାନେ ବାଧ୍ୟ ହୋଇ ସୋମବାର ନୀଳଗିରି ଉପଖଣ୍ଡ ଶିକ୍ଷାଧିକାରିଣୀ ସ୍ନିଗ୍ଧା ପଣ୍ଡାଙ୍କଠାରେ ଅଭିଯୋଗ କରି ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଅଭିଭାବକଙ୍କ ମଧ୍ୟରେ ମିର୍ଜା ସରେନ, ରାମହରି ମାରାଣ୍ଡି, ନବକିଶୋର କିସ୍କୁ, ରୁହ୍ୟା ଟୁଡୁ, ଚନ୍ଦନ କୁମାର କିସ୍କୁ, ପାଣ୍ଡବ ସୋରେନ, ବନମାଳୀ ହେମ୍ବ୍ରମ, ଗିରିଶ ବାସ୍କେ, ଗୁରୁବା ମାର୍ଣ୍ଡି ପ୍ରମୁଖ ଉପସ୍ଥିତ ରହି ସମ୍ପୃକ୍ତ ଶିକ୍ଷକଙ୍କ ବଦଳି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri