ବିଦ୍ୟାଳୟ ପାଚେରି ନିର୍ମାଣରେ ଛାତ୍ରଙ୍କୁ ଲଗାଇଥିଲେ ଶିକ୍ଷକ, ଭିଡିଓ ହେଲା ଭାଇରାଲ

ମାଥିଲି/ମାଲକାନଗିରି, ୨୮ା୮(ଡି.ଏନ୍‌.ଏ.): କେନ୍ଦ୍ର ଏବଂ ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କ ଶିକ୍ଷାର ଉନ୍ନତି ସହ ବିଦ୍ୟାଳୟର ଭିତ୍ତିଭୂମି ସୁଦୃଢ଼ ପାଇଁ ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତିି। ପିଲାମାନଙ୍କ ପାଇଁ ନୂତନ ବିଦ୍ୟାଳୟ ଗୃହ ନିର୍ମାଣଠାରୁ ଆରମ୍ଭକରି ବିଦ୍ୟାଳୟରେ ଶୁଦ୍ଧ ପାନୀୟ ଜଳ, ପାଠ୍ୟ ପୁସ୍ତକ ଉପକରଣ, ବିଦ୍ୟାଳୟ ସୌନ୍ଦର୍ଯ୍ୟକରଣ ପ୍ରତି ଗୁରୁତ୍ୱ ଦେଉଛନ୍ତି। ମାତ୍ର ଅନେକ ବିଦ୍ୟାଳୟରେ ଶିକ୍ଷାଦାନ କ୍ଷେତ୍ରରେ ବ୍ୟତିକ୍ରମ ଦେଖାଦେଉଛି। ଛାତ୍ରୀଛାତ୍ରଙ୍କୁ ବିଭିନ୍ନ କାର୍ଯ୍ୟରେ ନିୟୋଜିତ କରାଯାଉଥିବା ଅଭିଯୋଗ ହେଉଛି। ମାଲକାନଗିରି ଜିଲାର ଏକ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ବିଦ୍ୟାଳୟର ଭାଙ୍ଗି ଯାଇଥିବା ପାଚେରି ନିର୍ମାଣରେ ନିୟୋଜିତ କରାଯାଇଥିବା ଦେଖିବାକୁ ମିଳିଛି। ମାଥିଲି ବ୍ଲକ ଟେମୁରୁପାଲ୍ଲୀ ପଞ୍ଚାୟତ କଂସାରିପୁଟ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଏପରି ଘଟଣା ଦେଖିବାକୁ ମିଳିଛି। କୋମଳମତି ଛାତ୍ରମାନେ ବିଦ୍ୟାଳୟର ଭାଙ୍ଗିଯାଇଥିବା ଏକ ପାଚେରିକୁ ଇଟା ଦ୍ୱାରା ଯୋଡେଇ କରୁଥିବାର ଭିଡିଓ ଭାଇରାଲ ହୋଇଛି। ଏହି ଭିଡିଓ ଏବେ ଗଣମାଧ୍ୟମରେ ଘୂରି ବୁଲୁଛି। ଛାତ୍ରମାନଙ୍କୁ କାମରେ ଲଗାଇବା ଶିଶୁ ଶ୍ରମିକ ଆଇନକୁ ଉଲ୍ଲଂଘନ କରୁଥିବା ବେଳେ ଏହା ଆଇନ ବିରୋଧୀ କାର୍ଯ୍ୟ ବୋଲି ସାଧାରଣରେ ମତ ପ୍ରକାଶ ପାଉଛି। ଏହି ଭିଡିଓ ସମ୍ପର୍କରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୁରୁଷୋତ୍ତମ ବେହେରାଙ୍କୁ ପଚାରିବାରୁ ସେ ଭିଡିଓଟିକୁ ଦେଖି ଏହା ତାଙ୍କ ବିଦ୍ୟାଳୟର ବୋଲି ସ୍ବୀକାର କରିଥିଲେ। ତେବେ ଏହି କାର୍ଯ୍ୟ କିଛି ମାସ ତଳେ ହୋଇଥିଲା। କେହି ଜଣେ ବ୍ୟକ୍ତି ଏହାକୁ ଉଦ୍ଦେଶ୍ୟମୂଳକ ଭାବେ ଛାତ୍ରମାନଙ୍କୁ ଲଗାଇ ଭିଡିଓ କରିଥିବା ସେ କହିଥିଲେ। ପ୍ରକାଶ ଯେ, ୧୯୫୮ରେ ନିର୍ମିତ ଏହି ବିଦ୍ୟାଳୟରେ ୨୬୧ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ନୂତନ ଶ୍ରେଣୀଗୃହ ନ ଥିବାରୁ ଅର୍ଦ୍ଧଭଗ୍ନ ଏକ ଆଜବେଷ୍ଟସ୍‌ ଶ୍ରେଣୀ ଗୃହରେ ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀର ପାଠପଢ଼ା ଚାଲିଛି। ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ପାଇଁ ରନ୍ଧନ ଗ୍ୟାସ୍‌ ଯୋଗାଇବା ବ୍ୟବସ୍ଥା ଥିବାବେଳେ ଏଠାରେ ବର୍ଷ ତମାମ ଜାଳେଣି କାଠରେ ରୋଷେୟୀ ହେଉଛି। ସେହିପରି ଶୁଦ୍ଧ ପାନୀୟ ଜଳ ପିଇବା ପାଇଁ ଫିଲ୍‌ଟର ଥିଲେ ମଧ୍ୟ ପାଣି ସଂଯୋଗ ହୋଇ ନ ଥିବାରୁ ଛାତ୍ରୀଛାତ୍ରମାନେ ନଳକୂପ ପାଣି ପିଉଛନ୍ତି। ବିଦ୍ୟାଳୟରେ ଛାତ୍ରମାନଙ୍କୁ ପାଚେରି ନିର୍ମାଣ କାର୍ଯ୍ୟରେ ନିୟୋଜିତ କରାଯିବା ସମ୍ପର୍କରେ ଜିଲା ଶିକ୍ଷା ଅଧିକାରୀ ମାନସ ଜେନାଙ୍କୁ ପଚାରିବାରୁ ଏପରି ଘଟଣା ତାଙ୍କ ଦୃଷ୍ଟିକୁ ଆସିନାହିଁ। ତେବେ ମାଥିଲି ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଏହାର ତଦନ୍ତ କରି ରିପୋର୍ଟ ଦେବାକୁ ସେ କହିବେ। ଯଦି ଏହି ଘଟଣା ସତ୍ୟ ହୋଇଥିବ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଲଢ଼େଇରେ ନୂଆ ବନାମ ଅଭିଜ୍ଞ

ରାଜକନିକା,୨୬ା୪(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଶେଷ ସୀମା ହେଉଛି ଆଳି ନିର୍ବାଚନମଣ୍ଡଳୀ। ରାଜକନିକାର ୨୯ଟି ପଞ୍ଚାୟତ ଓ ଆଳିର ୩୪ଟି ପଞ୍ଚାୟତକୁ ମିଶାଇ ଆଳି...

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri