ଶିକ୍ଷୟିତ୍ରୀଙ୍କୁ ରାସ୍ତା ମଝିରେ ଗୋଡାଇ ହାଣିଲେ ଦୁର୍ବୁତ୍ତ

ଯାଜପୁର ଅଫିସ, ୯।୭- ଯାଜପୁର ରୋଡ ଥାନା ଅନ୍ତର୍ଗତ ଖଣ୍ଡହତା ଛକ ନିକଟରେ ଗୁରୁବାର ଅପରାହ୍ନ ୨ଟା ସମୟରେ ଜଣେ ଶିକ୍ଷୟିତ୍ରୀଙ୍କୁ ରାସ୍ତା ମଝିରେ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି। ଏହାସହ ତାଙ୍କ ସହିତ ଯାଉଥିବା ଅନ୍ୟଜଣେ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ସୂଚନାଯୋଗ୍ୟ ଯେ, ଶିକ୍ଷୟିତ୍ରୀ ଯୋଗମାୟା ଜେନା ଓ ଶିକ୍ଷକ ମୋହନୀ ଜେନା ଡାନିଆବର ସ୍କୁଲରୁ ଫେରୁଥିବା ସମୟରେ ଦୁର୍ବୃତ୍ତ ଜଣକ ଉଭୟଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏଥିରେ ଶିକ୍ଷୟିତ୍ରୀ ଯୋଗମାୟାଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଶିକ୍ଷକ ମୋହନୀ ଗୁରୁତର ଆହତ ହୋଇଛନ୍ତି। ଯାଜପୁର ରୋଡ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତୁଦେହ ଜବତ କରି ଆହତ ଶିକ୍ଷକଙ୍କୁ ଚିକିତ୍ସା ପାଇଁ କଟକ ପଠାଯାଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଏପର୍ଯ୍ୟନ୍ତ ହତ୍ୟାକାରୀ ଫେରାର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ପୋଲିସ ସାମ୍‌ନାରେ ଅବକାରୀ ବାବୁଙ୍କୁ ମାଡ଼: ନିୟମକୁ ଫୁ’, ନିଶାରେ ମତୁଆଲା ଯୁବତୀଯୁବକ

ଭୁବନେଶ୍ୱର,୧୬ା୨(ତ୍ରିନାଥ ମହାନ୍ତି):ଭାଲେଣ୍ଟାଇନ୍ସ ଡେ’ରେ ସବୁ ନିୟମ ଓ କଟକଣାକୁ ଫୁ’ କରି ବାର୍‌ରେ ଜମିଥିଲା ରଙ୍ଗିନ ରାତି। ଆଗରେ ଶଟର ପକାଇ ଭିତରେ ମତୁଆଲା ହେଉଥିଲେ ପୁରୁଷ…

ଏଇ ଭାରତରେ

ଦିଲ୍ଲୀର କିଡ୍‌ଓ୍ବାଇ ନଗରରେ ଚାଲୁଛି ଏକ ନିଆରା ସ୍କୁଲ। ଏହି ସ୍କୁଲର ଘର ନାହିଁ କି କୌଣସି ସରକାରୀ ପାଠ୍ୟକ୍ରମ ଅନୁଯାୟୀ ଶିକ୍ଷା ଦିଆଯାଉନାହିଁ। ପିଲାମାନେ ଗଛମୂଳେ…

ନେତା ହେବାକୁ ଅନୁକୂଳ ପରିବେଶ

ସଭା ସମିତି, ଜଳଖିଆ ଦୋକାନ, ଚା’ ଦୋକାନ, ପାନ ଦୋକାନ ଆଗରେ ଓ ଘରେ ବସି ସାଙ୍ଗସାଥୀ ସହିତ କଥାହେଲା ବେଳେ ଅନେକ ଶିକ୍ଷିତ ଲୋକ କହିଥା’ନ୍ତି,…

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ: ହୁତୁହୁତୁ ହୋଇ ବ୍ୟାପୁଛି ନିଆଁ

ଜୟପୁର,୧୬ା୨(ପବନ ପାଣିଗ୍ରାହୀ): ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଚାରିଆଡ଼େ ନିଆଁ ବ୍ୟାପିଚାଲିଛି। ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶବିଦ୍ୟାଳୟ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri