ଡେପୁଟେଶନରେ ଗଲେ ମାଡ଼ ଖାଇଥିବା ଶିକ୍ଷୟିତ୍ରୀ-ଶିକ୍ଷକ

କେନ୍ଦୁଝର,୧୪ା୫(ସ୍ବ.ପ୍ର.): ସାହାରପଡ଼ା ବ୍ଲକ ଅନ୍ତର୍ଗତ ବିଲା ରାମଚନ୍ଦ୍ରପୁର ସରକାରୀ ହାଇସ୍କୁଲର ମାଟ୍ରିକ ପରୀକ୍ଷା ଦାୟିତ୍ୱରେ ଥିବା କେନ୍ଦ୍ର ଅଧୀକ୍ଷକ ଏବଂ ଡେପୁଟି କେନ୍ଦ୍ର ଅଧୀକ୍ଷକଙ୍କୁ ଜଣେ ଅଭିଭାବକଙ୍କ ସମେତ ଅନ୍ୟମାନେ ୭ ତାରିଖରେ ପରୀକ୍ଷା ସରିବା ପରେ କେନ୍ଦ୍ର ବାହାରେ କାହିଁକି କପି ଦେଲ ନାହିଁ ବୋଲି କହି ଆକ୍ରମଣ କରିଥିଲେ। ଏହି ଘଟଣା ପରେ କେନ୍ଦ୍ର ଅଧୀକ୍ଷକ ଜ୍ୟୋତ୍ସ୍ନାରାଣୀ ସିଂ ଏବଂ ଡେପୁଟି କେନ୍ଦ୍ର ଅଧୀକ୍ଷକ ଚିତ୍ତରଞ୍ଜନ ସାହୁ ତୁରୁମୁଙ୍ଗା ଥାନାରେ ଏତଲା ଦେଇଥିଲେ। ଏତଲା ଆଧାରରେ ପୋଲିସ ଲୁଙ୍ଗା ଗ୍ରାମର ଅଜିତ୍‌ କୁମାର ବାରିକଙ୍କୁ ଗିରଫ କରିଥିବାବେଳେ ଅନ୍ୟମାନେ ଫେରାର ଅଛନ୍ତି। ଏହି ଘଟଣା ପରେ ବିଲା ରାମଚନ୍ଦ୍ରପୁର ହାଇସ୍କୁଲର ବିଜ୍ଞାନ (ସିବିଜେଡ) ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାରାଣୀ ଏବଂ କଳା ଶିକ୍ଷକ ଚିତ୍ତରଞ୍ଜନ ଜିଲାପାଳ ଏବଂ ଜିଲା ଶିକ୍ଷାଧିକାରୀଙ୍କୁ ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଅଭିଯୋଗପତ୍ର ଦେଇ ଅନ୍ୟତ୍ର ବଦଳି ପାଇଁ ପ୍ରାର୍ଥନା କରିଥିଲେ। ଏହି ଆଧାରରେ ଜ୍ୟୋତ୍ସ୍ନାରାଣୀଙ୍କୁ ଫକୀରପୁର ହାଇସ୍କୁଲ ଏବଂ ଚିତ୍ତରଞ୍ଜନଙ୍କୁ ଘଟଗାଁ ବ୍ଲକ ହଳଧରପୁର ୟୁଜି ହାଇସ୍କୁଲକୁ ଡେପୁଟେଶନ କରାଯାଇଛି। ତେବେ ସେମାନଙ୍କୁ ଡେପୁଟେଶନରେ ପଠାଯିବା ଫଳରେ ରାମଚନ୍ଦ୍ରପୁର ସ୍କୁଲରେ ଶିକ୍ଷକ ସମସ୍ୟା ଦେଖାଦେଇଛି। ଏଣୁ ବଦଳି ନ କରି କାହିଁକି ଡେପୁଟେଶନରେ ପଠାଗଲା ଏବଂ ଉକ୍ତ ସ୍ଥାନରେ ଅନ୍ୟ ଦୁଇ ଜଣଙ୍କୁ ନିୟୋଜିତ କରା ନ ଗଲା ସେ ନେଇ ସ୍ଥାନୀୟ ଲୋକ ପ୍ରଶ୍ନ ଉଠାଇଛନ୍ତି। ଫଳରେ ଏନେଇ ପାଠପଢ଼ା ବ୍ୟାହତ ଆଶଙ୍କା କରି ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri