ଛାତ୍ରୀଙ୍କୁ ଅଶ୍ଳୀଳ ମେସେଜ୍‌ ପଠାଇଲେ ଶିକ୍ଷକ, ପରିବାର ଲୋକେ ଦେଲେ ଏମିତି ଶିକ୍ଷା

ଜୟପୁର,୨୪ା୭: ଆଜି ସମଗ୍ର ଦେଶରେ ପାଳିତ ହେଉଛି ଗୁରୁପୂର୍ଣ୍ଣିମା। ଆଜି ପରି ପବିତ୍ର ଦିନରେ ଜଣେ ଗୁରୁଙ୍କ କୁତ୍ସିତ କାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ରାଜସ୍ଥାନର ସିକର ଜିଲାରୁ ଏପରି ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷକ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ମୋବାଇଲରେ ଅଶ୍ଳୀଳ ମେସେଜ ପଠାଇଥିଲେ। ଏହା ଜାଣିବା ପରେ ଛାତ୍ରୀଙ୍କ ପରିବାର ଲୋକେ ଶିକ୍ଷକଙ୍କୁ ନିର୍ଧୂମ ପିଟିବା ସହ ପୋଲିସ ଜିମା ଦେଇଛନ୍ତି।

ଏହି ଘଟଣା ଫତେପୁରର ମାରଡାଟୁର ଏକ ଗାଁର ସରକାରୀ ସ୍କୁଲର। ଏଠାରେ ପଢୁଥିବା ଦଶମ ଶ୍ରେଣୀ ଛାତ୍ରୀଙ୍କୁ ତାଙ୍କ ଗଣିତ ଶିକ୍ଷକ ସୁରେଶ କୁମାର ହଇରାଣ ହରକତ କରିବା ସହ ଅଶ୍ଳୀଳ ମେସେଜ ପଠାଉଥିଲେ। ଏନେଇ ଛାତ୍ରୀ ଜଣକ ପରିବାର ଲୋକଙ୍କ ନିକଟରେ କହିଥିଲେ। ଏହା ଶୁଣି ପରିବାର ଲୋକେ ରାଗି ପାଚି ଲାଲ୍‌ ହୋଇଗଲେ। ସ୍କୁଲରେ ପହଞ୍ଚି ଶିକ୍ଷକଙ୍କୁ ଟାଣି ଆଣି ନିର୍ଧୂମ ପିଟିଛନ୍ତି।

କରୋନା ମହାମାରୀ ସମୟରେ ସ୍କୁଲ ବନ୍ଦ ରହିଛି। ଏବେ ଅନ୍‌ଲାଇନ୍‌ କ୍ଲାସ ଚାଲୁଛି। ତେଣୁ ସମସ୍ତ ଛାତ୍ରୀଛାତ୍ରଙ୍କ ନମ୍ବର ଶିକ୍ଷକଙ୍କ ନିକଟରେ। ୧୦ମ ଶ୍ରେଣୀରେ ପଢୁଥିବା ଛାତ୍ରୀ ଜଣକ ଅନ୍‌ଲାଇନ୍‌ କ୍ଲାସ କରୁଥିଲେ। ଏହି ସମୟରେ ଗଣିତ ଶିକ୍ଷକ ତାଙ୍କ ନିକଟକୁ ଅଶ୍ଳୀଳ ମେସେଜ ପଠାଇଥିଲେ। ପ୍ରଥମେ ଛାତ୍ରୀ ଭାବିଥିଲେ ଭୁଲବଶତଃ ହୁଏତ ଆସିଯାଇଥିବ। ମାତ୍ର ଶିକ୍ଷକ ବାରମ୍ବାର ତାଙ୍କ ନିକଟକୁ ମେସେଜ ପଠାଇ ଚାଲିଲେ। ଏନେଇ ଛାତ୍ରୀ ଜଣକ ପରିବାର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକେ ପହଞ୍ଚି ଶିକ୍ଷକଙ୍କୁ ପିଟିବା ସହ ପୋଲିସରେ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri