ସ୍କୁଲରେ ଶୋଇ ପଡ଼ିଲେ ଶିକ୍ଷକ: ପିଲା ଚିତ୍କାର କରି ଠେଲିଲେ ପେଲିଲେ ବି ଉଠୁ ନାହାନ୍ତି

ଭୁବନେଶ୍ୱର,୨୩।୮: ନିଶାଶକ୍ତ ଅବସ୍ଥାରେ ସ୍କୁଲ ଆସିଲେ ଶିକ୍ଷକ । ପାଠ ପଢାଇବେ କଣ, ସିଧା ଶୋଇପଡ଼ିଲେ। ଛାତ୍ରୀଛାତ୍ର ଡାକିଡାକି ନୟାନ୍ତ। ହେଲେ ସାରଙ୍କ ନିଦ ଭାଙ୍ଗୁନି। ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲା କାମାକ୍ଷାନଗର ନୂଆଟିପିଲେଇ ପ୍ରାଥମିକ ବିଦ୍ୟାଳୟରେ । ଭାରପ୍ରାସ୍ତ ପ୍ରଧାନ ଶିକ୍ଷକ ସକାଳୁ ସ୍କୁଲ ଆସିଛନ୍ତି । ଆଉ ସ୍କୁଲକୁ ଆସି ଶ୍ରେଣୀରେ ଶୋଇପଡ଼ିଛନ୍ତି । ସେଠାରେ ପିଲାମାନେ ମଧ୍ୟ ଅଛନ୍ତି । ଆଉ ସାରଙ୍କୁ ଏତେ ମାତ୍ରାରେ ନିଦ ଯେ, ଯେତେ ପେଲିଲେ ଠେଲିଲେ ଦୋହଲେଇଲେ ବି ସାରଙ୍କ ନିଦ ଭାଙ୍ଗୁନି। ନିଶା ଏତେ ଯେ, ପିଲାମାନେ ଯେତେ ଚିତ୍କାର କଲେ ବି ସେ କିଛି ଜାଣିପାରୁ ନାହାନ୍ତି କି ତାଙ୍କ ନିଦ ଭାଙ୍ଗୁନି । ସକାଳ ଯାଇ ମଧ୍ୟାହ୍ନ ହେଲା ମଧ୍ୟ ନିଦ୍ରାରୁ ଉଠିନଥିଲେ ରବୀନ୍ଦ୍ରନାଥ । ସ୍କୁଲ ପିଲାଙ୍କ କହିବା କଥା ସାର ଅଧିକାଂଶ ସମୟରେ ଏମିତି ମଦ ପିଇ କ୍ଲାସକୁ ଆସୁଛନ୍ତି। ତେବେ ସବୁଠାରୁ ବଡ଼ କଥା ହେଲା, ଏହି ସ୍କୁଲ ପାଇଁ ମାତ୍ର ଜଣେ ହିଁ ଶିକ୍ଷକ । ଆଉ ସେ ହେଉଛନ୍ତି ସେଇ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ । ଯାହାଙ୍କ ନାଁ ରବୀନ୍ଦ୍ରନାଥ ମୁର୍ମୁ ।


Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ସେମିଫାଇନାଲରେ ପହଞ୍ଚିଲେ ଲକ୍ଷ୍ୟ ସେନ୍‌

ବର୍ମିଂହାମ୍‌,୭ା୩:ଭାରତର ଲକ୍ଷ୍ୟ ସେନ୍‌ ଅଲ୍‌ ଇଂଲଣ୍ଡ ଓପନ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ୨୦୨୨ ସଂସ୍କରଣରେ ରନର-ଅପ୍‌ ବିଶ୍ୱର ୧୨ତମ ମାନ୍ୟତାପ୍ରାପ୍ତ ଏହି…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri