ଅଧିକାରୀଙ୍କ ସମ୍ମୁଖରେ ସହକର୍ମୀ ଶିକ୍ଷକଙ୍କୁ ମାଡ଼ ମାରିଲେ ଶିକ୍ଷୟିତ୍ରୀ

କାଲିମେଳା,୧ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଟିଗଲ ପଞ୍ଚାୟତର ଏମ୍‌ପିଭି-୬୫ ଅପ୍‌ଗ୍ରେଡ୍‌ ଉଚ୍ଚ ବିଦ୍ୟାଳୟରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟାଳୟର ଦୁଇ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ମଧ୍ୟରେ ଥିବା ସମସ୍ୟା ସମାଧାନ କରିବାକୁ ଆସିଥିବା ଏବିଇଓ ସିଆର୍‌ସିସି ଓ ବିଦ୍ୟାଳୟ ସଭାପତିଙ୍କ ସମ୍ମୁଖରେ ଗଣ୍ଡଗୋଳ ହୋଇଛି। ଜଣେ ଶିକ୍ଷୟିତ୍ରୀ ତାଙ୍କ ସହକର୍ମୀ ଜଣେ ସହକାରୀ ଶିକ୍ଷୟିତ୍ରୀଙ୍କୁ ମାଡ଼ ମାରିଛନ୍ତି। ଏହାକୁ ନେଇ ଶିକ୍ଷୟିତ୍ରୀ ଜଣକ ପ୍ରଧାନ ଶିକ୍ଷକ ଓ ଜଣେ ସହକାରୀ ଶିକ୍ଷକଙ୍କ ନାମରେ ଏମ୍‌ଭି-୭୯ ଥାନାରେ ଅଭିଯୋଗ କରିଛନ୍ତି। ଘଟଣା ସମ୍ପର୍କରେ ଜିଲାପାଳଙ୍କୁ ଅବଗତ କରାଯାଇଛି। ଏ ଦିଗରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲାପାଳ ବିଶାଳ ସିଂହ ଜିଲା ଶିକ୍ଷାଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି।
ଖବରରୁ ଜଣାପଡ଼ିଛି ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷୟିତ୍ରୀ ଇଲା ସେନ୍‌ ତାଙ୍କୁ ସହକର୍ମୀମାନେ ହଇରାଣ କରୁଛନ୍ତି ବୋଲି ବିଭାଗୀୟ ଅଧିକାରୀମାନଙ୍କ ନିକଟରେ ଅଭିଯୋଗ କରିଥିଲେ। ବୁଧବାର ଏହାର ତଦନ୍ତ ପାଇଁ ଏବିଇଓ ଚିନ୍ତାହରଣ ମଧୁ ଓ ଅସିତ ମିସ୍ତ୍ରି, ସିଆର୍‌ସିସି ସୁଭାଷ ମଣ୍ଡଳ, ଏସ୍‌ଏମ୍‌ସି ସଭାପତି ସମସ୍ତେ ବିଦ୍ୟାଳୟରେ ପହଞ୍ଚତ୍ ଥିଲେ। ସହକାରୀ ଶିକ୍ଷକ ସମ୍ରାଟ ବେହେରା ଓ ସହକାରୀ ଶିକ୍ଷୟିତ୍ରୀ ଇଲାଙ୍କୁ ଡାକି ଅଧିକାରୀମାନେ ପଚରାଉଚରା କରି ତଥ୍ୟ ସଂଗ୍ରହ କରୁଥିଲେ। ଏହି ସମୟରେ ଶିକ୍ଷୟିତ୍ରୀ ଇଲା ଅଧିକାରୀଙ୍କ ସମ୍ମୁଖରେ ଶିକ୍ଷକ ବେହେରାଙ୍କୁ ଗାଳିଗୁଲଜ କରି ମାଡ଼ ମାରିଥିଲେ। ଏହାର ଭିଡିଓ ଭାଇରାଲ ହୋଇଛି। ୩ ଜଣ ଅଧିକାରୀଙ୍କ ଉପସ୍ଥିତିରେ ଜଣେ ଶିକ୍ଷୟିତ୍ରୀଙ୍କ ଏପରି ଆଚରଣ ପ୍ରଦର୍ଶନକୁ ଛାତ୍ରୀଛାତ୍ର, ଅଭିଭାବକ ଓ ଗ୍ରାମବାସୀ ନାପସନ୍ଦ କରିଛନ୍ତି। ସମ୍ପୃକ୍ତା ଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ଗ୍ରାମବାସୀ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ସିଆର୍‌ସିସି ଓ ବିଇଓଙ୍କୁ ଦାବିପତ୍ର ଦେଇଛନ୍ତି। ଘଟଣା ସମ୍ପକର୍ର୍ରେ ଏବିଇଓ ଅସିତ ମିସ୍ତ୍ରି ଓ ଚିନ୍ତାହରଣ ମଧୁଙ୍କୁ ପଚାରିବାରୁ ଶିକ୍ଷୟିତ୍ରୀ ଜଣକ ଶିକ୍ଷକଙ୍କୁ ମାଡ଼ ମାରିବା ଘଟଣା ସତ୍ୟ। ଏନେଇ କାର୍ଯ୍ୟାନୁଷ୍ଠାନ ପାଇଁ ଆମେ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଜଣାଇବୁ ବୋଲି କହିଛନ୍ତି। ଏସ୍‌ଏମ୍‌ସି ସଭାପତି ସୁମନ୍ତ ରାୟ କହିଛନ୍ତି, ଶିକ୍ଷୟିତ୍ରୀ ରାଗିଯାଇ ଯାହା କଲେ ତାହା ଠିକ୍‌ କରିନାହାନ୍ତି। ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବା ଆବଶ୍ୟକ। ମାଡ଼ ଖାଇଥିବା ଶିକ୍ଷକ ବେହେରାଙ୍କୁ ପଚାରିବାରୁ ସେ କହିଲେ, ସାର୍‌ମାନେ ତଦନ୍ତ ପାଇଁ ମୋତେ ରୁମ୍‌କୁ ଡାକିଥିଲେ। ମୁଁ ଯାଇ ତଦନ୍ତ ପ୍ରକୋଷ୍ଠର ଏକ ଚେୟାରରେ ବସିଥିବାବେଳେ ଶିକ୍ଷୟିତ୍ରୀ ଇଲା ଅଧିକାରୀମାନଙ୍କ ଉପସ୍ଥିତିରେ ତାଙ୍କୁ ଚାପୁଡ଼ା ମାରିଥିଲେ। ଏ ସଂକ୍ରାନ୍ତରେ ମାଡ଼ ମାରିଥିବା ଶିକ୍ଷୟିତ୍ରୀ ଇଲାଙ୍କୁ ପଚାରିବାକୁ ଫୋନ (ନଂ. ୯୮୬୧୬୩୮୩୬୯) ଯୋଗେ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ। ଫଳରେ ତାଙ୍କ ସହ ଯୋଗାଯୋଗ ସମ୍ଭବ ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?