ଠିକ୍‌ ସମୟରେ ଆସୁନାହାନ୍ତି ଶିକ୍ଷକ, ପିଲା

ଛତ୍ରପୁର,୨୮ା୮(ସନ୍ତୋଷ ପାଢୀ): ଗଞ୍ଜାମ ଜିଲାରେ କେତେକ ସ୍କୁଲକୁ ଠିକ୍‌ ସମୟରେ ଶିକ୍ଷକ ଓ ଛାତ୍ରୀଛାତ୍ର ଆସୁନାହାନ୍ତି। ଏପରିକି କେତେକ ସ୍କୁଲକୁ ଶିକ୍ଷକ ଓ ଛାତ୍ରୀଛାତ୍ର ଆସୁଥିଲେ ମଧ୍ୟ କ୍ଲାସରୁମ୍‌କୁ ଯାଉନାହାନ୍ତି। ସ୍କୁଲ ପରିସରରେ ଭିଡ ଜମାଉଛନ୍ତି। ଜିଲା ଶିକ୍ଷା ଅଧିକାରୀ ବିଭିନ୍ନ ସ୍କୁଲ ପରିଦର୍ଶନ ବେଳେ ଏହା ଦେଖିଛନ୍ତି। ସ୍କୁଲରେ ବିଭିନ୍ନ କାର୍ଯ୍ୟକ୍ରମ ସମୟ ଅନୁସାରେ ହେଉନି ା ଯାହାକି ଗ୍ରହଣୀୟ ନୁହେଁ ା ଏଥିଲାଗି ଜିଲା ଶିକ୍ଷା ଅଧିକାରୀଙ୍କ ପକ୍ଷରୁ ଜିଲାର ସମସ୍ତ ସ୍କୁଲର ପ୍ରଧାନଶିକ୍ଷକମାନଙ୍କୁ ୨୫ ତାରିଖରେ ଚିଠି (ନଂ.୧୫୨୬୫) କରି ନିର୍ଦ୍ଦେଶନାମା ଜାରି କରାଯାଇଛି। ଏହାକୁ କାର୍ଯ୍ୟକାରୀ କରିବା ପାଇଁ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ହୋଇଛି। ଖିଲାପ କଲେ ସମ୍ପୃକ୍ତ ପ୍ରଧାନଶିକ୍ଷକ, ଶିକ୍ଷକ ଓ ଅଧିକାରୀ ମାନଙ୍କ ଉପରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲା ଶିକ୍ଷା ଅଧିକାରୀ ସତର୍କ କରାଇଦେଇଛନ୍ତି। ଏ ସମ୍ପର୍କରେ ସେ ଜିଲାପାଳ ଓ ଶିକ୍ଷା ବିଭାଗର ନିର୍ଦ୍ଦେଶକ ଏବଂ ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ମଧ୍ୟ ଚିଠି ଦ୍ୱାରା ଜଣାଇଛନ୍ତି। ଉକ୍ତ ନିର୍ଦ୍ଦେଶନାମାରୁ ଜଣାଯାଇଛି ଯେ ପୂର୍ବାହ୍ନ ୧୦ଟା ପୂର୍ବରୁ ସ୍କୁଲକୁ ସମସ୍ତ ଶିକ୍ଷକ ଓ ନନ୍‌ ଟିଚିଂ ଷ୍ଟାଫ୍‌ ଆସିବା ବାଧ୍ୟତାମୂଳକ। କେହି ବିଳମ୍ବରେ ଆସିପାରିବେନି ା ସ୍କୁଲରେ ପ୍ରାର୍ଥନା ୧୦ଟାରେ ଆରମ୍ଭ ହେବ ଏବଂ କ୍ଲାସ ରୁମ୍‌ରେ ୧୦ଟା ୨୦ରେ ପହଞ୍ଚିବା ବାଧ୍ୟତାମୂଳକ ା ଦୈନିକ ପ୍ରଧାନଶିକ୍ଷକ ମାନେ ଉଭୟ ଶିକ୍ଷକ ଓ ଛାତ୍ରୀଛାତ୍ର ମାନଙ୍କ ଉପସ୍ଥାପନା ତ୍ୱରାନ୍ବିତ କରିବେ ା କ୍ଲାସରୁମ୍‌ରେ ପାଠପଢା ଠାରୁ ଆରମ୍ଭ କରି ଏକାଡେମିକ କ୍ୟାଲେଣ୍ଡର ଅନୁଯାୟୀ ସମସ୍ତ କାର୍ଯ୍ୟକ୍ରମ ଯେଭଳି ତ୍ୱରାନ୍ବିତ ହେବ ତାହା ପ୍ରଧାନଶିକ୍ଷକମାନଙ୍କ ଦାୟିତ୍ୱ ା ଯଦି ସ୍କୁଲରେ ଦୈନିକ ପରିଚାଳନାରେ କୌଣସି ବାଧା ଉପୁଜେ ସେ ସମ୍ପର୍କରେ ସମ୍ପୃକ୍ତ ବ୍ଲ୍‌କ ଶିକ୍ଷା ଅଧିକାରୀ ଓ ଜିଲା ଶିକ୍ଷା ଅଧିକାରୀଙ୍କୁ ତୁରନ୍ତ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି ା ପ୍ରତି ମାସର ପ୍ରଥମ ଓ ତୃତୀୟ ଶନିବାର ଜିଲା ଶିକ୍ଷା ଅଧିକାରୀଙ୍କ ସ୍ତରରେ ଅଭିଯୋଗ ଶୁଣାଣି ହେଉଛି ା ଅନୁମତି ନେଇ ଶିକ୍ଷୟିତ୍ରୀ ଶିକ୍ଷକମାନେ ଉକ୍ତ ଅଭିଯୋଗ ଶୁଣାଣିରେ ଉପସ୍ଥିତ ରହିବାକୁ ଡିଇଓ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri