ଶିକ୍ଷୟିତ୍ରୀ ବଦଳି ନେଇ ଉଆଁଲ ବିଦ୍ୟାଳୟରେ ଅଚଳାବସ୍ଥା

ବୌଦ୍ଧ,୩ା୨(ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ରାମଗଡ ପଞ୍ଚାୟତର ଉଆଁଲ ବିଦ୍ୟାଳୟରେ ଶିକ୍ଷୟିତ୍ରୀ ବଦଳି ନେଇ ଗୁରୁବାର ଦିନ ଅଚଳାବସ୍ଥା ଦେଖାଯିବା ସହ ଅଭିଭାବକମାନେ ବିଦ୍ୟାଳୟ ଗେଟରେ ତାଲା ପକାଇ ଦେଇଛନ୍ତି। ମିଳିଥିବା ସୂଚନା ମୁତାବକ, ଉକ୍ତ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ବେଳେ ୭୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ୮ ଗୋଟି ଶ୍ରେଣୀ ପାଇଁ ମାତ୍ର ୪ ଗୋଟି ଶ୍ରେଣୀ ଗୃହ ରହିଛି। ଫଳରେ ବହୁ ଅସୁବିଧାରେ ଛାତ୍ରୀଛାତ୍ର ପାଠ ପଢୁଛନ୍ତି। ସେହିପରି ଆଠ ଗୋଟି ଶ୍ରେଣୀ ପାଇଁ ୪ ଜଣ ଶିକ୍ଷକ ଓ ଜଣେ ଶିକ୍ଷୟିତ୍ରୀ ଥିଲେ। ବିଦ୍ୟାଳୟ ଠିକ ଭାବେ ଚାଲୁଥିବା ବେଳେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଜଣେ ନୂତନ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯାଇଥିଲା। ନୂତନ ଶିକ୍ଷକଙ୍କୁ ନିଯୁକ୍ତି ପରେ ବିଦ୍ୟାଳୟରେ ଥିବା ଜଣେ ମାତ୍ର ଶିକ୍ଷୟିତ୍ରୀ ଶାରଲା ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଥିଲା। ଗୁରୁବାର ଦିନ ଶିକ୍ଷୟିତ୍ରୀଙ୍କ ବଦଳି ହେବା ଜାଣି ଛାତ୍ରୀମାନେ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଛାତ୍ରୀମାନେ ସେମାନଙ୍କର କିଛି ଅସୁବିଧା ହେଲେ ଶିକ୍ଷୟିତ୍ରୀଙ୍କୁ ଜଣାଇଥାନ୍ତି ବୋଲି ଅଭିଭାବକମାନେ କହିଛନ୍ତି। ଶିକ୍ଷୟିତ୍ରୀଙ୍କ ବଦଳି ଯୋଗୁ ଗୁରୁବାର ଦିନ ଛାତ୍ରୀଛାତ୍ରମାନେ ମଧ୍ୟାହ୍ନ ଭୋଜନ ନ ଖାଇ ଶ୍ରେଣୀ ବର୍ଜନ କରି ଘରକୁ ଚାଲି ଯାଇଥିଲେ। ପରେ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ଓ ଅଭିଭାବକମାନେ ବିଦ୍ୟାଳୟକୁ ଆସି ଶିକ୍ଷୟିତ୍ରୀଙ୍କ ବଦଳି ପ୍ରତିବାଦର ତାଲା ପକାଇଥିବା ଜଣାପଡିଛି। ଏନେଇ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିରେନ୍ଦ୍ର ବିଶିଙ୍କୁ ପଚାରିବାରେ ବିଦ୍ୟାଳୟରେ ଠିକ ଭାବେ ଶିକ୍ଷାଦାନ ଚାଲୁଥିଲା। ଶିକ୍ଷା ବିଭାଗ ଜଣେମାତ୍ର ଶିକ୍ଷୟିତ୍ରୀଙ୍କୁ କାହିଁକି ବଦଳି କଲେ ଜଣାପଡୁନାହିଁ। ବଦଳି ବାତିଲ କରି ପୁଣି ଉକ୍ତ ବିଦ୍ୟାଳୟରେ ନିଯୁକ୍ତି ନ ଦେବା ପର୍ଯ୍ୟନ୍ତ ତାଲା ପଡିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନ ବନ୍ଦ ରହିବ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ: ପଛରେ ରହିଛି ଏମିତି କାରଣ

ଭଞ୍ଜନଗର,୧୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପରିସରରେ ହୋଇଥିବା ରାଜ୍ୟର ଏକ ମାତ୍ର ସରକାରୀ ୱାଟର ପାର୍କକୁ ଗତ ମାସରେ ଅନିର୍ଦ୍ଦିଷ୍ଟ…

ବଢିପାରେ ୨୦ ଟିଏମସି ବିଦ୍ରୋହୀଙ୍କ ସମସ୍ୟା! ବଡ଼ ନିଷ୍ପତ୍ତି ନେଲେ ଦିଦି

କୋଲକାତା,୧୪।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (ଟିଏମସି) ୨୦ ଜଣ ବିଦ୍ରୋହୀ ଲୋକ ସଭା ସାଂସଦଙ୍କ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି।…

ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା…

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri