Posted inଜାତୀୟ

କରୋନା ସମୟରେ ଦରମା ନ ପାଇ ଏମିତି ପଦକ୍ଷେପ ନେଲେ ଶିକ୍ଷକ

ଲକ୍ଷ୍ନୌ,୨୮ା୮: କରୋନା ମହାମାରୀ ସମୟରେ ଜଣେ ଶିକ୍ଷକ ଦୀର୍ଘଦିନ ଧରି ଦରମା ନ ପାଇବାରୁ ମାନସିକ ଭାରସାମ୍ୟ ହରାଇ ଆତ୍ମହତ୍ୟା ଭଳି ପଦକ୍ଷେପ ନେଇଛନ୍ତି। ଏମିତି ଏକ ଘଟଣା ଘଟିଛି ଉତ୍ତରପ୍ରଦେଶର ମେରୁଟ୍‌ରେ।
ଗୋଟିଏ ପଟେ କରୋନା ସମୟରେ ସ୍କୁଲ୍‌ ଫି’କୁ ନେଇ ଅଭିଭାବକମାନେ ଚିନ୍ତାରେ ରହିଥିବା ବେଳେ ଶିକ୍ଷକମାନେ ମଧ୍ୟ ଦରମା ପାଉନାହାନ୍ତି। ଯାହାକି ଜୀବନ ହାରିବାକୁ ଏକପ୍ରକାର ବାଧ୍ୟ କରୁଛି।
ମେରୁଟ୍‌ର ଜଣେ ଶିକ୍ଷକଙ୍କ ପରିବାର ଏଭଳି ଅଭିଯୋଗ ଆଣିଛନ୍ତି। ଶିକ୍ଷକ ଜଣକ ଦୀର୍ଘଦିନ ଧରି ଦରମା ପାଇ ନ ଥିଲେ। ତେଣୁ ସେ ମାନସିକ ଚାପରେ ରହି ଆତ୍ମହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ନୃତ୍ୟ ଶିକ୍ଷକ ଆଶିଷ ଠାକୁରଙ୍କ ପରିବାର ଲୋକେ।
ଏନେଇ ମେରୁଟ୍‌ର ଜିଲାପାଳ ଅନିଲ ଧୀଙ୍ଗ୍ରା ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି, ସ୍କୁଲ କମିଟି ସଦସ୍ୟ ଏବଂ ଅଭିଭାବକଙ୍କ ସହ ଏକ ବୈଠକ କରିବେ। ସେ କହିଛନ୍ତି ଏହି ମାମଲାର ତଦନ୍ତ ପାଇଁ ବିଏସ୍‌ଏଙ୍କୁ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri