ଛାତ୍ରଙ୍କୁ ପଛପଟୁ ଗୋଇଠା ମାରିଲେ ଶିକ୍ଷକ: ଥାନାରେ ପହଞ୍ଚିଲା ମାମଲା

କେନ୍ଦୁଝର,୨୦।୧୧ (ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ଛାତ୍ରଙ୍କୁ ଶିକ୍ଷକ ଗୋଇଠା ମାରିବା ସହ ଅସଦାଚରଣ କରିବା ଅଭିଯୋଗ ହୋଇଛି। କେନ୍ଦୁଝର ଟାଉନ ଥାନାରେ ଅଭିଯୋଗ କ୍ରମେ ଟାଉନ ଥାନା ରାଙ୍କି ଗ୍ରାମରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଛାତ୍ରଙ୍କ ବାପା ପ୍ରିୟବ୍ରତ କମଳ କୃଷ୍ଣ ନାୟକଙ୍କ ଲିଖିତ ଅଭିଯୋଗରେ ପୋଲିସ କେସ ନମ୍ବର୍‌ ୫୬୭/୨୦୨୪ ରେ ହିନ୍ଦି ଶିକ୍ଷକ ଅନୁରାଗ ମିଶ୍ରମ୍‌ଙ୍କ ବିରୋଧରେ ମାମଲା ରୁଜୁ କରିଛି। ଭାରତୀୟ ନ୍ୟାୟ ସଂହିତାର ଧାରା ୧୨୬(୨), ୧୧୫(୨), ୨୯୬, ଜୁଭେନାଇଲ ଜଷ୍ଟିସ ଆଇନ ୨୦୦୦ ର ଧାରା ୨୩ରେ ମାମଲା ରୁଜୁ ହୋଇଛି।

ଗତ ୧୮ ତାରିଖ ଦିନ ନବମ ଶ୍ରେଣୀରେ ପଢୁଥିବା ତାଙ୍କ ପୁଅ ଠିଆ ହୋଇ ଥିବା ବେଳେ ଉକ୍ତ ହିନ୍ଦୀ ଶିକ୍ଷକ କୌଣସି କାରଣ ନ ଥାଇ ପଛ ପଟୁ ଗୋଇଠା ମାରିଥିଲେ। ଫଳରେ ଆହତ ହୋଇ ଠିକ ଭାବେ ଛିଡା ହୋଇ ପାରୁନାହାନ୍ତି କିମ୍ବା ଚାଲି ପାରୁନାହାଁନ୍ତି। ବିନା କାରଣରେ ପୁଅକୁ ବାରମ୍ବାର ଅସଦାଚରଣ କରିବା ସହ ଖରାପ ଭାଷାରେ ଗାଳି ଗୁଲଜ କରିଥିବା ଅଭିଯୋଗ ହୋଇଛି। ଫଳରେ ମାନସିକ ଚାପରେ ପୁଅ ରହୁଥିବା ବାପା କମଳ କୃଷ୍ଣ କହିଛନ୍ତି। ପୋଲିସ ଘଟଣାର ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

ସିଆରିନ ଇଲେଭେନକୁ ହରାଇ ଚମ୍ପିୟନ ହେଲେ ମହାଲକ୍ଷ୍ମୀ ଇଲେଭେନ

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମାଳି ଜଗନ୍ନାଥପୁର ଖେଳ ପଡିଆରେ ବାବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଦୁଇଦିନିଆ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଛି।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

କ୍ୱାର୍ଟରରେ ଶୋଇଥିଲେ ମହିଳା ANM, ଲାଗିଗଲା ନିଆଁ: ସନ୍ଦେହଜନକ ଭାବେ…

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମଙ୍ଗଳବାର ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri