ସ୍କୁଲରେ ଶୋଇଲେ ଶିକ୍ଷକ, ଘରକୁ ଫେରିଲେ ପିଲା

ବଇଣ୍ଡା,୩ା୧ (ପରିକ୍ଷିତ ସାହୁ):ପିଲାଙ୍କୁ ପଢ଼ାଇବା ପରିବର୍ତ୍ତେ ସ୍କୁଲ କାର୍ଯ୍ୟାଳୟରେ ଶୋଇପଡ଼ିଲେ ଶିକ୍ଷକ। ଦୀର୍ଘ ସମୟ ଯାଏ ଶିକ୍ଷକ ଜଣକ ନ ଉଠିବାରୁ ଶେଷରେ ବିଦ୍ୟାଳୟରେ ବସି ବସି ଘରକୁ ଫେରିଲେ ପିଲା। ଅନୁଗୋଳ ଜିଲା କିଶୋରନଗର ବ୍ଲକ ବାମୁର ପଞ୍ଚାୟତ ରେଙ୍ଗାଳବେଡ଼ା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ଦେଖିବାକୁ ମିଳିଛି ଏପରି ଘଟଣା। ଶିକ୍ଷକଙ୍କ ଏଭଳି କାର୍ଯ୍ୟକୁ ନେଇ ଗ୍ରାମରେ ଅସନ୍ତୋଷ ଦେଖାଦେଇଥିବା ବେଳେ ଗ୍ରାମବାସୀ ବ୍ଲକ ଶିକ୍ଷା ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଅଭିଯୋଗପତ୍ରରେ ଉଲ୍ଲେଖ କରାଯାଇଛି, ରେଙ୍ଗାଳବେଡ଼ା ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ୩୯ ଛାତ୍ରୀଛାତ୍ର ପଢୁଥିବା ବେଳେ ୨ ଜଣ ଶିକ୍ଷକ ନିଯୁକ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଶିକ୍ଷକ ବ୍ଲକରେ ଚାଲିଥିବା ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଅନ୍ୟ ଜଣେ ଶିକ୍ଷକଙ୍କୁ ବିଦ୍ୟାଳୟ ଦାୟିତ୍ୱ ହସ୍ତାନ୍ତର କରାଯାଇଛି। ହେଲେ ବିଦ୍ୟାଳୟ ଦାୟିତ୍ୱରେ ଥିବା ଶିକ୍ଷକ ଜଣକ ଗୁରୁବାର ପୂର୍ବାହ୍ନ ୧୦ଟା ବେଳେ ମଦ୍ୟପାନ କରି ବିଦ୍ୟାଳୟକୁ ଆସିବା ସହ ଛାତ୍ରୀଛାତ୍ରଙ୍କୁ ପାଠ ନ ପଢ଼ାଇ କାର୍ଯ୍ୟାଳୟ ଭିତରେ ଶୋଇପଡ଼ିଥିଲେ। ଅପରାହ୍ନ ଯାଏ ଶିକ୍ଷକ ଜଣକ ଶୋଇ ରହିଥିବା ଜାଣି ଗ୍ରାମବାସୀ ଏ ସମ୍ପର୍କରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ଠାରେ ଅଭିଯୋଗ କରିଥିଲେ। ବ୍ଲକ ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ସିଆର୍‌ସିସି ବବ୍ରୁବାହାନ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ତୁରନ୍ତ ସମ୍ପୃକ୍ତ ଶିକ୍ଷକଙ୍କୁ ବଦଳି କରି ଅନ୍ୟ ଜଣେ ଶିକ୍ଷକଙ୍କୁ ନିଯୁକ୍ତି କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ବ୍ଲକ ଶିକ୍ଷା ଅଧିକାରୀ ଅରୁଣ କୁମାର ସେଠୀ କହିଛନ୍ତି, ମଦ୍ୟପାନ କରି ଶିକ୍ଷକ ବିଦ୍ୟାଳୟରେ ଶୋଇଥିବା ସମ୍ପର୍କରେ ଅଭିଯୋଗ ହେବା ପରେ ତଦନ୍ତ ପାଇଁ ସିଆର୍‌ସିସିଙ୍କୁ ଦାୟିତ୍ୱ ଦିଆଯାଇଛି। ରିପୋର୍ଟ ଆସିଲା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri